ଟି୨୦ ବିଶ୍ୱକପ୍‌ ଘୁଞ୍ଚିଲେ ଆଇପିଏଲ୍‌ ଖେଳିବି: ଓ୍ବାର୍ନର

ନୂଆଦିଲ୍ଲୀ,୨୧।୬(ପି.ଟି.): କୋଭିଡ୍‌-୧୯ ମହାମାରୀ କାରଣରୁ ଅଷ୍ଟ୍ରେଲିଆରେ ଆୟୋଜନ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ଘୁଞ୍ଚିଲେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଖେଳିବୁ ବୋଲି ଅଷ୍ଟ୍ରେଲିଆ ତାରକା ଓପନର ଡେଭିଡ୍‌ ଓ୍ବାର୍ନର କହିଛନ୍ତି। ଆସନ୍ତା ଅକ୍ଟୋବର-ନଭେମ୍ବରରେ ୧୬ଟି ଦେଶକୁ ନେଇ ଖେଳାଯିବାକୁ ଥିବା ଏହି ବିଶ୍ୱକପ୍‌ ଆୟୋଜନ ନେଇ କ୍ରିକେଟ ଅଷ୍ଟ୍ରେଲିଆ ଅଧ୍ୟକ୍ଷ ଅର୍ଲ ଏଡିଙ୍ଗ୍ସ ନକାରାତ୍ମକ ମନ୍ତବ୍ୟ ଦେଇଛନ୍ତି। ସେ ଏହାକୁ ଅବାସ୍ତବ ବୋଲି କହିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ (ଆଇସିସି) ମଧ୍ୟ ଏପର୍ଯ୍ୟନ୍ତ ବିଶ୍ୱକପ୍‌ ଆୟୋଜନ ନେଇ ଅନ୍ତିମ ନିଷ୍ପତ୍ତି ନେଇନାହିଁ। ଆସନ୍ତା ମାସରେ ଆଇସିସି ବିଶ୍ୱକପ୍‌ର ଭାଗ୍ୟ ନେଇ ବିଚାର କରିବ। କିନ୍ତୁ ଏପରି ସ୍ଥିତିରେ ଓ୍ବାର୍ନର ଆଇପିଏଲ୍‌ ଖେଳିବା ନେଇ ବେଶ୍‌ ଆଶାବାଦୀ ଅଛନ୍ତି।
ଯଦି ବିଶ୍ୱକପ୍‌ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଖେଳା ନ ଯାଏ ତା’ହେଲେ ଅନ୍ୟ ଅଷ୍ଟ୍ରେଲୀୟ ଖେଳାଳିଙ୍କ ସମେତ ଆଇପିଏଲ୍‌ ଖେଳିବି ବୋଲି ‘ଇଣ୍ଡିଆ ଟୁଡେ’କୁ ସାକ୍ଷାତ୍‌କାର ଦେବା ଅବସରରେ ଓ୍ବାର୍ନର କହିଛନ୍ତି। କ୍ରିକେଟ ଅଷ୍ଟ୍ରେଲିଆ ତରଫରୁ ଅନୁମତି ଦିଆଗଲେ ଆମେ ଆଇପିଏଲ୍‌ ଖେଳିବାକୁ ପ୍ରସ୍ତୁତ ହେବୁ। ଏବେ ସମସ୍ତେ ଆଇସିସିର ନିଷ୍ପତ୍ତିକୁ ଅପେକ୍ଷା କରିଛନ୍ତି। ଟି୨୦ ବିଶ୍ୱକପ୍‌ ସ୍ଥଗିତ ହେବା ନେଇ ଏବେ ଆଲୋଚନା ଚାଲିଛି। ଅଷ୍ଟ୍ରେଲିଆରେ ସବୁ ଦେଶ ପାଇଁ ଚ୍ୟାଲେଞ୍ଜ ରହିଛି। କାରଣ ଏଠାରେ ୧୪ ଦିନ କ୍ୱାରାଣ୍ଟାଇନ୍‌ର ବ୍ୟବସ୍ଥା ରହିଛି। ଟି୨୦ ବିଶ୍ୱକପ୍‌ ସ୍ଥଗିତ ରହିଲେ ଅଧିକାଂଶ ଅଷ୍ଟ୍ରେଲୀୟ ଖେଳାଳି ସେପ୍ଟେମ୍ବର- ଅକ୍ଟୋବରରେ ଆଇପିଏଲ୍‌ ଖେଳିବାକୁ ଚାହାନ୍ତି ବୋଲି ସେ କହିଛନ୍ତି। ତେବେ ଏଥିପାଇଁ ସରକାର ଓ କ୍ରିକେଟ ଅଷ୍ଟ୍ରେଲିଆର ଅନୁମତି ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

୩୭ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଲେ ରୋହିତ ଶର୍ମା, ଧର୍ମଶାଳାରେ ଇତିହାସ ରଚି…

ଧର୍ମଶାଳା,୧୩ା୬: ରୋହିତ ଶର୍ମା ଏବେ ଆନୁଷ୍ଠାନିକ ଭାବରେ ଭାରତୀୟ କ୍ରିକେଟ୍‌ ଦଳ ପାଇଁ ଓଡିଆଇ ଖେଳିଥିବା ସବୁଠାରୁ ବୟସ୍କ ଖେଳାଳି ହୋଇପାରିଛନ୍ତି। ସେ ମୋହିନ୍ଦର ଅମରନାଥଙ୍କ ୩୭…

ଅଧିନାୟକ ହେବା ପରେ, ମୁମ୍ବାଇର ୱର୍ଲିରେ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ ନେଲେ ଶ୍ରେୟସ ଆୟର; ଭଡା ଜାଣିଲେ ଆଶ୍ଚର୍ଯ୍ୟ ହେବେ

ମୁମ୍ବାଇ,୧୩।୬: ଶ୍ରେୟସ ଆୟରଙ୍କୁ ସମ୍ପ୍ରତି ଭାରତୀୟ ଟି-୨୦ ଦଳର ଅଧିନାୟକ ଦାୟିତ୍ୱ ଦିଆଯାଇଛି। ବର୍ତ୍ତମାନ, ସେ ମୁମ୍ବାଇର ହାଇକଷ୍ଟ ୱାର୍ଲି ଅଞ୍ଚଳରେ ଏକ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ ଭଡା…

ମାତ୍ର ୧୦ ବର୍ଷ ବୟସରେ କମାଲ କଲେଣି ବୈଭବ ସୂର୍ଯ୍ୟବଂଶୀଙ୍କ ସାନ ଭାଇ

ପାଟନା,୧୩।୬: ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବ୍ୟାଟିଂରେ ଚହଳ ସୃଷ୍ଟି କରି ଟିମ ଇଣ୍ଡିଆରେ ସ୍ଥାନ ପାଇଥିଲେ ଏବଂ ଏବେ ତାଙ୍କ ସାନ ଭାଇ ସମାନ ପ୍ରଭାବ ପକାଇବାକୁ…

ଷ୍ଟାର୍‌ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ପିତାଙ୍କୁ କାହିଁକି ସାବଧାନ କଲେ ଏହି ପୂର୍ବତନ କ୍ରିକେଟର? ଜାଣନ୍ତୁ କ’ଣ ରହିଛି ବଡ଼ କାରଣ

ନୂଆଦିଲ୍ଲୀ, ୧୨।୬: ଭାରତୀୟ କ୍ରିକେଟରେ ବୈଭବ ସୂର୍ଯ୍ୟବଂଶୀଙ୍କ ନାମ ଆଜିକାଲି କ୍ରମାଗତ ଭାବେ ଚର୍ଚ୍ଚାରେ ରହିଛି । ଅଣ୍ଡର-୧୯ କ୍ରିକେଟ ଏବଂ ଆଇପିଏଲ (IPL) ରେ ଚମତ୍କାର…

କମ୍‌ ବୟସରେ ଟଳିପଡ଼ିଲେ ଭାରତର ପ୍ରସିଦ୍ଧ ଶୁଟର: ଜିତିଥିଲେ ସ୍ବର୍ଣ୍ଣପଦକ

ନୂଆଦିଲ୍ଲୀ,୧୨।୬:ପ୍ରସିଦ୍ଧ ଶୁଟର ତଥା ଭାରତୀୟ ଅଲିମ୍ପିକ ଷ୍ଟାର ମନୁ ଭାକରଙ୍କ କୋଚ ଜସପାଲ ରାଣାଙ୍କ ଦେହାନ୍ତ ହୋଇଛି। ମ୍ୟୁନିଚ୍‌ରେ ଅନୁଷ୍ଠିତ ଶୁଟିଂ ବିଶ୍ୱକପ ପରେ ଭାରତ ଫେରିବା…

ବିଳମ୍ବ ହୋଇପାରେ ବୈଭବ ସୂର୍ଯ୍ୟବଂଶୀଙ୍କ ଡେବ୍ୟୁ? ଭାରତର ଆୟରଲ୍ୟାଣ୍ଡ ଗସ୍ତକୁ ନେଇ ଲାଗି ରହିଛି ଅନିଶ୍ଚିତତା…

ନୂଆଦିଲ୍ଲୀ,୧୨।୬: ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସକଙ୍କ ପାଇଁ ଏକ ଖରାପ ଖବର ଅଛି। ଏହି ୧୫ ବର୍ଷୀୟ ବିସ୍ଫୋରକ ବ୍ୟାଟସମ୍ୟାନଙ୍କ ଅନ୍ତର୍ଜାତୀୟ ଡେବ୍ୟୁ ପାଇଁ ଯେଉଁମାନେ ଉତ୍ସାହର ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri