Posted inଖେଳ

ଟି୨୦ ମହିଳା ବିଶ୍ୱକପ୍‌: ଭାରତୀୟ ଦଳରେ ରିଚା ଘୋଷ ନୂଆ ମୁହଁ, ହରମନପ୍ରୀତଙ୍କୁ ନେତୃତ୍ୱ

ମୁମ୍ବାଇ,୧୨।୧(ପି.ଟି.)- ଆସନ୍ତା ଫେବୃୟାରୀ ୨୧ ତାରିଖରୁ ଅଷ୍ଟ୍ରେଲିଆରେ ଆରମ୍ଭ ହେବାକୁ ଯାଉଥିବା ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟି୨୦ ବିଶ୍ୱକପ୍‌ ପାଇଁ ଏକ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରାଯାଇଛି। ହରମନପ୍ରୀତ କୌରଙ୍କୁ ଏହି ଦଳର ନେତୃତ୍ୱ ପ୍ରଦାନ କରାଯାଇଛି। ବେଙ୍ଗଲ ବ୍ୟାଟ୍ସଓମ୍ୟାନ ରିଚା ଘୋଷ ଏକ ମାତ୍ର ନୂଆ ମୁହଁ ଭାବେ ଦଳରେ ସ୍ଥାନ ପାଇଛନ୍ତି। ଦଳରେ ଚୟନରେ ଚୟନକର୍ତ୍ତାମାନେ ଆଉ କୌଣସି ଆଶ୍ଚର୍ଯ୍ୟଜନକ ନିଷ୍ପତ୍ତି ନେଇନାହାନ୍ତି। ୧୫ ବର୍ଷୀୟା ହରିୟାଣା ସ୍କୁଲ୍‌ ଛାତ୍ରୀ ଶେଫାଲୀ ବର୍ମାଙ୍କୁ ମଧ୍ୟ ଦଳରେ ସାମିଲ କରାଯାଇଛି। ଶେଫାଲୀ ପ୍ରଥମଥର ପାଇଁ ଏହି ଗ୍ଲୋବାଲ ଟୁର୍ନାମେଣ୍ଟ ଖେଳିବାର ସୁଯୋଗ ପାଇବେ। ଅନ୍ତର୍ଜାତୀୟସ୍ତରରେ ଦମ୍‌ଦାର ପ୍ରଦର୍ଶନ କରି ଶେଫାଲୀ ଚୟନକର୍ତ୍ତାଙ୍କୁ ପ୍ରଭାବିତ କରିବାରେ ସମର୍ଥ ହୋଇଛନ୍ତି। କଟକରେ ଖେଲାଯାଇଥିବା ମହିଳା ଚ୍ୟାଲେଞ୍ଜର ଟ୍ରଫିରେ ରିଚା ଦମ୍‌ଦାର ପ୍ରଦର୍ଶନ କରଥିଲେ। ଟ୍ରଫିର ଗୋଟିଏ ମ୍ୟାଚ୍‌ରେ ସେ ୪ ଚୌକା ଓ ୧ ଛକା ସହ ୨୬ ବଲରୁ ୩୬ ରନ ସଂଗ୍ରହ କରି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।
ବିଶ୍ୱକପ୍‌ ପୂର୍ବରୁ ଅଷ୍ଟ୍ରେଲିଆରେ ଖେଳାଯିବାକୁ ଥିବା ତ୍ରିରାଷ୍ଟ୍ରୀୟ ସିରିଜ ପାଇଁ ମଧ୍ୟ ଏକ ୧୬ ଜଣିଆ ଦଳ ଘୋଷଣା କରାଯାଇଛି। ନୁଝତ ପରବୀନଙ୍କୁ ଏହି ଦଳରେ ସାମିଲ କରାଯାଇଛି। ଏହି ଟୁର୍ନାମେଣ୍ଟ ୩୧ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଆୟୋଜକ ଅଷ୍ଟ୍ରେଲିଆ ସମେତ ଇଂଲଣ୍ଡ ଓ ଭାରତ ଏଥିରେ ଅଂଶଗ୍ରହଣ କରିବେ।
ଟି୨୦ ବିଶ୍ୱକପ୍‌ ଦଳ: ହରମନପ୍ରୀତ କୌର (ଅଧିନାୟକ), ସ୍ମୃତି ମାନ୍ଧନା, ଶେଫାଲୀ ବର୍ମା, ଜେମିମା ରୋଡ୍ରିଗୁଏଜ, ହାର୍ଲିନ ଦେଓଲ, ଦୀପ୍ତି ଶର୍ମା, ବେଦା କ୍ରିଷ୍ଣମୂର୍ତ୍ତି, ରିଚା ଘୋଷ, ତାନିଆ ଭାଟିଆ, ପୁନମ ଯାଦବ, ରାଧା ଯାଦବ, ରାଜେଶ୍ୱରୀ ଗାଏକ୍ୱାଡ, ଶିଖା ପାଣ୍ଡେ, ପୂଜା ବସ୍ତ୍ରକାର ଓ ଅରୁନ୍ଧତୀ ରେଡ୍ଡୀ।
ତ୍ରିରାଷ୍ଟ୍ରୀୟ ଶୃଙ୍ଖଳା ଦଳ: ହରମନପ୍ରୀତ କୌର (ଅଧିନାୟକ), ସ୍ମୃତି ମାନ୍ଧାନ, ଶେଫାଲୀ ବର୍ମା, ଜେମିମା ରୋଡ୍ରିଗୁଏଜ, ହାର୍ଲିନ ଦେଓଲ, ଦୀପ୍ତି ଶର୍ମା, ବେଦା କ୍ରିଷ୍ଣମୂର୍ତ୍ତି, ରିଚା ଘୋଷ, ତାନିଆ ଭାଟିଆ, ପୁନମ ଯାଦବ, ରାଧା ଯାଦବ, ରାଜେଶ୍ୱରୀ ଗାଏକ୍ୱାଡ, ଶିଖା ପାଣ୍ଡେ, ପୂଜା ବସ୍ତ୍ରକାର, ଅରୁନ୍ଧତୀ ରେଡ୍ଡୀ ଓ ନୁଝତ ପରବୀନ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri