Posted inଜାତୀୟ

ଟିଏମ୍‌ସି-ଏନ୍‌ସିପି-ସିପିଆଇର ରାଷ୍ଟ୍ରୀୟ ମାନ୍ୟତା ହୋଇପାରେ ରଦ୍ଦ

ନୂଆଦିଲ୍ଲୀ,୧୭।୭: ନିର୍ବାଚନରେ କରାଯାଇଥିବା ପ୍ରଦର୍ଶନ ଆଧାରରେ ଟିଏମ୍‌ସି, ଏନ୍‌ସିପି ଏବଂ ସିପିଆଇର ରାଷ୍ଟ୍ରୀୟ ମାନ୍ୟତା ରଦ୍ଦ ହେବା ଆଶଙ୍କା ସୃଷ୍ଟି ହୋଇଛି। ଏହି ୩ ରାଜନୈତିକ ଦଳଙ୍କୁ ନିର୍ବାଚନ ଆୟୋଗ କାରଣ ଦର୍ଶାଅ ନୋଟିସ୍‌ ଜାରି କରିବେ ବୋଲି କୁହାଯାଉଛି। ଏନେଇ ନିର୍ବାଚନ ଆୟୋଗ ପ୍ରସ୍ତୁତି ଆରମ୍ଭ କରିଛନ୍ତି। କାହିଁକି ସେମାନଙ୍କର ରାଷ୍ଟ୍ରୀୟ ମାନ୍ୟତା ରଦ୍ଦ କରା ନ ଯିବ ଏନେଇ ନିର୍ବାଚନ ଆୟୋଗ କାରଣ ଦର୍ଶାଅ ନୋଟିସ୍‌ ଜାରି କରିବା ଲାଗି ଯୋଜନା କରୁଛନ୍ତି। ସୂଚନାଯୋଗ୍ୟ, ୧୯୬୮ ନିର୍ବାଚନ ନିୟମ ଅନୁସାରେ ଯଦି କୌଣସି ରାଜନୈତିକ ଦଳ ୪ ଅବା ଏହାଠାରୁ ଅଧିକ ରାଜ୍ୟରେ ଲୋକ ସଭା ଅଥବା ବିଧାନସଭା ନିର୍ବାଚନରେ ସର୍ବନିମ୍ନ ୬ ପ୍ରତିଶତ ଭୋଟ ହାସଲ କରେ ତେବେ ତାହାକୁ ରାଷ୍ଟ୍ରୀୟ ମାନ୍ୟତା ପ୍ରଦାନ କରାଯିବ। ଅପରପକ୍ଷରେ ସମ୍ପୃକ୍ତ ରାଜନୈତିକ ଦଳ ଲୋକସଭାରେ ୪ଟି ଆସନ ହାସଲ କରିଥିବେ ଅବା ଲୋକସଭାରେ ୨ ପ୍ରତିଶତ ଆସନ ସହିତ ୩ ରାଜ୍ୟରେ ଏହାର ସଦସ୍ୟ ନିର୍ବାଚନରେ ଜିଣିଥିଲେ ସମ୍ପୃକ୍ତ ଦଳକୁ ରାଷ୍ଟ୍ରୀୟ ମାନ୍ୟତା ମିଳିପାରିବ। ପୂର୍ବରୁ ବିଏସ୍‌ପି ଏହି ତାଲିକାରେ ଥିଲା। ତେବେ ଲୋକ ସଭା ନିର୍ବାଚନରେ ଭଲ ପ୍ରଦର୍ଶନ ଯୋଗୁ ଏହା ଉପରେ ଥିବା ସଙ୍କଟ ଟଳି ଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଇ ସହ ସାଙ୍ଗ ହୋଇ ଭଉଣୀଙ୍କୁ କଲେ ପ୍ରେମ: ମା’ ଶୋଇଥିବା ବେଳେ ଯୁବତୀଙ୍କୁ ଡାକିନେଇ…

ଦିଗପହଣ୍ଡି,୧୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅଧୀନ ଏକ ଗାଁରୁ ଜଣେ ୨୧ ବର୍ଷୀୟା ଯୁବତୀ ଆକସ୍ମିକ ଭାବେ ଘରୁ ନିଖୋଜ ହୋଇଯାଇଥିବା ଅଭିଯୋଗ…

୧୧ବର୍ଷରେ ପ୍ରଥମ ଥର ମୋଦି ସରକାରଙ୍କୁ ଜୋରଦାର ଝଟ୍‌କା, ପାସ୍‌ ପରିପାରିଲେନି ଗୋଟିଏ ବି ବିଲ୍‌

ନୂଆଦିଲ୍ଲୀ,୧୭।୪: ସଂସଦର ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଶୁକ୍ରବାର ସଂଧ୍ୟାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଭିଭାଷଣ ପରେ, ମହିଳା ସଂରକ୍ଷଣ ବିଲ (ସମ୍ୱିଧାନ ୧୩୧ତମ…

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

ସ୍କୁଲ-କଲେଜ ଛୁଟି ଘୋଷଣା

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ବଢ଼ି ଚାଲିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଗତ ୪ ଦିନ ହେବ ଜିଲାରେ ପ୍ରାୟ ୪୧ରୁ ୪୨ ଡିଗ୍ରୀ ଉପରେ…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri