ଟିକ୍‌ଟକ୍‌, ଚିତ୍ରକଳାରେ କରୋନା ସଚେତନତା: ଯୁକ୍ତ ଦୁଇ ଛାତ୍ରୀ ଅଙ୍କିତାଙ୍କ ନିଆରା ପ୍ରୟାସ

ପୁରୀ ଅଫିସ, ୪ା୫: ମହାମାରୀ କରୋନା ବିରୋଧରେ ଲଢୁଛି ସମଗ୍ର ବିଶ୍ୱ। ଏହି ଲଢେଇ ମଇଦାନରେ କିଏ ଆଗ ଧାଡ଼ିରେ ଛିଡ଼ା ହୋଇଛି ତ ପୁଣି କେହି ଘରେ ରହି ବି ଏଥିରେ ସାମିଲ ହୋଇଛି। ଏମିତି ଜଣେ କମ୍‌ ବୟସର ନିଆରା ଯୋଦ୍ଧା ହେଉଛନ୍ତି ପୁରୀ ଗଙ୍ଗାରାମ ନୂଆସାହିର ଅଙ୍କିତା ଦାସ। ଏବେ ସେ ନରେନ୍ଦ୍ରକୋଣ ମହିଳା ମହାବିଦ୍ୟାଳୟର ଯୁକ୍ତ ଦୁଇ ଛାତ୍ରୀ। ସେ କଳା ମାଧ୍ୟମରେ ସଚେତନତାର ବାର୍ତ୍ତା ବାଣ୍ଟୁଛନ୍ତି। ମା’ ଦୁର୍ଗତିନାଶିନୀଙ୍କ ଚିତ୍ରକଳାକୁ ନେଇ ପ୍ରସ୍ତୁତ କରିଛନ୍ତି ଟିକ୍‌ଟକ୍‌। ଏଥିରେ ମା’ କିପରି ବିଭିନ୍ନ ଅସ୍ତ୍ରଶସ୍ତ୍ରରେ ସଜ୍ଜିତ ହୋଇ କରୋନା ଭୂତାଣୁକୁ ହତ୍ୟା କରୁଛନ୍ତି ତାହା ଦେଖିବାକୁ ମିଳୁଛି। କେବଳ ଟିକ୍‌ଟକ ନୁହେଁ, ଚିତ୍ରକଳା ମାଧ୍ୟମରେ ବି ଲୋକଙ୍କୁ ସଚେତନ କରିଛନ୍ତି। ଅତ୍ୟାବଶ୍ୟକ କାମ ନ ଥିଲେ ଘରୁ ବାହାରିବା ନାହିଁ, ଘରୁ ବାହାରିଲେ ମୁହଁରେ ମାସ୍କ ପିନ୍ଧିବା, ହାତକୁ ବାରମ୍ବାର ସାବୁନରେ ଧୋଇବା, ସାମାଜିକ ଦୂରତ୍ୱ ରକ୍ଷା କରିବା, ବାହାରେ ନ ବୁଲିବା ଓ ସାନିଟାଇଜର ବ୍ୟବହାର ଆଦିକୁ ନେଇ ଚିତ୍ରକଳା ଏବଂ ଟିକ୍‌ଟକ୍‌ ପ୍ରସ୍ତୁତ କରି ସୋସିଆଲ ମିଡିଆରେ ଛାଡ଼ି ଏସବୁକୁ ମାନିବା ପାଇଁ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି। କରୋନା ଯୋଦ୍ଧା ଭାବେ ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ପୋଲିସ, ସଫେଇ କର୍ମଚାରୀ, ଗଣମାଧ୍ୟମ ପ୍ରତିନିଧିଙ୍କୁ ସମ୍ମାନ ମଧ୍ୟ ଜଣାଇଛନ୍ତି ଅଙ୍କିତା। ସେହିପରି ରାଜ୍ୟ ବାହାରେ ଫସିରହିଥିବା ଲୋକଙ୍କୁ ଟିକ୍‌ଟକରେ ଅଭିନୟ ଜରିଆରେ ଧୈର୍ଯ୍ୟର ସହ ଅପେକ୍ଷା କରିବାକୁ ଅନୁରୋଧ କରିଛନ୍ତି। ତେବେ କଥାରେ ଅଛି ଛୁରୀର ଦୁଇଟି ଧାର। ଡାକ୍ତର ହାତରେ ପଡ଼ିିଲେ ଶହ ଶହ ଜୀବନ ବଞ୍ଚାଏ, ମାତ୍ର ଅସାମାଜିକ ବ୍ୟକ୍ତି ହାତରେ ପଡ଼ିଲେ ଅନେକ ଜୀବନ ଚାଲିଯାଏ। ଆଜିର ଯୁବପିଢି ସୋସିଆଲ ମିଡ଼ିଆ, ଟିକ୍‌ଟକ ଆଦିକୁ କେଉଁ ଢଙ୍ଗରେ ବ୍ୟବହାର କରୁଛନ୍ତି ତାହା କାହାରିକୁ ଅଛପା ନାହିଁ। କିନ୍ତୁ କରୋନା ପାଇଁ ଟିକ୍‌ଟକକୁ ସମାଜର ହିତ ପାଇଁ ଏଭଳି ଭାବେ ବ୍ୟବହାର କରାଯାଇପାରିବ ବୋଲି ଅଙ୍କିତା କରି ଦେଖାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ବାହୁନି ବାହୁନି କାନ୍ଦୁଛନ୍ତି ପତ୍ନୀ, ଅନ୍ଧକାରରେ ୩ ପିଲାଙ୍କ ଭବିଷ୍ୟତ; ଗୋଆରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ, ଏବେ… 

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଯାଇଥିଲେ। ହେଲେ କାରଖାନାରେ ଅଘଟଣ ଘଟିବା ଯୋଗୁ ଚାଲିଗଲା ଜୀବନ। ଏବେ ରୋଜଗାରିଆ ପୁଅଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri