Posted inଖେଳ

ସେମିଫାଇନାଲରେ ଜୋକୋଭିଚ୍‌

ପ୍ୟାରିସ, ୯।୧୦(ଏପି)-ବାମ ହାତରେ ଯନ୍ତ୍ରଣା ସତ୍ତ୍ୱେ ସର୍ବିୟାର ନୋଭାକ୍‌ ଜୋକୋଭିଚ୍‌ ଚଳିତ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ସ୍ଲୋ ଷ୍ଟାର୍ଟ କରିଥିବା ଏହି ଟପ୍‌ ସିଡ୍‌ ଖେଳାଳି କ୍ୱାର୍ଟର ଫାଇନାଲରେ ୧୭ତମ ସିଡ୍‌ ପାବ୍‌ଲୋ କାରେନୋ ବୁଷ୍ଟାଙ୍କୁ ୪-୬, ୬-୨, ୬-୩, ୬-୪ ସେଟ୍‌ରେ ପରାସ୍ତ କରିଛନ୍ତି। ଏହା ୟୁଏସ ଓପନର ରିମ୍ୟାଚ ଥିଲା। ସେତେବେଳେ ଅଜାଣତରେ ଜଣେ ଲାଇନ୍‌ଜଜ୍‌ଙ୍କୁ ବଲ୍‌ରେ ଆଘାତ ଦେଇଥିବାରୁ ଜୋକୋଭିଚ୍‌ଙ୍କୁ ଅଧାରୁ ମ୍ୟାଚ ଛାଡ଼ିବାକୁ ପଡ଼ିଥିଲା। ତେବେ ତାହା ଏବେ ଅତୀତ ହୋଇ ଯାଇଛି। ଇତିମଧ୍ୟରେ ସେ ଖେଳିଥିବା ୧୦ଟି ଯାକ ମ୍ୟାଚରେ ବିଜୟ ହାସଲ କରିଛନ୍ତି। ଏହାକୁ ମିଶାଇ ଜୋକୋଭିଚ୍‌ ୧୦ମ ଥରପାଇଁ ଫ୍ରେଞ୍ଚ୍‌ ଓପନ ସେମିରେ ପ୍ରବେଶ କରିଛନ୍ତି। ସେମିଫାଇନାଲରେ ସେ ୫ମ ସିଡ୍‌ ଷ୍ଟିଫାନୋସ ସିତ୍‌ସିପାସ୍‌ଙ୍କୁ ଭେଟିବେ। କ୍ୱାର୍ଟର ଫାଇନାଲରେ ସିତ୍‌ସିପାସ ୭-୫, ୬-୨, ୬-୩ ସେଟ୍‌ରେ ୧୩ତମ ସିଡ୍‌ ଆନ୍ଦ୍ରେ ରୁବଲେଭ୍‌ଙ୍କୁ ପରାସ୍ତ କରିଥିଲେ। ସତ୍‌ସିପାସଙ୍କ ପାଇଁ ଏହା ପ୍ରଥମ ଫ୍ରେଞ୍ଚ୍‌ ଓପନ ସେମିଫାଇନାଲ ପ୍ରବେଶ। ଅନ୍ୟ ସେମିରେ ରାଫାଲ ନାଡାଲ ଓ ଡିଏଗୋ ସ୍କ୍ବାର୍ଜମ୍ୟାନଙ୍କ ମଧ୍ୟରେ ମୁକାବିଲା ହେବ। ସ୍କ୍ବାର୍ଜମ୍ୟାନ ପୂର୍ବରୁ କେବେହେଲେ ବଡ଼ ପ୍ରତିଯୋଗିତାର ସେମିଫାଇନାଲ ଖେଳିବା ଅଭିଜ୍ଞତା ରଖି ନ ଥିବାବେଳେ ନାଡାଲ କ୍ୟାରିୟରର ୧୩ତମ ଫ୍ରେଞ୍ଚ୍‌ ଓପନ ଟାଇଟଲ ଜିତିବା ଲକ୍ଷ୍ୟରେ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

ବୈଭବ ସୂର୍ଯ୍ୟବଂଶୀଙ୍କ ସଫଳତାର ରାଜ ଖୋଲିଲେ କୋଚ, ଆପଣବି ଜାଣିଲେ…

ନୂଆଦିଲ୍ଲୀ,୧୪।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବିସ୍ଫୋରକ ବ୍ୟାଟିଂରେ ସମସ୍ତଙ୍କୁ ମୋହିତ କରିଛନ୍ତି। କ୍ରିକେଟ ପ୍ରଶଂସକ ଏବଂ ପୂର୍ବତନ କ୍ରିକେଟରମାନେ ସମସ୍ତେ ତାଙ୍କ ବିସ୍ଫୋରକ ବ୍ୟାଟିଂ…

ଇତିହାସ ରଚିଲେ ଶୁବମନ ଗିଲ, ଓ୍ବାନ ଡେ କ୍ରିକେଟରେ ଏତିକି ରନ୍‌ କରି ପଛରେ ପକାଇଲେ…

ନୂଆଦିଲ୍ଲୀ,୧୪।୬: ଧର୍ମଶାଳାରେ ଖେଳାଯାଇଥିବା ଆଫଗାନିସ୍ତାନ ବିପକ୍ଷ ପ୍ରଥମ ମ୍ୟାଚ ରେ ଭାରତର ଏକଦିବସୀୟ ଅଧିନାୟକ ଶୁବମନ ଗିଲ ଏକ ବଡ଼ ରେକର୍ଡ ସ୍ଥାପନ କରିଛନ୍ତି। ବର୍ଷା ପ୍ରଭାବିତ…

Video: ଟିମ ଇଣ୍ଡିଆର ଡ୍ରେସିଂ ରୁମ କ୍ରିକେଟ: ବର୍ଷା ମଧ୍ୟରେ ଖେଳାଳିମାନେ ଏମିତି କଲେ ଟାଇମ ପାସ, ଏବେ ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୪।୬: ଶନିବାର ଭାରତୀୟ କ୍ରିକେଟ ଦଳ ଆଫଗାନିସ୍ତାନକୁ ପରାସ୍ତ କରି ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ୧-୦ରେ ଆଗୁଆ ହୋଇଛି। ତଥାପି, ପ୍ରତି ଇନିଂସରେ ମ୍ୟାଚ…

କ୍ରିକେଟରଙ୍କୁ ମାଡ଼ ମାରିଲେ ପୋଲିସ, ଉତ୍ତେଜନା ପରେ ତିନି ପୋଲିସ କର୍ମଚାରୀ ନିଲମ୍ବିତ

ଢ଼ାକା,୧୪ା୬: ବାଂଲାଦେଶ କ୍ରିକେଟ୍ ବର୍ତ୍ତମାନ ଏକ ବିବାଦ ଯୋଗୁଁ ଚର୍ଚ୍ଚାରେ ରହିଛି । ବାଂଲାଦେଶୀ ସ୍ପିନର ନୟିମ ହାସନଙ୍କ ପ୍ରତି ଦୁର୍ବ୍ୟବହାର ଏବଂ ଆକ୍ରମଣ ହୋଇଥିବା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri