ଟଳିବ ବାଣିଜ୍ୟ ଯୁଦ୍ଧ;ଚାଇନା-ଆମେରିକା କଥାବାର୍ତ୍ତା ପାଇଁ ରାଜି

ଓସାକା,୩୦-୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଚାଇନା ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ ଶନିବାର ଦୁଇ ଦେଶ ମଧ୍ୟରେ ଆରମ୍ଭ ହୋଇଥିବା ବାଣିଜ୍ୟ ଯୁଦ୍ଧକୁ ବନ୍ଦ କରିବା ପାଇଁ ରାଜି ହୋଇଛନ୍ତି। ଦୁଇ ନେତା ପୁନର୍ବାର କଥାବାର୍ତ୍ତା ଆରମ୍ଭ କରିବାକୁ ସହମତ ହୋଇଛନ୍ତି। ଏଥିସହିତ ଚାଇନା କମ୍ପାନୀ ହୁଆଇ ସହିତ ଆମେରିକା କମ୍ପାନୀଙ୍କ କାରବାର ଆରମ୍ଭ କରିବାକୁ ଅନୁମତି ଦିଆଯିବ ବୋଲି ଟ୍ରମ୍ପ ପ୍ରତିଶ୍ରୁତି ଦେଇଛନ୍ତି। ଦୁଇ ନେତାଙ୍କ ସହମତି ଯୋଗୁ ଦୀର୍ଘ ୧ ବର୍ଷ ଧରି ଚାଲିଥିବା ବାଣିଜ୍ୟ ଯୁଦ୍ଧର ପରିସମାପ୍ତି ଘଟିବ ବୋଲି ଆଶାକରାଯାଉଛି। ଏହାଦ୍ୱାରା ସାରା ବିଶ୍ୱ ଆଶ୍ୱସ୍ତ ହୋଇଛି। ଜି-୨୦ ଶିଖର ସମ୍ମିଳନୀରେ ଯୋଗ ଦେବା ଅବସରରେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଏବଂ ଚାଇନା ରାଷ୍ଟ୍ରପତି ଜିନ୍‌ପିଙ୍ଗ ପ୍ରାୟ ୮୦ ମିନିଟ ଧରି ବୈଠକରେ ବସିଥିଲେ। ବୈଠକ ଶେଷରେ ଟ୍ରମ୍ପ କହିଥିଲେ ଯେ, ଚାଇନା ସହିତ ବାଣିଜ୍ୟ ଆଲୋଚନାକୁ ପୁନର୍ବାର ଆରମ୍ଭ କରାଯିବ। ବୈଠକରେ ହୋଇଥିବା ଆଲୋଚନାକୁ ସେ ଚମତ୍କାର ବୋଲି ଦର୍ଶାଇଥିଲେ। ସେ କହିଥିଲେ ଯେ, ପୂର୍ବରୁ ଲାଗୁ ଟାରିଫ୍‌କୁ ପ୍ରତ୍ୟାହାର କରାଯିବ ନାହିଁ। କିନ୍ତୁ ଆମେରିକା ଆଗାମୀ ଦିନରେ ଚାଇନାର ଅନ୍ୟ ସାମଗ୍ରୀ ଉପରେ ଅତିରିକ୍ତ ଟାରିଫ ବୃଦ୍ଧି କରିବ ନାହିଁ। ଆମେରିକାର କୃଷିଜାତ ସାମଗ୍ରୀ ଚାଇନା କିଣିବାକୁ ରାଜି ହୋଇଛି। ଦୁଇ ଦେଶ ମଧ୍ୟରେ ଏ ସଂକ୍ରାନ୍ତରେ କୌଣସି ଚୁକ୍ତି ହେଲେ ଏହା ଐତିହାସିକ ହେବ ବୋଲି ଟ୍ରମ୍ପ କହିଥିଲେ। ଅନ୍ୟପକ୍ଷରେ ଚାଇନା ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଏହି ବୈଠକର ସଫଳତା ନେଇ ଖୁସି ବ୍ୟକ୍ତ କରାଯାଇଛି। ଚାଇନାର କମ୍ପାନୀଗୁଡ଼ିକ ପ୍ରତି ଆମେରିକା ଭଲ ବ୍ୟବହାର ପ୍ରଦର୍ଶନ କରିବ ବୋଲି ଜିନପିଙ୍ଗ ଆଶାବ୍ୟକ୍ତ କରିଛନ୍ତି ବୋଲି ତାଙ୍କ ବକ୍ତବ୍ୟକୁ ଉଦ୍ଧାର କରି ଜି-୨୦ରେ ଚାଇନାର ବୈଦେଶିକ ମନ୍ତ୍ରଣାଳୟ ଦୂତ ଓ୍ବାଙ୍ଗ ଜିଆଓଲୋଙ୍ଗ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…

ଗ୍ରୀଷ୍ମ ପ୍ରବାହ ଯୋଗୁ ବଢୁଛି ଆର୍ଥିକ ସଙ୍କଟ

ନୂଆଦିଲ୍ଲୀ, ୧୧ା୭ : ଜଳବାୟୁ ପରିବର୍ତ୍ତନଜନିତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଶ୍ୱବ୍ୟାପୀ ଶ୍ରମଜୀବୀଙ୍କ ଜୀବନ ଜୀବିକା ବିପନ୍ନ ହେବାରେ ଲାଗିଛି। ଏହାଫଳରେ ବିଶେଷକରି ପରିବାର ଚଳାଇବା…

ବିନା ପ୍ରେସ୍‌କ୍ରିପ୍ସନରେ ବିକ୍ରି ହେବନି ୧୨%ରୁ ଅଧିକ ଆଲ୍‌କୋହଲଯୁକ୍ତ ଔଷଧ

ନୂଆଦିଲ୍ଲୀ,୧୧ା୭: ଆଲ୍‌କୋହଲଯୁକ୍ତ ଔଷଧର ଦୁରୁପଯୋଗ ହେଉଥିବାରୁ ଏହାକୁ ରୋକିବା ପାଇଁ କେନ୍ଦ୍ର ସରକାର ଔଷଧ ପ୍ରସ୍ତୁତି ନିୟମ ଡ୍ରଗ୍ସ ରୁଲ୍‌ସ, ୧୯୪୫ରେ ସଂଶୋଧନ ଆଣିଛନ୍ତି। ୧୨ ପ୍ରତିଶତରୁ…

ଜୀବିତ ରୋଗୀଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଆଉ ତା’ପରେ…

କାମାକ୍ଷାନଗର, ୧୧।୭ (ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଜୀବିତ ରୋଗୀଙ୍କୁ ଚିକିତ୍ସା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri