ଟିକିରି ଶିକ୍ଷୟିତ୍ରୀ ଇତିଶ୍ରୀ ହତ୍ୟା ମାମଲା: ହାଇକୋର୍ଟରେ ଅଭିଯୁକ୍ତ ଦଣ୍ଡସେନାଙ୍କ ଜାମିନ ଖାରଜ

କଟକ ଅଫିସ୍‌, ୧୪।୮: ବହୁ ଚର୍ଚ୍ଚିତ ଟିକିରି ଶିକ୍ଷୟିତ୍ରୀ ଇତିଶ୍ରୀ ପ୍ରଧାନ ହତ୍ୟା ମାମଲାରେ ନିମ୍ନ ଅଦାଲତରେ ଦୋଷୀ ସାବ୍ୟସ୍ତ ହୋଇ ଆଜୀବନ କାରାଦଣ୍ଡ ଭୋଗୁଥିବା ଅଭିଯୁକ୍ତ ନେତ୍ରାନନ୍ଦ ଦଣ୍ଡସେନାଙ୍କ ଜାମିନ ଆବେଦନକୁ ମଙ୍ଗଳବାର ହାଇକୋର୍ଟ ଖାରଜ କରିଦେଇଛନ୍ତି। ସ୍ବାସ୍ଥ୍ୟଗତ ସମସ୍ୟା ଦର୍ଶାଇ ପୂର୍ବତନ ଏସ୍‌ଆଇ ତଥା ଅଭିଯୁକ୍ତ ଦଣ୍ଡସେନା ଜାମିନ ପାଇଁ ଆବେଦନ କରିଥିଲେ। ତେବେ ବିଚାରପତି ଜଷ୍ଟିସ୍‌ ଏସ୍‌.କେ. ମିଶ୍ର ଏବଂ ବିଚାରପତି ଜଷ୍ଟିସ ଡକ୍ଟର ଏ.କେ. ମିଶ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଜାମିନ ଆବେଦନକୁ ନାମଞ୍ଜୁର କରିବା ସହ ତାଙ୍କ ସ୍ବାସ୍ଥ୍ୟଗତ ରିପୋର୍ଟ କୋର୍ଟରେ ଦାଖଲ କରିବା ଲାଗି ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାରେ ପୂର୍ବରୁ ଦଣ୍ଡସେନାଙ୍କୁ ନିମ୍ନ ଅଦାଲତ ଦୋଷୀ ସାବ୍ୟସ୍ତ କରିଥିବାବେଳେ ସେ ପୁନଃ ବିଚାର ଲାଗି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।
ମାମଲାର ବିବରଣୀରୁ ପ୍ରକାଶ ଯେ, ରାୟଗଡ଼ା ଜିଲା କାଶୀପୁର ବ୍ଲକର ଟିକିରି ବିଦ୍ୟାଳୟରେ ଠିକା ଶିକ୍ଷୟିତ୍ରୀ ଭାବେ ଇତିଶ୍ରୀ କାର୍ଯ୍ୟରତ ଥିଲେ। ୨୦୧୩ ଅକ୍ଟୋବର ୨୭ତାରିଖରେ ତାଙ୍କୁ କିରୋସିନ ଢ଼ାଳି ଜାଳି ଦିଆଯାଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ଟିକିରି ଓ ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ମାତ୍ର ତାଙ୍କ ଅବସ୍ଥା ଅତି ସଙ୍କଟାପନ୍ନ ଥିବାରୁ ପରବର୍ତ୍ତୀ ସମୟରେ ବିଶାଖାପାଟଣାକୁ ସ୍ଥାନାନ୍ତରିତ କରାଯାଇଥିଲା। ସେହିବର୍ଷ ନଭେମ୍ବର ୧ତାରିଖରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ମୃତ୍ୟୁ ପୂର୍ବରୁ ସେ ପୂର୍ବତନ ସ୍କୁଲ୍‌ ଏସ୍‌ଆଇ ଦଣ୍ଡସେନାଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ କରିଥିଲେ। ଏହି ଘଟଣାରେ ରାଜ୍ୟ ସରକାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଥିବାବେଳେ ସୁପ୍ରିମକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ ହୋଇଥିଲା। ଏହି ଆଧାରରେ ସୁପ୍ରିମକୋର୍ଟ ଘଟଣାର ସିବିଆଇ ତଦନ୍ତ ଲାଗି ନିର୍ଦ୍ଦେଶ ଦେଇଥିଲେ। ପରେ ଦଣ୍ଡସେନାଙ୍କୁ ଗିରଫ କରାଯାଇଥିଲା। ରାୟଗଡ଼ା ଜିଲା ଓ ଦୌରା ଜଜ୍‌ ୨୦୧୬ ଏପ୍ରିଲ ୨୬ରେ ତାଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଥିଲେ। ସେ ଏହି ରାୟକୁ ଚ୍ୟାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ରାଜ୍ୟ କ୍ୟାବିନେଟ୍‌ ବୈଠକ: ୩୩ ପ୍ରସ୍ତାବକୁ ମୋହର

ଭୁବନେଶ୍ୱର,୨୨।୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ଗୁରୁବାର ଶେଷ ହୋଇଛି । ବୈଠକରେ ମୋଟ୍‌ ୩୩ଟି ପ୍ରସ୍ତାବ...

ଭୁବନେଶ୍ୱରରୁ ଆଜି ପୁଣି ୩୨ ପଜିିଟିଭ୍‌ ଚିହ୍ନଟ: ୨୭ ସୁସ୍ଥ

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶୁକ୍ରବାର ଆଉ ୩୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯ ଜଣ ରହିଥିବା ବେଳେ ଲୋକାଲ କେସ୍‌...

କାମ ଦେଉନି ଅକ୍ଷୟ ଶକ୍ତି ନୀତି

ଭୁବନେଶ୍ୱର, ୮ା୧୦(ବ୍ୟୁରୋ):ଦେଶ ତଥା ରାଜ୍ୟରେ ଶକ୍ତି ଚାହିଦା ବେଳକୁ ବେଳ ବୃଦ୍ଧି ପାଇବାରେ ଲାଗିଛି। ପାରମ୍ପରିକ ଶକ୍ତିଗୁଡ଼ିକ ଉପରେ ଚାପ ବୃଦ୍ଧି ପାଇବା ସହ ଉତ୍ପାଦନ...

୧୩ ରାଉଣ୍ଡ ସୁଦ୍ଧା ବୌଦ୍ଧରେ ବିଜେଡି ଆଗୁଆ

ବୌଦ୍ଧ,୨୩।୫: ୧୩ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବୌଦ୍ଧ ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ପ୍ରଦୀପ ଅମାତ ଆଗରେ ଅଛନ୍ତି। ପ୍ରଦୀପ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ...

ଅସୁସ୍ଥତା କାରଣ ଦର୍ଶାଇଲେ ସୁମିତ

ଆସିକା,୧୫।୧୨(ଡି.ଏନ.ଏ.): ଡାକ୍ତର ସୁମିତ ସାହୁ ଓ ସ୍ତ୍ରୀ ତପସ୍ବିନୀ ଦାଶଙ୍କ ମଧ୍ୟରେ ଲାଗି ରହିଥିବା ପାରିବାରିକ ବିବାଦର କୌଣସି ସମାଧାନ ହୋଇପାରିନାହିଁ। ବ୍ରହ୍ମପୁର ଏସ୍‌ଡିଜେଏମ୍‌ କୋର୍ଟଙ୍କ...

ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୦ା୧(ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ଅଧୀନରେ କାର୍ଯ୍ୟରତ ମୋଟ ୧୬୯ ଜଣ...

ପ୍ରବଳ ବର୍ଷା, ଜନଜୀବନ ଅସ୍ତବ୍ୟସ୍ତ

ଭୁବନେଶ୍ୱର,୨୬ା୮(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖାପଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ମଙ୍ଗଳବାର ଆହୁରି ଘନୀଭୂତ ହୋଇଛି। ଲଘୁଚାପ ଯୋଗୁ ସୋମବାର ରାତିରୁ...

ଘୂର୍ଣ୍ଣିବଳୟ: ଉପକୂଳ ଓଡ଼ିଶାରେ ବଢ଼ିବ ବର୍ଷା

ଭୁବନେଶ୍ୱର, ୬ା୭(ବ୍ୟୁରୋ): ଓଡ଼ିଶା ଏବଂ ଛତିଶଗଡ଼ ଉପରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ପରିମାଣ...

Advertisement
Archives

Model This Week