Posted inଖେଳ

ଟିଭି ଉପସ୍ଥାପକ ହେଲେ କୋହଲି

ଆଣ୍ଟିଗୁଆ, ୨୨।୮: ଏକ ଭିନ୍ନ ଅନ୍ଦାଜ୍‌ରେ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି। କ୍ରିକେଟ ଛାଡି ତାଙ୍କୁ ଏବେ ଟିଭି ଉପସ୍ଥାପକ ଭୂମିକାରେ ଦେଖିବାକୁ ମିଳିଛି। ଓ୍ବେଷ୍ଟଇଣ୍ଡିଜ ଗସ୍ତରେ ଥିବା ଭାରତୀୟ ଦଳ ପ୍ରଥମ ଟେଷ୍ଟ ଖେଳିବା ପୂର୍ବରୁ କୋହଲି ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ଭିଭିଆନ୍‌ ରିଚାର୍ଡସଙ୍କ ସାକ୍ଷାତକାର ନେଇଛନ୍ତି। ବିସିସିଆଇ ଟିଭି ପକ୍ଷରୁ କରାଯାଇଥିବା ଏହି ସାକ୍ଷାତକାରରେ କୋହଲି ରିଚାର୍ଡସଙ୍କୁ ବିଭିନ୍ନ ପ୍ରଶ୍ନ ପଚାରିଥିଲେ। ଯାହାର ଉତ୍ତର ସେ ବିନା ଦ୍ୱିଧାରେ ଦେଇଚାଲିଥିଲେ। ୮୦ ଦଶକରେ କ୍ରିକେଟରେ କେଉଁ ଭଳି ସଂଘର୍ଷର ସାମ୍ନା କରିବାକୁ ପଡୁଥିଲା ବୋଲି କୋହଲି ରିଚାର୍ଡସଙ୍କୁ ପଚାରିଥିଲେ। ଏହାର ଉତ୍ତରରେ ସେ କହିଥିଲେ, ମୁଁ ସବୁବେଳେ ନିଜକୁ ସର୍ବଶ୍ରେଷ୍ଠ ଭାବେ ଦେଖିବାକୁ ଚାହୁଁଥିଲି। ତେଣୁ ଯେତେ ସଂଘର୍ଷ ଆସିଲେ ବି ମୁଁ ନିଜ ଖେଳ ଉପରେ ଧ୍ୟାନ ଦେଉଥିଲି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri