ଟଙ୍କା ହେରଫେର ମାମଲା: ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷଙ୍କୁ ଜାମିନ

ବ୍ରହ୍ମପୁର ଅଫିସ,୧୭ା୯-ଦିଗପହଣ୍ଡି ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ପାଇଖାନା ଟାଙ୍କି ସଫା ମେଶିନ କିଣାରେ ସରକାରୀ ଟଙ୍କା ହେରଫେର ମାମଲାରେ ଏନ୍‌ଏସିର ପୂର୍ବତନ ଅଧ୍ୟକ୍ଷ ଭି.ରବିନାରାୟଣ ରାଜୁଙ୍କୁ ସୋମବାର ଜାମିନ ମିଳିଛି। ଭିଜିଲାନ୍ସ ସ୍ବତନ୍ତ୍ର ଜଜ ବିଜୟ କୁମାର ଜେନା ତାଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ପ୍ରକାଶ ଯେ, ୨୦୧୧- ୨୦୧୨ଆର୍ଥିକ ବର୍ଷ ପାଇଁ ଦିଗପହଣ୍ଡି ଏନ୍‌ଏସିରେ ଅନୁଷ୍ଠିତ ଏକ ବୈଠକରେ ଅଞ୍ଚଳର ପାଇଖାନା ଟାଙ୍କି ସଫା ମେଶିନ କିଣିବା ପାଇଁ ନିଷ୍ପତ୍ତି ହୋଇଥିଲା। ଏଥିପାଇଁ ଭଦ୍ରକର ଏମ୍‌.ଏସ୍‌.ବିଶ୍ୱାଳ ନାମକ ଏକ କମ୍ପାନୀ ୫ ଲକ୍ଷ ୭୫ ହଜାର ଟଙ୍କାର ଟେଣ୍ଡର ୨୦୧୨-୧୩ରେ ଦିଆଯାଇଥିଲା। ହେଲେ ଏହି ମେଶିନ କିଣାରେ ୮୩ ହଜାର ୩୯୨ ଟଙ୍କା ହେରଫେର ହୋଇଥିବା ଅଭିଯୋଗ ପରେ ବ୍ରହ୍ମପୁର ଭିଜିଲାନ୍ସ ୨୦୧୩ ନଭେମ୍ବର ୨୧ରେ ନଂ.୨୯/୧୩ ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଏଥିରେ ଏନ୍‌ଏସିର ପୂର୍ବତନ ଅଧ୍ୟକ୍ଷ ଭିି.ରବିନାରାୟଣ ରାଜୁ, ତତ୍କାଳୀନ ଏବିଡ଼ିଓ ରମାକାନ୍ତ ସାହୁ, ତତ୍କାଳୀନ ସହକାରୀ ନିର୍ବାହୀ ଅଧିକାରୀ କାଶୀନାଥ ଗୌଡ଼ ଓ ଏମ୍‌.ଏସ୍‌.ବିଶ୍ୱାଳ କମ୍ପାନୀ ନଁାରେ ଭିଜିଲାନ୍ସ ମାମଲା ରୁଜୁୁ କରିଥିଲେ। ଭିଜିଲାନ୍ସ ଡ଼ିଏସ୍‌ପି ସନ୍ତୋଷ ମିଶ୍ର ଉକ୍ତ ୪ ଜଣଙ୍କ ନଁାରେ କୋର୍ଟରେ ଚାର୍ଜଶିଟ ଦାଖଲ କରିଥିଲେ। ସୋମବାର ପୂର୍ବତନ ଅଧ୍ୟକ୍ଷ ରାଜୁଙ୍କ ଜାମିନ ଆବେଦନର ଶୁଣାଣି ବେଳେ ସ୍ବତନ୍ତ୍ର ପିପି ତପନ କୁମାର ଦାସ ଓ ମୁଦାଲାଙ୍କ ତରଫରୁ ବରିଷ୍ଠ ଆଇନଜୀବୀ ପ୍ରସାଦ ପଟ୍ଟନାୟକ ଓ ପ୍ରଦୀପ ପାଣିଗ୍ରାହୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri