ଟିକସ ବୃଦ୍ଧି ପ୍ରସଙ୍ଗରେ ୩ ଅଧିକାରୀଙ୍କୁ ଚାର୍ଜଶିଟ୍‌

ନୂଆଦିଲ୍ଲୀ,୨୯।୪: ଅତି ଧନୀଙ୍କ ଉପରେ ଟିକସ ବୃଦ୍ଧି କରିବା ନେଇ ସରକାରଙ୍କୁ ଭାରତୀୟ ରାଜସ୍ବ ସେବା(ଆଇଆର୍‌ଏସ୍‌)ର ୫୦ ଜଣ ଅଧିକାରୀ କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ(ସିବିଡିଟି)କୁ ପ୍ରସ୍ତାବ ଦେଇଥିଲେ। ଆୟକରରେ ବୃଦ୍ଧି ନେଇ ମଧ୍ୟ ପ୍ରସ୍ତାବ ରହିଥିଲା। ଏହି ପ୍ରସ୍ତାବ ଲୋକଙ୍କ ମଧ୍ୟରେ ଆଶଙ୍କା ସୃଷ୍ଟି କରିଥିବା ବେଳେ ଏହାକୁ ସରକାର ଖାରଜ କରିଦେଇଛନ୍ତି। ଉକ୍ତ ରିପୋର୍ଟ ଦେଇଥିବା ୩ ବରିଷ୍ଟ ଅଧିକାରୀଙ୍କ ବିରୋଧରେ ସିବିଡିଟି ପକ୍ଷରୁ ସୋମବାର ଚାର୍ଜଶିଟ୍‌ ଜାରି କରାଯାଇଛି। ଅଫିସିଆଲ ଚ୍ୟାନେଲରେ ବୋର୍ଡକୁ ରିପୋର୍ଟ ପଠାଇବା ପରିବର୍ତ୍ତେ ଅଫିସର ସୋସିଆଲ ମିଡିଆରେ ଏହାକୁ ପ୍ରଘଟ କରିଥିଲେ। ସେହିଭଳି ୫୦ଜଣ ଅଧିକାରୀଙ୍କୁ ପଥଭ୍ରଷ୍ଟ କରିଥିବା ମଧ୍ୟ ସିବିଡିଟି ପକ୍ଷରୁ କୁହାଯାଇଛି। ଦେଶର ଅର୍ଥ ବ୍ୟବସ୍ଥା ବର୍ତ୍ତମାନ ଚ୍ୟାଲେଞ୍ଜିଂ ସମୟ ଦେଇ ଗତି କରୁଥିବାରୁ ଏଭଳି କାର୍ଯ୍ୟ ଦ୍ୱାରା ଲୋକଙ୍କ ମଧ୍ୟରେ ଆଶଙ୍କା ସୃଷ୍ଟି କରିଥିବାରୁ ପ୍ରଥମେ ଅଧିକାରୀଙ୍କୁ ତାଗିଦ କରାଯାଇଥିଲା। ଏହି ଘଟଣାର ତଦନ୍ତ କରିବାକୁ ସରକାରଙ୍କ ପକ୍ଷରୁ କୁହାଯାଇଥିଲା। ଏହାକୁ ବିଚାର କରି ସିବିଡିଟି ଚାର୍ଜଶିଟ ଜାରି କରିଛି ବୋଲି ପ୍ରକ୍ରିୟା ସହ ଜଡିତ ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ଚାର୍ଜଶିଟ ଜାରି ହୋଇଥିବା ଅଧିକାରୀଙ୍କ ମଧ୍ୟରେ ୧୯୮୮ ବ୍ୟାଚ୍‌ ଆଇଆର୍‌ଏସ୍‌ ପ୍ରଶାନ୍ତ ଭୂଷଣ, ୨୦୦୧ ବ୍ୟାଚ୍‌ ଆଇଆର୍‌ଏସ୍‌ ପ୍ରକାଶ ଦୁବେ, ୧୯୮୯ ଆଇଆର୍‌ଏସ୍‌ ସଞ୍ଜୟ ବାହାଦୁର ରହିଛନ୍ତି। ଭୂଷଣ ଆଇଆର୍‌ଏସ୍‌ ସଂଘର ସାଧାରଣ ସମ୍ପାଦକ ଥିବା ବେଳେ ଦୁବେ ଯୁଗ୍ମ ସମ୍ପାଦକ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଲେକ୍ଟ୍ରୋନିକ୍ସ ହବ୍ ହେବ ଭାରତ: ଘରୋଇ ଉତ୍ପାଦନ ବୃଦ୍ଧି ପାଇଁ କେନ୍ଦ୍ର ସରକାରଙ୍କ ୪.୬ ବିଲିୟନ ଡଲାର ଅନୁଦାନ

ନୂଆଦିଲ୍ଲୀ,୨ା୧: ଭାରତ ସରକାର ଦେଶର ଇଲେକ୍ଟ୍ରୋନିକ୍ସ ଯୋଗାଣ ଶୃଙ୍ଖଳାକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଶୁକ୍ରବାର ଆଇଟି (IT) ମନ୍ତ୍ରଣାଳୟ...

ଯିବାକୁ ପଡିବନି RTO: ଏଣିକି ଘରେ ବସି ରିନ୍ୟୁ ହେବ ଡ୍ରାଇଭିଂ ଲାଇସେନ୍ସ, ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨।୧: ଯଦି ଆପଣଙ୍କର ଡ୍ରାଇଭିଂ ଲାଇସେନ୍ସ (DL) ୨୦୨୬ରେ ଶେଷ ହେବାକୁ ଯାଉଛି, ତେବେ ଚିନ୍ତା କରିବାର କୌଣସି ଆବଶ୍ୟକତା ନାହିଁ। ଭାରତରେ ଆପଣଙ୍କର ଡ୍ରାଇଭିଂ...

ନୂଆବର୍ଷରେ ଖୁସି ଖବର, ଶସ୍ତା ହେଲା ଘରୋଇ ଗ୍ୟାସ

ନୂଆଦିଲ୍ଲୀ,୨।୧: ନୂଆବର୍ଷ ଆରମ୍ଭ ହେବା ପୂର୍ୱରୁ, ଗ୍ୟାସ ଗ୍ରାହକଙ୍କ ପାଇଁ ଏକ ଖୁସି ଖବର। ସାର୍ୱଜନୀନ କ୍ଷେତ୍ରର କମ୍ପାନୀ ଗେଲ ଗ୍ୟାସ ଲିମିଟେଡ ଘରୋଇ ରୋଷେଇ...

ଏହି ନୂଆବର୍ଷରେ ଘର ତିଆରି ହେବ ମହଙ୍ଗା, ବୃଦ୍ଧି ପାଇବ ସିମେଣ୍ଟ ଦର, ବ୍ୟାଗ୍‌ ପିଛା…

ନୂଆଦିଲ୍ଲୀ,୨ା୧: ନୂଆବର୍ଷ ଅବସରରେ ମୁଦ୍ରାସ୍ଫୀତି ସମ୍ପର୍କରେ ନିରାଶାଜନକ ଖବର ଆସିଛି। ପ୍ରକୃତରେ କମ୍ପାନୀଗୁଡ଼ିକ ସିମେଣ୍ଟର ମୂଲ୍ୟ ବୃଦ୍ଧି କରିବାକୁ ପ୍ରସ୍ତୁତ ହେଉଛନ୍ତି। ଏକ ରିପୋର୍ଟ ଅନୁଯାୟୀ,...

LICକୁ ଲାଗିଲା ଝଟକା: ୨ ଦିନରେ ବୁଡିଗଲା ୧୧୪୦୦ କୋଟି ଟଙ୍କା, ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୧: ସରକାରଙ୍କ ସିଗାରେଟ୍‌ ବିଡ଼ି ଏବଂ ପାନ ମସଲା ଗୁଟଖାର ମୂଲ୍ୟ ବୃଦ୍ଧି ନିଷ୍ପତ୍ତି ପରେ, ITC ଶେୟାରରେ ତୀବ୍ର ହ୍ରାସ ଘଟୁଛି। ଏହା ଉଲ୍ଲେଖନୀୟ...

ଡିସେମ୍ବରରେ ବଢ଼ିଲା GST ସଂଗ୍ରହ: ୧.୭୪ ଲକ୍ଷ କୋଟି ଟଙ୍କା ଛୁଇଁଲା ରାଜସ୍ୱ

ନୂଆଦିଲ୍ଲୀ,୧।୧: ଦେଶରେ ବସ୍ତୁ ଓ ସେବା କର (GST) ସଂଗ୍ରହ କ୍ଷେତ୍ରରେ ପୁଣି ଉତ୍ସାହଜନକ ଅଭିବୃଦ୍ଧି ଦେଖିବାକୁ ମିଳିଛି। ଗତ ନଭେମ୍ବର ମାସର ମନ୍ଥରତା ପରେ...

ସିଗାରେଟ୍‌, ବିଡ଼ି, ପାନ ମସଲା ହେବ ମହଙ୍ଗା: ଏହି ତାରିଖରୁ ଲାଗୁ ହେବାକୁ ଯାଉଛି ନୂଆ TAX

ନୂଆଦିଲ୍ଲୀ,୧।୧: ଯଦି ସିଗାରେଟ, ବିଡ଼ି, ପାନ ମସଲା ଇତ୍ୟାଦି ଆପଣଙ୍କ ଅଭ୍ୟାସର ଅଂଶ ଏବଂ ଆପଣ ଏହା ବିନା କିଛି ଅଭାବ ଅନୁଭବ କରୁଛନ୍ତି, ତେବେ...

Stock Market Today: ନୂଆବର୍ଷର ପ୍ରଥମ ଦିନରେ ଉପର ମୁହାଁ ଷ୍ଟକ ମାର୍କେଟ, ମାଲେମାଲ ନିବେଶକ

ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନ, ଜାନୁଆରୀ ୧, ୨୦୨୬ ରେ ଭାରତୀୟ ଷ୍ଟକ୍ ବଜାର ଜୋରଦାର ଆରମ୍ଭ ହୋଇଛି । ସକାଳ ପ୍ରାୟ ୯ଟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri