Posted inଖେଳ

ଟିମ୍‌ ଇଣ୍ଡିଆ କୋଚ୍‌ ପଦ ଦୌଡ଼ରୁ ସିମନ୍ସ ଓହରିଲେ

ମୁମ୍ବାଇ,୧୬।୮: ପୂର୍ବତନ ଓ୍ବେଷ୍ଟଇଣ୍ଡିଜ ଓପନର ଫିଲ ସିମନ୍ସ ଶୁକ୍ରବାର ଭାରତୀୟ ଦଳର ମୁଖ୍ୟ କୋଚ୍‌ ପଦ ଦୌଡ଼ରୁ ନିଜ ଆଡ଼ୁ ଓହରି ଯାଇଛନ୍ତି। ଫଳରେ ଟିମ୍‌ ଇଣ୍ଡିଆର ଗୁରୁତ୍ୱପୂର୍ଣ୍ଣ ପଦ ପାଇଁ ଦୌଡ଼ରେ ଆଉ ମାତ୍ର ୫ ଆବେଦନକାରୀ ରହିଛନ୍ତି। ଏମାନଙ୍କ ମଧ୍ୟରୁ ରବିନ ସିଂ, ଲାଲଚାନ୍ଦ ରାଜପୁତ ଓ ଟମ ମୁଡିଙ୍କ ସାକ୍ଷାତ୍‌କାର କପିଳ ଦେବଙ୍କ ଅଧ୍ୟକ୍ଷତାରେ କ୍ରିକେଟ ଉପଦେଷ୍ଟା କମିଟି (ସିଏସି) ନେଇସାରିଛି। ଭାରତୀୟ ପ୍ରାର୍ଥୀ ରବିନ ଓ ଲାଲଚାନ୍ଦ ବ୍ୟକ୍ତିଗତ ଭାବେ ସୁବରବନ ହୋଟେଲରେ ଉପସ୍ଥିତ ରହି ସିଏସିକୁ ସକ୍ଷାତ୍‌କାର ଦେଇଛନ୍ତି। ସେହିଭଳି ଟମ ମୁଡି ସ୍କାଇପି ଜରିଆରେ ଅଷ୍ଟ୍ରେଲିଆରୁ ସାକ୍ଷାତ୍‌କାର ଦେଇଛନ୍ତି। ସାକ୍ଷାତ୍‌କାର ପରେ ମୁଁ ଦୃଢ଼ ନିଶ୍ଚିତ ଅଛି ବୋଲି ୨୦୦୭ ପ୍ରଥମ ଟି୨୦ ବିଶ୍ୱକପ୍‌ ଚାମ୍ପିୟନ ଭାରତୀୟ ଦଳର ମ୍ୟାଜେନର ରାଜପୁତ କହିଛନ୍ତି। ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ପୂର୍ବତନ ଫିଲ୍ଡିଂ କୋଚ୍‌ ରବିନ ଇଣ୍ଟରଭ୍ୟୁ ଭଲ ହୋଇଥିବା ସୂଚନା ଦେଇଛନ୍ତି। ବର୍ତ୍ତମାନ କୋଚ୍‌ ପଦରେ ଥିବା ରବି ଶାସ୍ତ୍ରୀ ଅନ୍ତିମ ପ୍ରାର୍ଥୀ ଭାବେ ସନ୍ଧ୍ୟା ୫.୩୦ରେ ସାକ୍ଷାତ୍‌କାର ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

ଦାଦନ ଖଟିବାକୁ ଯାଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ମୃତଦେହ ଆଣିବା ପାଇଁ ପ୍ରଶାସନକୁ ଗୁହାରି

ଗୁଣୁପୁର,୩୧।୫( ସୁଜାତା ପାଢ଼ୀ): ଆନ୍ଧ୍ରକୁ ଦାଦନ ଖଟିବାକୁ ଯାଇଥିବା ଗୁଣପୁର ବ୍ଳକ୍ ଶଗଡା ଗ୍ରାମର ଜୈନକ ଯୁବତୀ ବିଲମା ଗମାଙ୍ଗ (୨୬)ଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି…

ସିଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା, ସୁନ୍ଦରଗଡ଼ ଯାତ୍ରା କଲେ କେନ୍ଦୁଝର ଦଳ

କେନ୍ଦୁଝର,୩୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ, ଫୁଟବଲ ଆସୋସିଏସନ ଅଫ ଓଡିଶା ଏବଂ ସୁନ୍ଦରଗଡ଼ ଜିଲା କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ସିଏମ ଟ୍ରଫି…

ଆଇପିଏଲ୍‌ ନିୟମରେ ପରିବର୍ତ୍ତନ କରିବାକୁ ତେନ୍ଦୁଲକରଙ୍କ ବଡ଼ ପ୍ରସ୍ତାବ

ମୁମ୍ବାଇ,୩୧ା୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ପ୍ରଚଳିତ ଇମ୍ପାକ୍ଟ ପ୍ଲେୟାର ନିୟମକୁ ହଟାଇବାକୁ ଚାହୁଁଛନ୍ତି ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକର। ଏଥିସହିତ ସେ ଲିଗ୍‌ରେ ବଲ ଓ ବ୍ୟାଟ…

କ୍ଷୀର ବିକ୍ରି କରି ଫେରୁଥିବା ବେଳେ ଧକ୍କା ଦେଇଥିଲା ବୁଲେଟ୍, ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୩୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ମା ‘ ତାରିଣୀ ମନ୍ଦିର ନିକଟ ରାସ୍ତାରେ ଗତ ଶୁକ୍ରବାର ସକାଳେ ବୁଲେଟ-ବାଇକ ଭିତରେ…

IPL-2026 ଫାଇନାଲ୍‌ରେ ଟସ୍‌ ଜିତିଲା RCB

ଅହମଦାବାଦ,୩୧।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL) ୨୦୨୬ର ଫାଇନାଲ ମ୍ୟାଚ୍‌ ରବିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଟସ୍‌…

ବିଧାୟକଙ୍କୁ ପରିଗଣନା ଫର୍ମ ବାଣ୍ଟିଲେ ଭଞ୍ଜନଗର ଉପଜିଲାପାଳ, ବିଏଲଓମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଏସ ଆଇ ଆର କାର୍ଯ୍ୟ ଶନିବାର ଠାରୁ ଆରମ୍ଭ ହୋଇଯାଇଛି । ରବିବାର ଭଞ୍ଜନଗର ଉପଜିଲାପାଳ ଉମା ଶଙ୍କର…

ଯୁବକଙ୍କ ଉପରେ ଚଢ଼ିଗଲା ହାଇଓ୍ବା; ଯୁବକ ମୃତ, ଘଟଣାସ୍ଥଳରେ ଚାପା ଉତ୍ତେଜନା

ବାଙ୍କୀ,୩୧ା୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ବୈଦେସ୍ଵର ଥାନା ଅନ୍ତର୍ଗତ ଖଳିପଲ୍ଲୀ ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି । ଶନିବାର ବିଳମ୍ବିତ ରାତିରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri