Posted inଜାତୀୟ

‘ଟିଆର୍‌ଏସ୍‌ର ୨୦-୩୦ ବିଧାୟକଙ୍କୁ କିଣିବାକୁ ଚେଷ୍ଟା କରୁଛି ଭାଜପା’

ହାଇଦ୍ରାବାଦ୍‌,୩୦।୧୦: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ ଟିଆରଏସ ବିଧାୟକ କିଣିବାକୁ ଭାଜପା ଚେଷ୍ଟା କରୁଥିବା ରବିବାର ଅଭିଯୋଗ କରିଛନ୍ତି। ମୁନୁଗୋଡେ ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ଏକ ରାଲିକୁ ସମ୍ବୋଧିତ କରି କେସିଆର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି। କେସିଆର କହିଛନ୍ତି, ଭାଜପା ୨୦-୩୦ଜଣ ଟିଆରଏସ ବିଧାୟକଙ୍କୁ ୧୦୦ କୋଟି ଲେଖାଏ ଟଙ୍କା ଦେଇ କିଣିବାକୁ ଚେଷ୍ଟା କରୁଛି। ମୁଁ ନରେନ୍ଦ୍ର ମୋଦି ଜୀଙ୍କୁ ପଚାରୁଛି, ଏତେ ନିଷ୍ଠୁରତା କାହିଁକି, ଆପଣ କେତେ ଶକ୍ତି ଚାହୁଁଛନ୍ତି? ଆପଣ ପୂର୍ବରୁ ଦୁଇଥର ନିର୍ବାଚିତ ହୋଇସାରିଛନ୍ତି, ତେବେ କାହିଁକି ଅନ୍ୟ ରାଜ୍ୟର ସରକାରଙ୍କୁ ଭାଙ୍ଗୁଛନ୍ତି। କିନ୍ତୁ ଟିଆରଏସ୍‌ ବିଧାୟକ ଟଙ୍କା ଲୋଭରେ ଭାଜପାକୁ ଯିବାକୁ ଚାହାନ୍ତି ନାହାନ୍ତି। ମୋଦି ଜୀ ଜଣେ ବିଶ୍ୱଗୁରୁ ନୁହଁନ୍ତି, ସେ ଜଣେ ବିଷ ଗୁରୁ।
ସୂଚନାଯୋଗ୍ୟ, ନିକଟରେ ଚାରି ଜଣ ଟିଆରଏସ ବିଧାୟକଙ୍କୁ ପ୍ରଲୋଭନ ଦେଖାଇବାକୁ ଚେଷ୍ଟା କରିଥିବା ତିନି ଜଣ ବ୍ୟକ୍ତିଙ୍କୁ ଗିରଫ କରାଯାଇ ନ୍ୟାୟିକ ହେପାଜତକୁ ପଠାଯାଇଛି। ଏହାର ଗୋଟିଏ ଦିନ ପରେ ତେଲେଙ୍ଗାନା ସିଏମ କେସିଆର ଭାଜପାକୁ ଟାର୍ଗେଟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଅନୁମତି ବିନା ମଦ୍ୟପାନ କଲେ ସ୍ବାମୀଙ୍କୁ ହେବ ଜେଲ୍‌! ଜାଣନ୍ତୁ କ’ଣ କହୁଛି ଆଇନ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ଆସିବା ସହିତ, ଦେଶ ଏବଂ ବିଶ୍ୱରେ ଏକ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ପାର୍ଟି ଏବଂ ଉତ୍ସବରେ ମଦ୍ୟପାନ କରିବା ସାଧାରଣ କଥା।...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍‌ଦାର ପ୍ରସ୍ତୁତି

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍‌ଦାର କରାଯାଉଛି। ୪ଦିନ ଧରି...

ନୂଆବର୍ଷରେ ବଡ଼ ପ୍ରତିଜ୍ଞା କରିଦେଲେ ଅନୁପମ ଖେର: ପ୍ରଶଂସକ ଚକିତ

ବଲିଉଡ ନୂଆବର୍ଷକୁ ଜୋରଦାର୍‌ ସ୍ବାଗତ କରିଛି। କିଏ ନିଜ ପରିବାର ସହିତ ସମୟ ବିତାଉଛନ୍ତି, ଆଉ କିଏ ମନ୍ଦିରରେ ପ୍ରାର୍ଥନା କରି ଆଶୀର୍ବାଦ ନେଉଛନ୍ତି। ଅଭିନେତା...

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

‘୧୦ ବର୍ଷର ପ୍ରାର୍ଥନା ପରେ ଜନ୍ମ ହୋଇଥିଲା ପୁଅ…’, ଦୂଷିତ ପାଣି ପିଇ…

ଇନ୍ଦୋର,୧।୧: ମଧ୍ୟପ୍ରଦେଶର ଇନ୍ଦୋରର ଭାଗୀରଥପୁର ଅଞ୍ଚଳର ମରାଠୀ ମୋହଲ୍ଲାରେ ଦୂଷିତ ପାଣି ପିଇ ଜଣେ ଛଅ ମାସର ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହା...

ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି, ଏହି ଦିନ ଆସିବା ନେଇ ଭକ୍ତ ଦାସଙ୍କ ସୂଚନା

ଭୁବନେଶ୍ୱର,୧।୧: ଆସନ୍ତା ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ତେବେ ମାର୍ଚ୍ଚ...

ବିମାନ ଉଡ଼ାଇବା ପୂର୍ବରୁ ମଦ ପିଇଦେଇଥିଲେ ଏୟାରଇଣ୍ଡିଆ ପାଇଲଟ: ଆଉ ତା’ପରେ…

ଓଟାଓ୍ବା,୧।୧: କାନାଡାର ଭାନକୁଭର ବିମାନବନ୍ଦରରେ ଜଣେ ଏୟାର ଇଣ୍ଡିଆ ପାଇଲଟଙ୍କୁ ନିଶାସକ୍ତ ଅବସ୍ଥାରେ ଅଟକ ରଖାଯାଇଛି। ଡିସେମ୍ବର ୨୩, ୨୦୨୫ରେ ଭାନକୁଭର-ଦିଲ୍ଲୀ (ଭିଏନା ଦେଇ) ଉଡ଼ାଣ...

ନୂଆବର୍ଷରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ବର ନିକୋ ପାର୍କର…

ଭୁବନେଶ୍ୱର,୧।୧: ରାଜଧାନୀ ଭୁବନେଶ୍ବରରେ ଥିବା ନିକୋ ପାର୍କର ହେବ ନବକଳେବର । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ୩ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri