Posted inଖେଳ

ଟପ୍‌ ୫ରେ ତିସିତ୍‌ସିପାସ୍‌

ଓ୍ବାଶିଂଟନ, ୩ା୮ (ଏଏଫ୍‌ପି)- ଏଠାରେ ଚାଲିଥିବା ଓ୍ବାଶିଂଟନ ଏଟିପି ଓପନ୍‌ ଟୁର୍ନାମେଣ୍ଟରେ ଭଲ ପ୍ରଦର୍ଶନ ଯୋଗୁ ତିନିଥର ଗ୍ରାଣ୍ଡସ୍ଲାମ ଚାମ୍ପିୟନ ଆଣ୍ଡି ମୁରେ ସିଙ୍ଗଲ୍ସକୁ ପ୍ରତ୍ୟାବର୍ତ୍ତନ କରିବେ ବୋଲି ଅଧିକ ସ୍ପଷ୍ଟ ହୋଇଛି। ଅନ୍ୟପକ୍ଷରେ ଗ୍ରୀସ୍‌ର ଷ୍ଟିଫାନସ ତିସିତ୍‌ସିପାସ୍‌ ବିଶ୍ୱର ଟପ୍‌ ୫ ଖେଳାଳିଙ୍କ ମଧ୍ୟରେ ସ୍ଥାନ ପକ୍କା କରିପାରିଛନ୍ତି। ୨୦୧୬ ରିଓ ଅଲିମ୍ପିକ୍ସ ଡବଲ୍ସ ଇଭେଣ୍ଟ ପରେ ବ୍ରିଟେନର ମୁରେ ପ୍ରଥମ ଥର ଏଠାରେ ତାଙ୍କ ଭାଇ ଜେମିଙ୍କୁ ପାର୍ଟନର କରି ଖେଳିଥିଲେ। କ୍ୱାର୍ଟରଫାଇନାଲରେ ସେମାନେ ଲଢୁଆ ପ୍ରଦର୍ଶନ କରିଥିଲେ ମଧ୍ୟ ନ୍ୟୁଜିଲାଣ୍ଡର ମାଇକେଲ ଭେନସ ଏବଂ ଦକ୍ଷିଣ ଆଫ୍ରିକାର ରାଭେନ୍‌ କ୍ଲାସେନ ଯୋଡ଼ିଙ୍କଠାରୁ ୬-୭ (୩/୭), ୭-୬ (୬/୮), ୧୦-୭ ସେଟ୍‌ରେ ହାରିଯାଇଥିଲେ। ୬ମାସ ପୂର୍ବେ ମୁରେଙ୍କ ଡାହାଣ ନିତମ୍ବରେ ଅସ୍ତ୍ରୋପଚାର ହୋଇଥିଲା। ତାଙ୍କ ଟେନିସକୁ ଫେରିବା ନେଇ ନାନା କଳ୍ପନାଜଳ୍ପନା ପ୍ରକାଶ ପାଇଥିଲା। ମୁରେ କହିଛନ୍ତି, ଆସନ୍ତା ୟୁଏସ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ସିଙ୍ଗଲ୍ସ ପ୍ରତିଯୋଗିତାରେ ଯେପରି ଅଂଶଗ୍ରହଣ କରିପାରିବି ସେଥିଲାଗି ଅଭ୍ୟାସ ଚଳାଇଛି। ଏହି ପ୍ରତିଯୋଗିତାରେ ଖେଳିପାରିବିକି ନା ତାହା ୧୦ ଦିନ ମଧ୍ୟରେ ସ୍ପଷ୍ଟ ହୋଇଯିବ। ଓ୍ବାଶିଂଟନ ଓପନ୍‌କୁ ୟୁଏସ୍‌ ଓପନ ଲାଗି ଟେନିସ ଖେଳାଳିମାନେ ଏକ ଓ୍ବାର୍ମଅପ୍‌ ଇଭେଣ୍ଟ ବୋଲି ବିବେଚନା କରନ୍ତି। ଟପ୍‌ ସିଡ୍‌ ତିସିତ୍‌ସିପାସ୍‌ ୧୦ମ ସିଡ୍‌ ତଥା ଫ୍ରେଞ୍ଚ ଖେଳାଳି ବେନଏଟ୍‌ ପାଇରେଙ୍କୁ ୭-୫, ୬-୦ରେ ପରାସ୍ତ କରି ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଫଳରେ ସୋମବାର ପ୍ରକାଶିତ ହେବାକୁଥିବା ବିଶ୍ୱ ର଼୍ୟାଙ୍କିଙ୍ଗ ତାଲିକାରେ ସେ ଜର୍ମାନୀର ଆଲେକ୍‌ଜାଣ୍ଡର ଜେଭ୍‌ରେଭ୍‌ଙ୍କୁ ପଛରେ ପକାଇ ୫ମ ସ୍ଥାନ ଅଧିକାର କରିନେବେ।


Enter your email to get our daily news in your inbox.

All Right Reserved By Dharitri.Com

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା…

କଟକ,୧୬।୮: ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ…

ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବାର ସମୀକ୍ଷା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ କହିଲେ…

କୋରାପୁଟ/ଜୟପୁର,୧୬ା୮(ଅମିତାଭ ବେହେରା/ପବନ ପାଣିଗ୍ରାହୀ): କୋରାପୁଟ ଜିଲାର ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୂତନ କ୍ରିଟିକାଲ କେୟାର ୟୁନିଟ୍‌ ଉଦ୍‌ଘାଟିତ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

କୂଳ ଲଙ୍ଘିଲା ବ୍ରାହ୍ମଣୀ ନଦୀ, ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା

ପଟ୍ଟାମୁଣ୍ଡାଇ,୧୬।୮(କଳ୍ପତରୁ ନାୟକ): ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା । ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍ କୁଳସାହି…

ତାତିଲେ ଚାଷୀ, ଜେସିବି ଲଗାଇ କାଟିଦେଲେ ଘାଇ, ପାଣିରେ ବୁଡ଼ିଲା ଶହଶହ ଏକର ଚାଷଜମି

ମହାକାଳପଡ଼ା,୧୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାନଦୀରେ ବନ୍ୟା ଓ ବର୍ଷା ଜଳ ଖରିଫ ଋତୁରେ ଧାନ ଫସଲ ପ୍ରଭାବିତ ହୋଇଛି। ଫଳରେ ୫ ହଜାରରୁ ଅଧିକ ହେକ୍ଟର ଜମିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri