ଟାଉନ୍‌ହଲ ପରିସର ପାଲଟିଛି ପାର୍କିଂସ୍ଥଳ, ପରିସ୍ରାଗାର

ପାରଳାଖେମୁଣ୍ଡି, ୫ା୩(ସ୍ବ.ପ୍ର.) ପାରଳାଖେମୁଣ୍ଡି ପୌର ପରିଷଦ ପକ୍ଷରୁ ୧୪ ନଂ. ଓ୍ବାର୍ଡସ୍ଥିତ ଟାଉନ୍‌ହଲ ନବୀକରଣ କାର୍ଯ୍ୟ ଚାଲିଥିବାବେଳେ ଏଥିରେ ଅହେତୁକ ବିଳମ୍ବ ହେଉଥିବା ଜଣାପଡ଼ିଛି। ଜିଲା ସଦରରେ ସରକାରୀଭାବେ ଏହା ଏକମାତ୍ର ହଲ୍‌। ଏହା ସାଙ୍ଗଠନିକ କାର୍ଯ୍ୟକ୍ରମ ସହ ଉତ୍ସବ କାର୍ଯ୍ୟରେ ବ୍ୟବହାର କରାଯାଇଥାଏ। ଏଥିରୁ ରାଜସ୍ବ ମଧ୍ୟ ଆଦାୟ ହୋଇଥାଏ। ହେଲେ ଗତ କିଛି ବର୍ଷ ହେଲା ଟାଉନ୍‌ହଲ ଅତ୍ୟନ୍ତ ଦୟନୀୟ ଅବସ୍ଥାରେ ରହିଥିବାବେଳେ ଏହାର ନବୀକରଣ କାର୍ଯ୍ୟ ଚାଲିଛି। ଏହାର ନବୀକରଣପାଇଁ ୨୧ଲକ୍ଷ ଟଙ୍କା ବ୍ୟୟମଞ୍ଜୁରୀ ହୋଇଥିବାବେଳେ ପାରିପାର୍ଶ୍ୱିକ ଅଞ୍ଚଳର ଉନ୍ନତି ପାଇଁ ୩୫ ଲକ୍ଷ ଟଙ୍କା ବ୍ୟୟ ଅଟକଳ କରାଯାଇଥିବା ପୌରପରିଷଦ ସୂତ୍ରରୁ ପ୍ରକାଶ ା ତେବେ କାର୍ଯ୍ୟରେ ବିଳମ୍ବ ଘଟୁଥିବାରୁ ଏହା ବ୍ୟବହାରଯୋଗ୍ୟ ହୋଇପାରୁନି। ଯଦ୍ଦ୍ବାରା ସନ୍ଧ୍ୟାରେ ଏହା ପରିସରରେ ଅସାମାଜିକ ତତ୍ତ୍ୱଙ୍କ ଆଡ୍ଡା ଜମୁଛି। ଏଥିସହ ଦୀର୍ଘ ଦିନ ହେଲା ଏହା ପରିସରକୁ ପାର୍କିଂସ୍ଥଳ ଏବଂ ପରିସ୍ରାଗାରଭାବେ ବ୍ୟବହାର କରାଯାଉଥିବା ନଜରକୁ ଆସିଛି। ଯଦ୍ଦ୍ବାରା ଏଠାରେ ଏକ ଖରାପ୍‌ ପରିବେଶ ସୃଷ୍ଟି କରୁଛି। ତେଣୁ ନବୀକରଣ କାର୍ଯ୍ୟ ଶୀଘ୍ର ସାରି ହଲ୍‌କୁ ବ୍ୟବହାରଯୋଗ୍ୟ କରିବା ସହ ଉପଯୁକ୍ତ ପରିଚାଳନା କରାଗଲେ ଏହାର ସୌନ୍ଦଯ୍ୟ ବୃଦ୍ଧି ପାଇବା ସହ ରାଜସ୍ବ ମଧ୍ୟ ବୃଦ୍ଧି ପାଇବ ବୋଲି ସହରର ଜନସାଧାରଣ ଓ ବୁଦ୍ଧିଜୀବୀଙ୍କ ମଧ୍ୟରେ ମତପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

ଦାଦନ ଖଟିବାକୁ ଯାଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ମୃତଦେହ ଆଣିବା ପାଇଁ ପ୍ରଶାସନକୁ ଗୁହାରି

ଗୁଣୁପୁର,୩୧।୫( ସୁଜାତା ପାଢ଼ୀ): ଆନ୍ଧ୍ରକୁ ଦାଦନ ଖଟିବାକୁ ଯାଇଥିବା ଗୁଣପୁର ବ୍ଳକ୍ ଶଗଡା ଗ୍ରାମର ଜୈନକ ଯୁବତୀ ବିଲମା ଗମାଙ୍ଗ (୨୬)ଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି…

ସିଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା, ସୁନ୍ଦରଗଡ଼ ଯାତ୍ରା କଲେ କେନ୍ଦୁଝର ଦଳ

କେନ୍ଦୁଝର,୩୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ, ଫୁଟବଲ ଆସୋସିଏସନ ଅଫ ଓଡିଶା ଏବଂ ସୁନ୍ଦରଗଡ଼ ଜିଲା କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ସିଏମ ଟ୍ରଫି…

କ୍ଷୀର ବିକ୍ରି କରି ଫେରୁଥିବା ବେଳେ ଧକ୍କା ଦେଇଥିଲା ବୁଲେଟ୍, ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୩୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ମା ‘ ତାରିଣୀ ମନ୍ଦିର ନିକଟ ରାସ୍ତାରେ ଗତ ଶୁକ୍ରବାର ସକାଳେ ବୁଲେଟ-ବାଇକ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri