Posted inଜାତୀୟ

ଟାଇମ୍‌ ମାଗାଜିନ୍‌ ତାଲିକାରେ ସାମିଲ ହେଲା ‘ଷ୍ଟାଚ୍ୟୁ ଅଫ୍‌ ୟୁନିଟି’

ନୁଆଦିଲ୍ଲୀ,୨୮।୮: ସାଧାରଣତଃ ଭାରତର ପର୍ଯ୍ୟଟନସ୍ଥଳୀଗୁଡ଼ିକ ବିଦେଶୀ ପର୍ଯ୍ୟଟକଙ୍କୁ ବେଶ୍‌ ଆକର୍ଷିତ କରିଥାଏ। ନିକଟରେ ଗୁଜରାଟରେ ତିଆରି ହୋଇଥିବା ‘ଷ୍ଟାଚ୍ୟୁ ଅଫ୍‌ ୟୁନିଟି’ ମଧ୍ୟ ଲୋକଙ୍କୁ ବେଶ୍‌ ଆକୃଷ୍ଟ କରିପାରିଛି। ଏହି କ୍ରମରେ ବିଶ୍ୱର ପ୍ରତିଷ୍ଠିତ ଟାଇମ୍‌ ମାଗାଜିନ୍‌ ପକ୍ଷରୁ ‘ବିଶ୍ୱର ପ୍ରମୁଖ ସ୍ଥାନ ୨୦୧୯’ର ଏକ ତାଲିକା ପ୍ରକାଶ ପାଇଛି। ଦ୍ୱିତୀୟ ବାର୍ଷିକ ତାଲିକାରେ ଗୁଜରାଟର ୫୯୭ ଫୁଟ ଉଚ୍ଚ ‘ଷ୍ଟାଚ୍ୟୁ ଅଫ ୟୁନିଟି’ ଏବଂ ମୁମ୍ବାଇର ‘ସୋହୋ’ ହାଉସ ‘ଟାଇମ’ ମାଗାଜିନ୍‌ରେ ଅନ୍ତର୍ଭୁକ୍ତ ହୋଇଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ କରି ଖୁସି ବ୍ୟକ୍ତ କରିଛନ୍ତି। ଏଥିସହ ସେ ଲେଖିଛନ୍ତି, ‘ଷ୍ଟାଚ୍ୟୁ ଅଫ ୟୁନିଟି’ ଟାଇମ ମାଗାଜିନ୍‌ର ତାଲିକା ୨୦୧୯ରେ ୧୦୦ତମ ଶ୍ରେଷ୍ଠ ସ୍ଥାନରେ ସାମିଲ ହେବା ଏହା ସମସ୍ତଙ୍କ ପାଇଁ ଏକ ଭଲ ଖବର। କିଛି ଦିନ ତଳେ ଏଠାକୁ ଗୋଟିଏ ଦିନରେ ୩୪,୦୦୦ ଲୋକ ଆସିଥିବା ବେଳେ ଧୀରେ ଧୀରେ ଏହା ଲୋକପ୍ରିୟ ପର୍ଯ୍ୟଟନସ୍ଥଳୀ ପାଲଟୁଥିବା ଜାଣି ବେଶ୍‌ ଖୁସି ଲାଗୁଛି ବୋଲି ମୋଦି କହିଛନ୍ତି। ଗୁଜରାଟର ନର୍ମଦା ନଦୀପଠାରେ ଅବସ୍ଥାପିତ ହୋଇଥିବା ବିଶ୍ୱର ସର୍ବୋଚ୍ଚ ପ୍ରତିମାରୁ ପର୍ଯ୍ୟଟକ ଆଖପାଖର ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଉପଭୋଗ କରିଥାନ୍ତି। ଅପରପକ୍ଷରେ ତାଲିକାଭୁକ୍ତ ହୋଇଥିବା ମୁମ୍ବାଇର ସୋହୋ ହାଉସ ୧୧ ମହଲା କୋଠା ହୋଇଥିବା ବେଳେ ଏହା ଉପରୁ ଆରବ ସାଗର ଦେଖାଯାଇଥାଏ। ଏଥିରେ ଏକ ଲାଇବ୍ରେରି, ୩୪ ଆସନ ବିଶିଷ୍ଟ ସିନେମା ହଲ୍‌ ଓ ଛାତ ଉପରେ ଏକ ବାର୍‌ ଏବଂ ସୁଇମିଂ ପୁଲ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ପାଣି): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଝଟ୍‌କା: ଆବେଦନ ଖାରଜ

ଭୁବନେଶ୍ୱର,୩୦।୯: : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ମହାପାତ୍ରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ବିଦ୍ୟାଭାରତୀଙ୍କ ପକ୍ଷରୁ ଦାଖଲ ହୋଇଥିବା…

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ନିଷ୍ପତ୍ତି, ଭୋଟର ଲିଷ୍ଟକୁ ନେଇ କହିଲେ ବଡ଼କଥା…

ନୂଆଦିଲ୍ଲୀ,୩୦।୯: ନିର୍ବାଚନ ଆୟୋଗ ‘ସ୍ପେଶାଲ ଇଣ୍ଟେନସିଭ ରିଭିଜନ’ (SIR) ପ୍ରକ୍ରିୟା ଶେଷ କରିସାରିଥିବା ରାଜ୍ୟଗୁଡ଼ିକରେ ନୂଆ ଭୋଟରମାନଙ୍କ ପାଇଁ ଫର୍ମ-୬ ସହିତ ଯୋଡ଼ା ଯାଇଥିବା ଅତିରିକ୍ତ ଘୋଷଣାନାମା…

ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍‌ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ…

ଦାଉ ସାଧୁଛି ମହାନଦୀ ବନ୍ୟା: ନଷ୍ଟ ହେଉଛି ଫସଲ, ଆନ୍ଦୋଳନ ଚେତାବନୀ ଦେଇ ଚାଷୀ କହିଲେ…

ମଜାକାଳପଡ଼ା,୩୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡ଼ାଶାଳୀ ସ୍ଲୁଇସ୍‌କ୍ରିକ ଖୋଲାପଡିଛି। ଏହାଦ୍ୱାରା ମହାନଦୀରେ ଆସିଥିବା ଚତୁର୍ଥ ବନ୍ୟା ଜଳ ପ୍ରବେଶ କରି ଚାଷୀଙ୍କ ଧାନ…

ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ବାଇକ୍‌ ଶୋ’ରୁମ୍‌

ବାଲେଶ୍ୱର, ୩୦।୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ବୁଧବାର ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ। ସହଦେବଖୁଣ୍ଟା ମ୍ୟୁନିସିପାଲ ହାଇସ୍କୁଲ ସମ୍ମୁଖରେ ଥିବା ଏକ ହିରୋ ବାଇକ ଶୋ-ରୁମରେ ପୂର୍ବାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?