ଟାଟା ହସ୍ପିଟାଲ ହେବ ଆଇସୋଲେଟେଡ୍‌ ଡାକ୍ତରଖାନା

ଛତ୍ରପୁର,୨୬ା୩(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାକୁ ବାହାର ରାଜ୍ୟରୁ ଆସିଥିବା ୧୫,୩୭୭ ଏବଂ ବିଦେଶରୁ ଆସିଥିବା ୩୭୨ ଜଣଙ୍କର ପ୍ରତ୍ୟହ ସ୍ବାସ୍ଥ୍ୟାବସ୍ଥା ତଦାରଖ କରାଯିବ। ଶୀତଳାପଲ୍ଲୀସ୍ଥିତ ଟାଟା ମେମୋରିଆଲ ହସ୍ପିଟାଲକୁ କରୋନା ଆଇସୋଲେଟେଡ ଡାକ୍ତରଖାନା ରୂପେ ବ୍ୟବହାର କରାଯିବ। ସେଠାରେ ଅନ୍ୟୁନ ୧୦୦ ରୋଗୀଙ୍କ ପାଇଁ ତୁରନ୍ତ ବେଡ ବ୍ୟବସ୍ଥା କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ପରବର୍ତ୍ତୀ ବେଡଗୁଡିକର ସୁବ୍ୟବସ୍ଥା ସ୍ବଳ୍ପ ସମୟ ମଧ୍ୟରେ କରାଯିବ। ଜିଲାପାଳ ଏହାକୁ ତଦାରଖ କରୁଛନ୍ତି। ଅନ୍ୟପକ୍ଷରେ ଜିଲା ଲକ୍‌ଡାଉନ୍‌ରେ ଥିବା ବେଳେ ଯେଉଁମାନେ ଏହାକୁ ହାଲ୍‌କା ଭାବେ ନେଇ ବାଇକ୍‌ ଧରି ବୁଲୁଛନ୍ତି, ସେମାନଙ୍କ ବାଇକ୍‌ ଓ ମୋବାଇଲ ଫୋନ ଜବତ କରିବାକୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଗୁରୁବାର ନିର୍ଦ୍ଦେଶ ଦେଇଛନ୍ତି। ଅଧିକ ମାତ୍ରାରେ ରୋଡ ବ୍ୟାରିକେଡିଂ କରାଯିବ। ବିଡିଓ, ତହସିଲଦାର ଏବଂ ଥାନା ଭାରପ୍ରାପ୍ତ ଅଧିକାରୀ ସମ୍ପୂର୍ଣ୍ଣ ବ୍ଲକ ଅଞ୍ଚଳକୁ ଆବଣ୍ଟିତ କରି ତଦାରଖ କରିବେ। ବୟସ୍କ ବ୍ୟକ୍ତି ବାହାରକୁ ନ ବାହାରିବା ପାଇଁ ଅନୁରୋଧ କରାଯାଇଛି। ଏଥିସହ ପ୍ରତ୍ୟେକ ପରିବାର ମୁଖ୍ୟମନ୍ତ୍ରୀଙ୍କ ଘୋଷିତ ଶପଥ ପାଠ କରିବାକୁ ଜିଲାପାଳ କହିଛନ୍ତି । ପ୍ରତ୍ୟେକ ଗ୍ରାମସ୍ତରରେ ୫ ସ୍ବେଚ୍ଛାସେବୀ ଏବଂ ପଞ୍ଚାୟତଚ୍‌ସ୍ତରରେ ୨୦ ସ୍ବେଚ୍ଛାସେବୀ ଚିହ୍ନଟ କରି ସଜାଗ ରଖିବାକୁ କୁହାଯାଇଛି। ଯେଉଁମାନଙ୍କର କ୍ବାରେଣ୍ଟାଇନ ଅବଧି ସରୁଛି, ସେମାନଙ୍କୁ ମଧ୍ୟ ବାହାରେ ବୁଲିବାକୁ ବାରଣ କରାଯାଇଛି। କେହି ଯେପରି ଭୋକିଲା ନ ରୁହନ୍ତି, ବିଡିଓ ତାହା ତଦାରଖ କରିବେ। ଅତ୍ୟାବଶ୍ୟକୀୟ ସାମଗ୍ରୀ ପରିବହନ କରୁଥିବା ୪ ଚକିଆ ଏବଂ ୩ ଚକିଆ ଯାନକୁ ସଂପୃକ୍ତ ଉପଜିଲାପାଳଙ୍କ ସ୍ତରରେ ଅନୁମତିପତ୍ର ଦିଆଯିବ। କୌଣସି ବ୍ୟକ୍ତି ଯଦି ଅନୁମତି ପତ୍ରର ଅସଦ ବ୍ୟବହାର କରନ୍ତି ତେବେ ତାଙ୍କ ବିରୋଧରେ ଫୌଜଦାରୀ ଆଇନ ଲାଗୁ କରାଯିବ। ସାହି ବସ୍ତିରେ ସ୍ବୟଂ ସହାୟିକା ଗୋଷ୍ଠୀ ଉପଯୁକ୍ତ ସୁରକ୍ଷା ବ୍ୟବସ୍ଥା ସହ ପରିବା ବିକ୍ରୟ କରିବେ। ବ୍ୟବସାୟୀମାନେ ସହରର ବିଭିନ୍ନ ଅଞ୍ଚଳରେ ଉପଯୁକ୍ତ ଦୂରତ୍ୱ ବଜାୟ ରଖି ପରିବା ବିକ୍ରି କରିବାକୁ କୁହାଯାଇଛି। କରୋନାର ବିଭୀଷିକାକୁ ହୃଦୟଙ୍ଗମ କରି ପ୍ରତ୍ୟେକ ବ୍ୟକ୍ତି ଶୃଙ୍ଖଳିତ ସୈନିକ ଭାବେ ଏହି ଲଢ଼େଇରେ ସାମିଲ ହେବାକୁ ଜିଲାପାଳ ନିବେଦନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri