ଟାଙ୍ଗିଆ ବେଣ୍ଟରେ ପିଟି ସ୍ତ୍ରୀଙ୍କୁ ହତ୍ୟା

ପାଟଣା,୨୩।୯(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟଠାରୁ ୧୯ କି.ମି. ଦୂର ଡୁମୁରିଆ ପଞ୍ଚାୟତର ଉପାନ୍ତ ଅଞ୍ଚଳ ବଣମହୁଲଡିହା ମୁଣ୍ଡା ସାହିରେ ରବିବାର ସାରେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହକୁ କେନ୍ଦ୍ର କରି ସ୍ବାମୀଙ୍କ ଆକମ୍ରଣରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ମାନି ମୁଣ୍ଡା(୫୦) ା ଖବର ମିଳିବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି ା ଅଭିଯୁକ୍ତ ସ୍ବାମୀ ସୁନିଆ ମୁଣ୍ଡା (୫୫)ଫେରାର ଅଛନ୍ତି ା
ମିଳିଥିବା ସୂଚନା ଅନୁଯାୟୀ, ସୁନିଆ ଓ ମାନିଙ୍କ ମଧ୍ୟରେ କୌଣସି କାରଣରୁ ବଚସା ହୋଇଥିଲା। ଧିରେ ଧିରେ ଦୁହିଁଙ୍କ ମଧ୍ୟରେ କଳହ ବଢ଼ିଥିଲା ା ଏଥିରେ ସୁନିଆ ଉତ୍‌କ୍ଷିପ୍ତ ହୋଇ ମାନିଙ୍କ ମୁଣ୍ଡକୁ ଟାଙ୍ଗିଆ ବେଣ୍ଟରେ ଆକ୍ରମଣ କରିଥିଲେ। ଫଳରେ ଘଟଣା ସ୍ଥଳରେ ହିଁ ମାନିଙ୍କ ମୃତ୍ୟୁ ଘଟିଥିଲା। ଗାଁ ଚୌକିଆଙ୍କଠାରୁ ଖବର ପାଇ ଘଟଗାଁ ଥାନାଧିକାରୀ ବନ୍ଦନା ପାତ୍ର ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି। ବଣମହୁଲଡ଼ିହା ଅଞ୍ଚଳରେ ଅବାଧରେ ବେଆଇନ ଦେଶୀ ମହୁଲି ମଦର କାରବାର ଯୋଗୁ ଏପରି ଘଟଣା ବାରମ୍ବାର ଘଟୁଥିବା ନଜିର ରହିଛି ା ଅଭିଯୁକ୍ତ ସୁନିଆ ଫେରାର ଅଛନ୍ତି ା ପୋଲିସ ତାଙ୍କୁ ଧରିବା ପାଇଁ ତନାଘନା ଚଳାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ମହତ୍ କାମ: ବାଲୁଙ୍କୀ ଦାଶ ସ୍ମୃତି ପାଠାଗାର ଜମିକୁ ଜିଲା ପ୍ରଶାସନକୁ ହସ୍ତାନ୍ତରଣ କଲେ…

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ଅଧିନରେ ରହିଥିବା ସ୍ଥାନୀୟ ସରକାରୀ ଡ଼ାକ୍ତରଖାନା ସମ୍ମୁଖସ୍ଥ ବାଲୁଙ୍କୀ ଦାଶ ସ୍କୃତି ପାଠାଗାର ଜମିକୁ ବୁଧବାର ଜିଲା…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri