Posted inଖେଳ

ଟି୨୦ ର଼୍ୟାଙ୍କିଙ୍ଗ୍‌; କୋହଲି ଖସିଲେ: ରାହୁଲ, ରୋହତ ସ୍ଥିର

ଦୁବାଇ, ୧୭।୨(ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟି୨୦ ର଼୍ୟାଙ୍କିଙ୍ଗ୍‌ ସୋମବାର ପ୍ରକାଶିତ ହୋଇଛି। ଏଥିରେ ଭାରତୀୟ ଅଧିନାୟକ ବିରାଟ କୋହଲି ଦଶମ ସ୍ଥାନକୁ ଖସିଥିବାଛନ୍ତି। ତେବେ ତାରକା ଲୋକେଶ ରାହୁଲ ଓ ରୋହିତ ଶର୍ମା ଯଥାକ୍ରମେ ଦ୍ୱିତୀୟ ଓ ୧୧ତମ ସ୍ଥାନରେ ସ୍ଥିର ରହିଛନ୍ତି। ୬୭୩ ପଏଣ୍ଟ ହାସଲ କରି କୋହଲି ତଳକୁ ଖସିଥିବା ବେଳେ ଇଂଲଣ୍ଡ ଅଧିନାୟକ ଇଅନ ମୋର୍ଗାନ ୬୮୭ ପଏଣ୍ଟ ପାଇଁ ଉପରକୁ ଉଠି ନବମ ସ୍ଥାନ ଅଧିକାର କରିଛନ୍ତି। ଦକ୍ଷିଣ ଆଫ୍ରିକା ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜରେ ଦୁଇଟି ଅର୍ଦ୍ଧଶତକ ସହ ମୋର୍ଗାନ ୧୩୬ ରନ ସଂଗ୍ରହ କରିଥିଲେ। ଏହି ସିରିଜରେ ଇଂଲଣ୍ଡ ୨-୧ରେ ବିଜୟୀ ହୋଇଥିଲା। ରୋହିତ ୬୬୨ ୧୧ତମ ସ୍ଥାନରେ ପୂର୍ବପରି ରହିଥିବା ବେଳେ ପାକିସ୍ତାନର ବାବର ଆଜମ ଶୀର୍ଷରେ ରହିଛନ୍ତି।
ବୋଲିଂ ତାଲିକାରେ ଭାରତୀୟ ତାରକା ଦ୍ରୁତ ବୋଲର ଯଶପ୍ରୀତ ବୁମ୍‌ରା ଓ ଓ୍ବେଷ୍ଟଇଣ୍ଡିଜ ଦ୍ରୁତ ବୋଲର ଶେଲଡନ କଟ୍ରେଲ ଯୁଗ୍ମ ଭାବେ ଦ୍ୱାଦଶ ସ୍ଥାନରେ ରହିଛନ୍ତି। ଦକ୍ଷିଣ ଆଫ୍ରିକା ବାମହାତୀ ସ୍ପିନର ତାବ୍ରେଜ ଶାମ୍‌ସି ୯ଟି ସ୍ଥାନ ଉପରକୁ ଉଠି ଅଷ୍ଟମ ସ୍ଥାନ ଅଧିକାର କରିବା ସହ ଟପ୍‌- ୧୦ରେ ସ୍ଥାନ ପାଇଛନ୍ତି। ଆଣ୍ଡିଲ ଫେଲୁକ୍ୱାୟୋଙ୍କୁ ହଟାଇ ଆଦିଲ ରସିଦ ଷଷ୍ଠ ସ୍ଥାନ ଅଧିକାର କରିଛନ୍ତି। ଟମ୍‌ କୁରାନ ୨୮ଟି ସ୍ଥାନ ଉପରକୁ ଉଠି ଟପ୍‌ ୩୦ରେ ସ୍ଥାନ ପାଇଛନ୍ତି।
ବ୍ୟାଟିଂ ତାଲିକାରେ ଦକ୍ଷିଣ ଆଫ୍ରିକାର କ୍ୱିଣ୍ଟନ ଡିକକ ୧୦ଟି ସ୍ଥାନ ଉପରକୁ ଉଠି ୧୬ତମ ସ୍ଥାନରେ ରହିଛନ୍ତି। ଦେହିପରି ଟେମ୍ବା ବଭୁମା ଲମ୍ବ ଡିଆଁ ମାରି ୫୨ତମ ସ୍ଥାନ ଅଧିକାର କରିଛନ୍ତି। ଇଂଲଣ୍ଡର ଜନି ବେୟାରଷ୍ଟୋ ଓ ଦକ୍ଷିଣ ଆଫ୍ରିକାର ରାସି ଭାନ ଡେର ଡୁସେନ ଯଥାକ୍ରମେ ୧୫ ଓ ୨୧ଟି ସ୍ଥାନ ଉପରକୁ ଉଠି କ୍ୟାରିୟର ଶ୍ରେଷ୍ଠ ୨୩ ଓ ୩୭ତମ ସ୍ଥାନ ଅଧିକାର କରିଛନ୍ତି। ଅନ୍ୟପଟେ ଡଓ୍ବେିଡ ମଲାନ ଗୋଟିଏ ସ୍ଥାନ ତାଳକୁ ଖସି ଷଷ୍ଠ ସ୍ଥାନରେ ରହି ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ସାବ୍ୟସ୍ତ ହୋଇଛନ୍ତି। ବୋଲିଂ ତାଲିକାରେ ରସିଦ ଖାନ ଓ ଅଲରାଉଣ୍ଡର ତାଲିକାରେ ମହମ୍ମଦ ନବି ଶୀର୍ଷ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri