Posted inଜାତୀୟ

‘ଟିଆର୍‌ଏସ୍‌ର ୨୦-୩୦ ବିଧାୟକଙ୍କୁ କିଣିବାକୁ ଚେଷ୍ଟା କରୁଛି ଭାଜପା’

ହାଇଦ୍ରାବାଦ୍‌,୩୦।୧୦: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ ଟିଆରଏସ ବିଧାୟକ କିଣିବାକୁ ଭାଜପା ଚେଷ୍ଟା କରୁଥିବା ରବିବାର ଅଭିଯୋଗ କରିଛନ୍ତି। ମୁନୁଗୋଡେ ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ଏକ ରାଲିକୁ ସମ୍ବୋଧିତ କରି କେସିଆର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି। କେସିଆର କହିଛନ୍ତି, ଭାଜପା ୨୦-୩୦ଜଣ ଟିଆରଏସ ବିଧାୟକଙ୍କୁ ୧୦୦ କୋଟି ଲେଖାଏ ଟଙ୍କା ଦେଇ କିଣିବାକୁ ଚେଷ୍ଟା କରୁଛି। ମୁଁ ନରେନ୍ଦ୍ର ମୋଦି ଜୀଙ୍କୁ ପଚାରୁଛି, ଏତେ ନିଷ୍ଠୁରତା କାହିଁକି, ଆପଣ କେତେ ଶକ୍ତି ଚାହୁଁଛନ୍ତି? ଆପଣ ପୂର୍ବରୁ ଦୁଇଥର ନିର୍ବାଚିତ ହୋଇସାରିଛନ୍ତି, ତେବେ କାହିଁକି ଅନ୍ୟ ରାଜ୍ୟର ସରକାରଙ୍କୁ ଭାଙ୍ଗୁଛନ୍ତି। କିନ୍ତୁ ଟିଆରଏସ୍‌ ବିଧାୟକ ଟଙ୍କା ଲୋଭରେ ଭାଜପାକୁ ଯିବାକୁ ଚାହାନ୍ତି ନାହାନ୍ତି। ମୋଦି ଜୀ ଜଣେ ବିଶ୍ୱଗୁରୁ ନୁହଁନ୍ତି, ସେ ଜଣେ ବିଷ ଗୁରୁ।
ସୂଚନାଯୋଗ୍ୟ, ନିକଟରେ ଚାରି ଜଣ ଟିଆରଏସ ବିଧାୟକଙ୍କୁ ପ୍ରଲୋଭନ ଦେଖାଇବାକୁ ଚେଷ୍ଟା କରିଥିବା ତିନି ଜଣ ବ୍ୟକ୍ତିଙ୍କୁ ଗିରଫ କରାଯାଇ ନ୍ୟାୟିକ ହେପାଜତକୁ ପଠାଯାଇଛି। ଏହାର ଗୋଟିଏ ଦିନ ପରେ ତେଲେଙ୍ଗାନା ସିଏମ କେସିଆର ଭାଜପାକୁ ଟାର୍ଗେଟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ସାରା ଜୀବନ ପାଇଁ ଅମର ହୋଇଗଲେ ହରେକୃଷ୍ଣ ରାଉତ

ରାଜନଗର, ୨୨।୬( ଭାସ୍କର ରାଉତରାୟ) : ରାଜନଗର ବ୍ଲକ ଅନ୍ତର୍ଗତ ବାଲିସାହି ପାଟଣା ପଞ୍ଚାୟତର ଧାନଦିଆ ଗ୍ରାମର ବାସିନ୍ଦା ହରେକୃଷ୍ଣ ରାଉତ ଏକ ଅଟୋ ଧକ୍କାରେ ଗୁରୁତର…

କେସିଙ୍ଗା ଏନ୍‌ଏସିର ୧- ୨ ନମ୍ବର ୱାର୍ଡରେ ଜବରଦଖଲ ଉଚ୍ଛେଦ; ପ୍ରଥମେ ନିଜ ଘର ଭାଙ୍ଗିଲେ ନଗରପାଳ, କାର୍ଯ୍ୟକୁ ପ୍ରଶଂସା କଲେ…

କେସିଙ୍ଗା, ୨୩.୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ୧୯୬୫ ମସିହାରେ ଗଠିତ ହୋଇଥିଲା। କେସିଙ୍ଗା ଏନ୍‌ଏସି ଅନ୍ତର୍ଗତ ବଗାଡ଼ ଅଞ୍ଚଳର…

ରାସନ କାର୍ଡଧାରୀଙ୍କ ପାଇଁ ଖୁସି ଖବର; ଏଣିକି ଲମ୍ୱା ଲାଇନରୁ ମିଳିବ ମୁକ୍ତି, ଏଟିଏମ କାର୍ଡରେ ମିଳିବ……

ନୂଆଦିଲ୍‌ଲୀ,୨୩।୬: ସମଗ୍ର ଦେଶରେ ରାସନ ବ୍ୟବସ୍ଥାର ସୁପରିଚାଳନା ପାଇଁ ସରକାର ବହୁ ପଦକ୍ଷେପ ଗ୍ରହଣ କରୁଛନ୍ତି । ତେବେ ନିକଟରେ ସରକାର କିଛି ଏମିତି ସୁବିଧା ଲାଗୁ…

ହାତ ମିଳାଇଲେ ଚାଇନା-ବାଂଲାଦେଶ; ବର୍ଡରରେ ବଢିଲା ଭାରତର ଚିନ୍ତା!

ନୂଆଦିଲ୍‌ଲୀ,୨୩।୬: ଦକ୍ଷିଣ ଏସିଆର ପ୍ରତିରକ୍ଷା ବଜାର (ଡିଫେନ୍ସ ମାର୍କେଟ)ରେ ଏବେ ଜୋରଦାର ହଲଚଲ ଦେଖିବାକୁ ମିଳିଛି। ପାକିସ୍ତାନକୁ ଅନୁସରଣ କରି ଏବେ ବାଂଲାଦେଶ ମଧ୍ୟ ଚାଇନାର ଲଢ଼ୁଆ…

ଧରିତ୍ରୀରେ ଖବର ପ୍ରକାଶ ପରେ ଅସହାୟ ପରିବାରକୁ ଭେଟିଲେ ନୀଳମାଧବ ସିଂ ଦେଓ: ପ୍ରଦାନ କଲେ ସହାୟତା….

ରିଷିଡା, ୨୩।୬ (ସୁଶାନ୍ତ ମଲ୍ଲିକ): କିଛି ଦିନ ତଳେ ଧରିତ୍ରୀ ଖବରକାଗଜରେ ଏକ ଅସହାୟ ପରିବାରର ଦୁଃଖଦ ଅବସ୍ଥା ସମ୍ପର୍କରେ ଖବର ପ୍ରକାଶିତ ହୋଇଥିଲା। କଳାହାଣ୍ଡି ଜିଲା …

TMCର କମାଣ କାହା ହାତରେ? ମମତା ଖେଳିଲେ ବଡ଼ ଗେମ୍‌! ସମସ୍ତେ କାବା…

ନୂଆଦିଲ୍ଲୀ,୨୩।୬: ତୃଣମୂଳ କଂଗ୍ରେସ (TMC)ରେ ବିଦ୍ରୋହ ପରେ ଏବେ ଦଳ ଉପରେ କାହାର ନିୟନ୍ତ୍ରଣ ରହିବ, ସେ ନେଇ ଲଢ଼େଇ ଆରମ୍ଭ ହୋଇଯାଇଛି। ଟିଏମସିର କମାଣ କାହା…

IPL ଇତିହାସର ସବୁଠାରୁ ବଡ଼ ଡିଲ୍‌: LSGରୁ ଅଲଗା ହେଲେ ରିଷଭ ପନ୍ତ

ନୂଆଦିଲ୍ଲୀ,୨୩।୬: ରିଷଭ ପନ୍ତ ଲକ୍ଷ୍ନୌ ସୁପର ଜାଏଣ୍ଟସରୁ ଅଲଗା ହୋଇ ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିଛନ୍ତି। ପନ୍ତଙ୍କ ନିଜ ପୂର୍ବ ଦଳକୁ ଫେରିବା ଏକ ଟ୍ରେଡ୍‌ ଡିଲ୍‌ ମାଧ୍ୟମରେ…

ରାଘବ ଚଢାଙ୍କୁ କ୍ୟାବିନେଟ ମନ୍ତ୍ରୀ ଅଫର୍‌! ହଠାତ୍‌ ଦିଲ୍ଲୀରୁ ଫେରି…

ନୂଆଦିଲ୍ଲୀ,୨୩।୬: ପଞ୍ଜାବ ଗସ୍ତରେ ଯାଇଥିବା ଭାରତୀୟ ଜନତା ପାର୍ଟି (BJP)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ ହଠାତ ଦିଲ୍ଲୀ ଫେରି ଆସିଛନ୍ତି। ଚଣ୍ଡୀଗରେ ସେ ପଞ୍ଜାବର ରାଜ୍ୟପାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri