ବ୍ରହ୍ମପୁର ଅଫିସ,୮ା୯-ସରକାରୀ ଯୋଜନାରେ ମାଗଣାରେ ଯୋଗାଣ ହେଉଥିବା ଟିଟାନସ ଡିପ୍ଥେରିଆ (ଟିଡ଼ି) ଟିକା ନେଇ ବ୍ରହ୍ମପୁରର ଏକ ଘରୋଇ ସ୍କୁଲର ଦୁଇଜଣ ଛାତ୍ରୀ ଅଚେତ ହୋଇପଡ଼ିଛନ୍ତି । ସ୍କୁଲ କର୍ତ୍ତୃପକ୍ଷ ଉଭୟ ଛାତ୍ରୀଙ୍କୁ ଉଦ୍ଧାର କରି ଏମ୍କେସିଜି ମେଡିକାଲରେ ଭର୍ତ୍ତି କରିଛନ୍ତି। ଉଭୟଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ଥିବା ନେଇ ଜିଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡିଏମ୍ଓ) ଡ଼ା. ବିଜୟ କୁମାର ପାଣିଗ୍ରାହୀ ସୂଚନା ଦେଇଛନ୍ତି। ଏହି ଘଟଣା ପ୍ରଚାରିତ ହେବା ପରେ ଟିକା ନେବାକୁ ଛାତ୍ରୀଛାତ୍ରମାନେ ଭୟଭୀତ ହୋଇ ପଡ଼ିଛନ୍ତି। ଅନ୍ୟପଟେ ଅଭିଭାବକ ମହଲରେ ଏହାକୁ ନେଇ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି । ଟିଡି ଟିକାର ପାର୍ଶ୍ୱ ପ୍ରତିକ୍ରିୟା ଯୋଗୁ ଛାତ୍ରୀମାନେ ଅଚେତ ହୋଇପଡ଼ିଥିଲେ କିମ୍ବା ଅନ୍ୟ କୌଣସି କାରଣରୁ ହୋଇଥିବ ତାହା ସ୍ପଷ୍ଟ ହୋଇପାରୁ ନ ଥିବା ଅଭିଭାବକମାନେ କହିଛନ୍ତି । ସେପଟେ ସିଡିଏମ୍ଓ ଡ଼ା. ପାଣିଗ୍ରାହୀ କହିଛନ୍ତି, ଇଞ୍ଜେକ୍ସନ ଦେବା ବେଳେ କେତେକ ଛାତ୍ରୀଛାତ୍ର ଡ଼ରି ଯାଇଥିଲେ । ସେମାନଙ୍କ ମଧ୍ୟରୁ ଦୁଇଜଣ ୧୦ମ ଶ୍ରେଣୀ ଛାତ୍ରୀ ଇଞ୍ଜେକ୍ସନ ନେବା ପରେ ଅଚେତ ହୋଇପଡ଼ିଥିବା ଅନୁମାନ କରାଯାଉଛି। ସେ ଆହୁରି କହିଛନ୍ତି, ଏହି ସ୍କୁଲ ବ୍ୟତୀତ ଅନ୍ୟ କୌଣସି ବିଦ୍ୟାଳୟରେ ଏଭଳି ଖବର ମିଳିନାହିଁ ।
ପୂର୍ବରୁ ସରକାରଙ୍କ ତରଫରୁ ସ୍ବାସ୍ଥ୍ୟ ବିଭାଗ ମାଧ୍ୟମରେ ଛାତ୍ରୀଛାତ୍ରମାନଙ୍କୁ ଟିଡି ଟିକା ଦିଆଯାଉଥିଲା। ବର୍ତ୍ତମାନ ତାହା ପରିବର୍ତ୍ତନ କରାଯାଇ ୧୪ ରୁ ୧୬ ବର୍ଷ ବୟସ୍କ ଛାତ୍ରୀଛାତ୍ରଙ୍କୁ ଏହି ଟିକା ଦିଆଯାଉଛି । ସେ ଅନୁଯାୟୀ, ଗଞ୍ଜାମ ଜିଲାରେ ମଧ୍ୟ ଶନିବାର ମାଗଣାରେ ସ୍ବାସ୍ଥ୍ୟ ବିଭାଗ ତରଫରୁ ଉଭୟ ସରକାରୀ ଓ ଘରୋଇ ବିଦ୍ୟାଳୟଗୁଡ଼ିକରେ ପଢ଼ୁଥିବା ଛାତ୍ରୀଛାତ୍ରମାନଙ୍କୁ ଏହି ଟିକା ଦିଆଯାଇଥିଲା। ଜିଲା ସ୍ବାସ୍ଥ୍ୟ ବିଭାଗ ଟିମ୍ ପୃଥକ୍ ଭାବେ ବିଭିନ୍ନ ବିଦ୍ୟାଳୟକୁ ଯାଇ ଛାତ୍ରୀଛାତ୍ରମାନଙ୍କୁ ଏହି ଟିକା ଦେଇଥିଲେ। ସ୍ଥାନୀୟ ଶିବାନନ୍ଦ ନଗରସ୍ଥିତ ମା’ ସରସ୍ବତୀ ବିଦ୍ୟା ମନ୍ଦିରକୁ ସ୍ବାସ୍ଥ୍ୟ ବିଭାଗର ଏକ ଟିମ୍ ଶନିବାର ଯାଇଥିଲେ। ସେଠାରେ ଅଧ୍ୟୟନ କରୁଥିବା ୧୦ମ ଶ୍ରେଣୀର ଛାତ୍ରୀଛାତ୍ରମାନଙ୍କୁ ଟିକା ଦିଆଯାଇଥିଲା। ଏହା ପରେ ୨ଜଣ ଛାତ୍ରୀ ସ୍ନେହା ମହାନ୍ତି ଓ ସ୍ରଷ୍ଟା ସତରୂପା ପାଢ଼ୀ ହଠାତ୍ ଚେତାଶୂନ୍ୟ ହୋଇପଡ଼ିଥିଲେ । ଏହା ଦେଖି ଅନ୍ୟ ଛାତ୍ରୀଛାତ୍ରମାନେ ଭୟଭୀତ ହୋଇ ପଡ଼ିଥିଲେ । ଗୁରୁମା ଗୁରୁଜୀମାନେ ତୁରନ୍ତ ଅଚେତ ଛାତ୍ରୀ ଦ୍ୱୟଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ନଗର ଚିକିତ୍ସାଳୟ(ସିଟି ହସ୍ପିଟାଲ)ରେ ଭର୍ତ୍ତି କରିଥିଲେ । ହେଲେ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ଡ଼ାକ୍ତର ସେମାନଙ୍କୁ ଏମ୍କେସିିଜି ମେଡିକାଲକୁ ସ୍ଥାନାନ୍ତର କରିଥିଲେ। ଉଭୟ ଛାତ୍ରୀଛାତ୍ରଙ୍କୁ କାଜୁଆଲଟିରେ ପ୍ରାଥମିକ ଚିକିତ୍ସା କରାଯାଇଥିଲା । କିଛି ସମୟ ପରେ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ବାଭାବିକ ହୋଇଥିଲା । ଖବର ପାଇ ସ୍ବାସ୍ଥ୍ୟ ବିଭାଗର ଏକ ଟିମ୍ ସେଠାରେ ପହଞ୍ଚତ୍ ଉଭୟ ଛାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ। ବର୍ତ୍ତମାନ ଛାତ୍ରୀଦ୍ୱୟଙ୍କ ଅବସ୍ଥାରେ ସୁଧାର ଆସିଥିବା ସିଡିଏମ୍ଓ ପାଣିଗ୍ରାହୀ କହିଛନ୍ତି। ଅନ୍ୟପଟେ ଜିଲା ଶିକ୍ଷାଧିକାରୀ (ଡିଇଓ) ଡ଼. ସନାତନ ପଣ୍ଡା ଖବର ପାଇ ଏମ୍କେସିଜି ମେଡିକାଲରେ ପହଞ୍ଚତ୍ ଛାତ୍ରୀମାନଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିଛନ୍ତି। ସେମାନେ ସୁସ୍ଥ ଥିବା ସେ କହିଛନ୍ତି ।
Posted inଆମ ଜିଲା ଖବର, ଗଞ୍ଜାମ View All
ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ
ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...
ଡାକକୋଟା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ‘ପିଏମ୍ ଶ୍ରୀ ଉତ୍ସବ’ ପାଳିତ
ଥୁଆମୂଳ ରାମପୁର,୨୨।୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଡାକକୋଟା ସ୍ଥିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ‘ପିଏମ୍ ଶ୍ରୀ...
ପରିମଳ କର୍ମଚାରୀଙ୍କ ଅନର୍ଦ୍ଦିିଷ୍ଟ କାଳ କାର୍ଯ୍ୟବନ୍ଦ ଆନ୍ଦୋଳନ
କବିସୂର୍ଯ୍ୟନଗର,୨୨ା୧୨(କୃପାସିନ୍ଧୁ ସ୍ୱାଇଁ): ୧୦ ମାସର ବକେୟା ଦରମା ପ୍ରଦାନ ଓ ଛଟେଇ ନିଷ୍ପତ୍ତି ପ୍ରତ୍ୟାହାର ଦାବିନେଇ କବିସୂର୍ଯନଗର ଏନ୍ଏସିର ପରିମଳ କର୍ମଚାରୀମାନେ ଅନର୍ଦ୍ଦିିଷ୍ଟ କାଳ ପାଇଁ...
ଦୁର୍ବ୍ୟବହାର ପ୍ରତିବାଦରେ ଡାକ୍ତର, କର୍ମଚାରୀଙ୍କ ଧାରଣା
କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମେଡ଼ିକାଲ ଅଫିସର ଓ ଡାକ୍ତରଙ୍କୁ କେତେଜଣ ବ୍ୟକ୍ତି ଦୁର୍ବ୍ୟବହାର ପ୍ରଦର୍ଶନ କରିବା ପ୍ରତିବାଦରେ ସୋମବାର...
ବଡ଼ଦିନ ପାଳନ ପାଇଁ ଚଳଚଞ୍ଚଳ କନ୍ଧମାଳ: ପୋଲିସ ପାଟ୍ରୋଲିଂକୁ କରାଯିବ କଡାକଡ଼ି
ଦାରିଙ୍ଗବାଡି, ୨୨ା୧୨ (ଅରୁଣ ସାହୁ): ଆଉ ମାତ୍ର ୨ ଦିନ ପରେ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ହେବ। ଏଥିପାଇଁ ସବୁଠି ଆନନ୍ଦର ଲହରି ଦେଖା ଦେଇଛି।...
ଅତିଷ୍ଠ ହେଉଛି ସାମାଜିକ ବାସନ୍ଦ: ପରିବାର ସହ ଇଚ୍ଛାମୃତ୍ୟୁ ପାଇଁ ଅନୁମତି ମାଗିଲେ ବ୍ୟକ୍ତି
ଦିଗପହଣ୍ଡି,୨୨।୧୨: ଦୀର୍ଘ ଏକ ବର୍ଷରୁ ଅଧିକ ସମୟ ଧରି ସାମାଜିକ ବାସନ୍ଦର ଶିକାର ହୋଇ ଶେଷରେ ଜିଲା ପ୍ରଶାସନ ନିକଟରେ ଗୁହାରି କରିଛନ୍ତି ଜଣେ ବ୍ୟକ୍ତି।...
ବ୍ରାହ୍ମଣୀ ନଦୀରେ ବୁଡ଼ି ଯୁବତୀଯୁବକଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ
ବଣାଇଁ, ୨୨/୧୨(ପ୍ରଦୀପ ତ୍ରିପାଠୀ):- ସୁନ୍ଦରଗଡ ଜିଲ୍ଲା ଚାନ୍ଦିପୋଷ ଥାନାର ବିରତୋଳା ମନ୍ଦିର ନିକଟରେ ବ୍ରାହ୍ମଣି ନଦୀରେ ଅଭାବନୀୟ ଘଟଣା । ବ୍ରାହ୍ମଣି ନଦୀରେ ବୁଡି ଯୁବତୀଯୁବକଙ୍କ...
ମହିଳା କର୍ମଚାରୀଙ୍କୁ ଅଶ୍ଳିଳ ବ୍ୟବହାର: କଲେଜ ସଂପାଦକ ଗିରଫ
ବଲାଙ୍ଗିର,୨୨।୧୨(ସୁନିଲ କୁମାର ମହାନ୍ତି): ମହିଳା କର୍ମଚାରୀଙ୍କୁ ଅଶ୍ଳୀଳ ବ୍ୟବହାର ଓ ଧମକଚମକ ଦେବା ଅଭିଯୋଗରେ ଜଣେ ଘରୋଇ କଲେଜର ସମ୍ପାଦକଙ୍କୁ ଗିରଫ କରିଛି ପୋଲିସ। ଗିରଫ...
Archives


