ଟାଇଫଏଡ୍‌ର ମୁକ୍ତିଦାତା କିସ୍‌ମିସ୍‌

ଆୟୁର୍ବେଦ ଶାସ୍ତ୍ରାନୁଯାୟୀ ଦୈନିକ ଖାଦ୍ୟପେୟ ଉପରେ ଧ୍ୟାନ ଦେଲେ ଅନେକ ରୋଗ ଲାଗି ମେଡିକାଲ ଯିବାକୁ ପଡ଼ି ନ ଥାଏ। କାରଣ ପ୍ରାଥମିକ ଅବସ୍ଥାରେ ଅନେକ ସମସ୍ୟାକୁ ରୋକାଯାଇପାରେ। ହେଲେ ସ୍ବାସ୍ଥ୍ୟଗତ ସମସ୍ୟା ବଡ଼ରୂପ ନେଲେ ତାହାକୁ ରୋକିବା ସମ୍ଭବ ହୋଇ ନ ଥାଏ। କିସ୍‌ମିସ୍‌ ଏଭଳି ଏକ ଜିନିଷ, ଯାହାକୁ ଖାଇବା ଫଳରେ ଅନେକ ରୋଗରୁ ମୁକ୍ତି ମିଳିଥାଏ। ଜାଣନ୍ତୁ ସେ ସମ୍ପର୍କରେ କେତୋଟି କଥା…

ଟାଇଫଏଡ୍‌: ଦୀର୍ଘ ଦିନ ଧରି ଲାଗି ରହିଥିବା ଟାଇଫଏଡ୍‌ରୁ କିସ୍‌ମିସ୍‌ ମୁକ୍ତି ଦେଇଥାଏ। ରାତିରେ କ୍ଷୀରରେ ଏହାକୁ ଫୁଟାଇ ପିଇବା ଫଳରେ ଏହି ଜ୍ୱର ଭଲ ହୋଇଯାଇଥାଏ।

ଆଖି: ଏହା ଆଖି ଲାଗି ଅଧିକ ଫଳପ୍ରଦ ହୋଇଥାଏ। ଏହାକୁ ରାତିରେ ପାଣିରେ ଭିଜାଇ ସକାଳେ ଖାଇବା ଫଳରେ ଦୃଷ୍ଟିଶକ୍ତି ବଢ଼ିଥାଏ।

ଛୋଟପିଲାଙ୍କ ପାଇଁ: ଛୋଟ ପିଲାଙ୍କଠାରେ ରୋଗ ପ୍ରତିରୋଧକ ଶକ୍ତି କମ୍‌ ଥାଏ। ଫଳରେ ସେମାନେ ବାରମ୍ବାର ଅସୁସ୍ଥ ହୋଇଥାଆନ୍ତି। ଏହି ସମସ୍ୟାରୁ ରକ୍ଷା ପାଇବା ପାଇଁ ସେମାନଙ୍କୁ ଦୈନିକ ୫ ରୁ ୬ଟି କିସମିସ୍‌ ଖୁଆନ୍ତୁ।

ଗଳା: କିସ୍‌ମିସ୍‌ରେ ଥିବା ଆଣ୍ଟି ବ୍ୟାକ୍ଟେରିଆ ତତ୍ତ୍ୱ ଗଳାଜନିତ ସମସ୍ୟାକୁ ଦୂର କରିଥାଏ।

କୋଷ୍ଠକାଠିନ୍ୟରୁ ମୁକ୍ତି: ଏହା ପାଚନକ୍ରିୟାକୁ ମଜଭୁତ କରିବା ସହିତ କୋଷ୍ଠକାଠିନ୍ୟ ସମସ୍ୟାରୁ ମୁକ୍ତି ଦେଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri