Posted inଖେଳ

ଟି୨୦ କ୍ରିକେଟ୍‌ରୁ ମିଥାଲିଙ୍କ ଅବସର

ନୂଆଦିଲ୍ଲୀ, ୩।୯ (ପି.ଟି.)- ଭାରତର ସିନିୟର ମହିଳା କ୍ରିକେଟର୍‌ ମିଥାଲି ରାଜ ମଙ୍ଗଳବାର ଅନ୍ତର୍ଜାତୀୟ ଟି୨୦ କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ୨୦୨୧ ଆଇସିସି ବିଶ୍ୱକପ୍‌କୁ ନଜରରେ ରଖି ମିଥାଲି ୫୦ ଓଭର ବିଶିଷ୍ଟ କ୍ରିକେଟ୍‌ ଉପରେ ଫୋକସ୍‌ କରିବାକୁ ଏହି ନିଷ୍ପତ୍ତି ନେଇଛନ୍ତି। ୩୬ ବର୍ଷୀୟା ମିଥାଲି ୩୨ ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳର ନେତୃତ୍ୱ ନେଇଛନ୍ତି। ଏହାମଧ୍ୟରେ ୨୦୧୨ (ଶ୍ରୀଲଙ୍କା), ୨୦୧୪ (ବାଂଲାଦେଶ) ଓ ୨୦୧୬ (ଭାରତ) ଆଇସିସି ଟି୨୦ ବିଶ୍ୱକପ୍‌ ସାମିଲ ରହିଛି। ‘୨୦୦୬ରୁ ଭାରତ ପକ୍ଷରୁ ଟି୨୦ରେ ପ୍ରତିନିଧିତ୍ୱ କରିବା ପରେ ୨୦୨୧ ଆଇସିସି ଦିନିକିଆ ବିଶ୍ୱକପ୍‌କୁ ନଜରରେ ରଖି ଏହି ଫର୍ମାଟ୍‌ରୁ ଅବସର ନେବାକୁ ନିଷ୍ପତ୍ତି ନେଇଛି’ ବୋଲି ଏହି ବରିଷ୍ଠ ଓପନର୍‌ ବ୍ୟାଟ୍ସଓମ୍ୟାନ କହିଛନ୍ତି।
କ୍ରିକେଟ୍‌ରେ ଭାରତ ପକ୍ଷରୁ ସର୍ବାଧିକ ସ୍କୋର କରିବାର ରେକର୍ଡ ମିଥାଲିଙ୍କ ନାମରେ ରହିଛି। ଏହି ଯୋଦ୍ଧପୁର କ୍ରିକେଟର୍‌ ୨୦୦୬ରେ ଇଂଲଣ୍ଡ ବିପକ୍ଷରେ ପଦାର୍ପଣ କରି ମୋଟ୍‌ ୮୯ ମ୍ୟାଚ୍‌ରୁ ୩୭.୫ ଆଭରେଜରେ ୨୩୬୪ ରନ ସଂଗ୍ରହ କରିଛନ୍ତି। ଅପରାଜିତ ୯୭ ରନ ତାଙ୍କର ବ୍ୟକ୍ତିଗତ ଶ୍ରେଷ୍ଠ ସ୍କୋର ରହିଛି। ଶେଷଥର ପାଇଁ ଗତ ମାର୍ଚ୍ଚରେ ଇଂଲଣ୍ଡ ବିପକ୍ଷରେ ସେ ତାଙ୍କର ଅନ୍ତିମ ଟି୨୦ ମ୍ୟାଚ୍‌ ଖେଳିଥିଲେ। ମିଥାଲି ମଧ୍ୟ ପ୍ରଥମ ଭାରତୀୟ ମହିଳା କ୍ରିକେଟର୍‌ ଭାବେ କ୍ରିକେଟ୍‌ର ଏହି ଛୋଟିଆ ଫର୍ମାଟ୍‌ରେ ୨୦୦୦ ରନ୍‌ ଅତିକ୍ରମ କରିବାର ସୌଭାଗ୍ୟ ଲାଭ କରିଥିଲେ। ମିଥାଲି ମଧ୍ୟ ୨୦୩ ଦିନିକିଆ ମ୍ୟାଚ୍‌ ଖେଳି ୫୧.୨୯ ଆଭରେଜରେ ୬୭୨୦ ରନ୍‌ ସଂଗ୍ରହ କରିଛନ୍ତି। ଯେଉଁଥିରେ ୭ଟି ଶତକ ସାମିଲ ରହିଛି। ଏଥିସହ ସେ ୧୦ ଟେଷ୍ଟ ମ୍ୟାଚ୍‌ ଖେଳି ୬୬୩ ରନ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସଚିନ ତେନ୍ଦୁଲକରଙ୍କ ଟୁଇଟ ଉପରେ ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିକ୍ରିୟା ଭାଇରାଲ, କହିଲେ ‘କ୍ରିକେଟର ଭଗବାନ’…

ନୂଆଦିଲ୍ଲୀ,୨୮।୫: ବୈଭବ ସୂର୍ଯ୍ୟବଂଶୀ ଇଣ୍ଡିଆନ ପ୍ରିମିୟର ଲିଗରେ ଚମକାଇ ଚାଲିଛନ୍ତି। ମାତ୍ର ୧୫ ବର୍ଷ ବୟସରେ ସେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଚାଲିଛନ୍ତି। ସନରାଇଜର୍ସ…

ଟିମ ଇଣ୍ଡିଆରେ ବୈଭବ ସୁର୍ଯ୍ୟବଂଶୀଙ୍କ ଏଣ୍ଟ୍ରି ପକ୍କା? ବହୁ ଆଗରୁ ଫ୍ୟାନ ହୋଇସାରିଛନ୍ତି କ୍ୟାପଟେନ ସୂର୍ଯ୍ୟକୁମାର ଯାଦବ

ନୂଆଦିଲ୍ଲୀ,୨୮।୫: ଭାରତୀୟ ଟି-୨୦ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ଏକ ହୃଦୟସ୍ପର୍ଶୀ ପୋଷ୍ଟ ଶେୟାର କରିଛନ୍ତି। ହାଇଦ୍ରାବାଦ ବିପକ୍ଷରେ ଏଲିମିନେଟର ମ୍ୟାଚରେ ରାଜସ୍ଥାନ ରୟାଲ୍ସ…

ମାତ୍ର ୩ ଶବ୍ଦରେ ଜବାବ ଦେଲେ ବୈଭବ

ନୂଆଦିଲ୍ଲୀ,୨୮।୫: IPL 2026 ଏଲିମିନେଟର ମ୍ୟାଚ ସମୟରେ ସମଗ୍ର ବିଶ୍ୱ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଚମତ୍କାରିତା ଦେଖିଥିଲା। ବୈଭବ ମାତ୍ର 29 ବଲରେ 97 ରନ କରିଥିଲେ,…

Vaibhav Suryavanshi Car Collection: ଲାଇସେନ୍ସ ବିନା ମଧ୍ୟ, ବୈଭବଙ୍କ ପାଖରେ ରହିଛି ବହୁ ମୂଲ୍ୟବାନ କାର କଲେକ୍ସନ, ଦାମ ଶୁଣିଲେ ହୋସ ଉଡିଯିବ

ନୂଆଦିଲ୍ଲୀ,୨୮।୫: ବର୍ତ୍ତମାନ କ୍ରିକେଟ ଜଗତରେ କେବଳ ଗୋଟିଏ ନାମ ପ୍ରାଧାନ୍ୟ ବିସ୍ତାର କରୁଛି, ଏବଂ ସେହି ନାମଟି ଆଉ କାହାରି ନୁହେଁ ବରଂ ୧୫ ବର୍ଷୀୟ ବାମହାତୀ…

ଆଉଟ୍‌ ହେବା ପରେ କାହାକୁ ଗାଳି ଦେଲେ ବୈଭବ ସୂର୍ଯ୍ୟବଂଶୀ? ଚମକାଉଛି Video

ନୂଆଦିଲ୍ଲୀ,୨୮।୫: ଆଇପିଏଲ୍‌ ୨୦୨୬ର ଏଲିମିନେଟର୍‌ ମୁକାବିଲାରେ ସନରାଇଜର୍ସ ହାଇଦ୍ରାବାଦକୁ ଏକତରଫା ଭାବେ ପରାସ୍ତ କରିଛି ରାଜସ୍ଥାନ ରୟାଲ୍ସ। ଏହି ମ୍ୟାଚ୍‌ରେ ରାଜସ୍ଥାନର ବିଜୟର ହିରୋ ସାଜିଛନ୍ତି ୧୫…

ବୈଭବ ସୂର୍ଯ୍ୟବଂଶୀ ନଂ-୧, ଟପ୍‌-୫ ଦୌଡ଼ରୁ ବାହାରିଲେ କୋହଲି, ଓରେଞ୍ଜ କ୍ୟାପ କବ୍‌ଜା କରିନେଲେ…

ନୂଆଦିଲ୍ଲୀ, ୨୮।୫: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ଶେଷ ହେବାକୁ ଯାଉଛି। ଡିଫେଣ୍ଡିଂ ଚାମ୍ପିଅନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଫାଇନାଲରେ ପହଞ୍ଚିଛି, ଏବଂ ଦ୍ୱିତୀୟ ଫାଇନାଲିଷ୍ଟ…

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର…

IPL ଇତିହାସରେ ପ୍ରଥମଥର ପାଇଁ ଘଟିଲା ଏମିତି: ସବୁ ଦଳର ଖେଳାଳି…

ନୂଆଦିଲ୍ଲୀ,୨୭।୫: IPL 2026 ଲିଗ ମାର୍ଚ୍ଚ ୨୮ରେ ଆରମ୍ଭ ହୋଇଥିଲା। ଏହି ଟୁର୍ନାମେଣ୍ଟ ଏବେ ଏହାର ଦ୍ୱିତୀୟ ମାସ ସମାପ୍ତ ହେବାକୁ ଯାଉଛି। ଏହି ସିଜିନ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri