Posted inଖେଳ

ଟିମ୍‌ ଇଣ୍ଡିଆର ବିଜୟ ଅଭିଯାନ

ମହିଳା ଟି୨୦ ବିଶ୍ୱକପ୍‌:
ସିଡ୍‌ନୀ,୨୧।୨- ଆଇସିସି ମହିଳା ଟି୨୦ ବିଶ୍ୱକପ୍‌ ଶୁକ୍ରବାର ଆରମ୍ଭ ହୋଇଯାଇଛି। ଇଭେଣ୍ଟରେ ହରମନପ୍ରୀତ କୌରଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ଶୁକ୍ରବାର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତୀୟ ଦଳ ୧୭ ରନ୍‌ରେ ଆୟୋଜକ ଅଷ୍ଟ୍ରେଲିଆକୁ ହରାଇ ଦେଇଛି। ଭାରତୀୟ ଦଳ ପକ୍ଷରୁ ଧାର୍ଯ୍ୟ ୧୩୩ ରନ୍‌ର ବିଜୟ ଲକ୍ଷ୍ୟ ଆଗରେ ଅଷ୍ଟ୍ରେଲିଆ ୧୧୫ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ଆସନ୍ତା ୨୪ ତାରିଖରେ ଭାରତୀୟ ଦଳ ତା’ର ଦ୍ୱିତୀୟ ମ୍ୟାଚ୍‌ରେ ବାଂଲାଦେଶକୁ ଭେଟିବ।
ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳକୁ ସ୍ମୃତି ମନ୍ଧାନା ଓ ଶେଫାଳି ବର୍ମା ଭଲ ଆରମ୍ଭ ଦେଇଥିଲେ। ଦୁହେଁ ୪ ଓଭରରେ ୪୦ ରନ୍‌ ଯୋଡ଼ିଥିଲେ। ଏହିଠାରୁ ଦଳ କ୍ରମାଗତ ବ୍ୟବଧାନରେ ୩ ଉଇକେଟ ହରାଇଥିଲା। ଏଭଳି ସଙ୍କଟ ଜନକ ସ୍ଥିତିରେ ଜେମିମା ରୋଡ୍ରିଗୁଏଜ ଓ ଦୀପ୍ତି ଶର୍ମା ଧିମା ବ୍ୟାଟିଂ କରିଥିଲେ। ଉଭୟ ବ୍ୟାଟ୍ସଓମ୍ୟାନ ଚତୁର୍ଥ ଉଇକେଟ ପାଇଁ ୫୩ ରନ୍‌ର ଭାଗୀଦାରି କରି ଦଳୀୟ ସ୍କୋରକୁ ୧୦୦ରେ ପହଞ୍ଚାଇ ଥିଲେ। ରୋଡ୍ରିଗୁଏଜ ୨୬ ରନ୍‌ କରି ଏଲବିଡବ୍ଲ୍ୟୁ ଆଉଟ୍‌ ହୋଇଥିଲେ। ଏହାପରେ ବଳକା ୪ ଓଭରରେ ଭାରତୀୟ ଦଳ ମାତ୍ର ୩୨ ରନ୍‌ କରିପାରିଥିଲା। ଫଳରେ ଟିମ୍‌ ଇଣ୍ଡିଆ ଧାର୍ଯ୍ୟ ୨୦ ଓଭରରେ ୪ ଉଇକେଟ ହରାଇ ୧୩୨ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ଦୀପ୍ତି ୪୯ ଓ ବେଦ କ୍ରିଷ୍ଣମୂର୍ତ୍ତି ୯ ରନ୍‌ କରି ଅପରାଜିତ ଥିଲେ। ଘରୋଇ ବୋଲରଙ୍କ ମଧ୍ୟରେ ଜେସ ଜୋନାସେନ ଦୁଇଟି ଉଇକେଟ ନେଇଥିଲେ। ଜବାବରେ ଅଷ୍ଟ୍ରେଲିଆ ୧୯.୫ ଓଭରରେ ୧୧୫ ରନ୍‌ରେ ଅଲଆଉଟ୍‌ ହୋଇଯାଇଛି। କେବଳ ଆଲିସା ହେଲି ୫୧ ଓ ଆଶଲେ ଗାର୍ଡନର (୩୪)ଙ୍କୁ ଛାଡ଼ି ଅନ୍ୟ କେହି ଦୁଇ ଅଙ୍କ ସ୍କୋର ଛୁଇଁ ପାରି ନ ଥିଲେ। ପୁନମ ଯାଦବ ସର୍ବାଧିକ ୪ ଉଇକେଟ ନେଇଥିବାବେଳେ ଶିକ୍ଷା ପାଣ୍ଡେ ୩ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri