Posted inଖେଳ

ଟି୨୦ ସିରିଜ ଜିତିଲା ଇଂଲଣ୍ଡ; ଦକ୍ଷିଣ ଆଫ୍ରିକା ୫ ଉଇକେଟରେ ପରାସ୍ତ

ସେଞ୍ଚୁରିଆନ,୧୭।୨- ସ୍ଥାନୀୟ ସୁପର ସ୍ପୋଟର୍‌ସ ପାର୍କ ଗ୍ରାଉଣ୍ଡରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୫ଟି ବଲ ବାକି ରଖି ଘରୋଇ ଦକ୍ଷିଣ ଆଫ୍ରିକାକୁ ୫ ଉଇକେଟରେ ଅତି ସହଜରେ ପରାସ୍ତ କରିଛି। ଟସ୍‌ ଜିତି ଦକ୍ଷିଣ ଆଫ୍ରିକା ପ୍ରଥମେ ବ୍ୟାଟିଂ ୬ ଉଇକେଟ ହରାଇ ୨୨୨ ରନ ସଂଗ୍ରହ କରିଥିଲା। ଜବାବରେ ଇଂଲଣ୍ଡ ୧୯.୧ ଓଭରରେ ୫ ଉଇକେଟ ହରାଇ ୨୨୬ ରନ କରି ବିଜୟୀ ହୋଇଥିଲା। ଏଥିସହିତ ୩ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ ଇଂଲଣ୍ଡ ୨-୧ରେ ବିଜୟୀ ହୋଇଛି। ୨୨ଟି ବଲର ସମ୍ମୁଖୀନ ହୋଇ ୭ ଛକା ସହ ୫୭ ରନ କରି ଅପରାଜିତ ରହିବା ସହ ଦଳ ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିଥିବା ଇଂଲଣ୍ଡ ଅଧିନାୟକ ଇଅନ ମୋର୍ଗାନ ପ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି। ସେହିପରି ସାରା ସିରିଜରେ ସ୍ଥିର ପ୍ରଦର୍ଶନ କରି ମୋର୍ଗାନ ମଧ୍ୟ ପ୍ଲେୟାର ଅଫ୍‌ ଦି ସିରିଜ ବିବେଚିତ ହୋଇଛନ୍ତି। ଇଂଲଣ୍ଡ ତରଫରୁ ଅନ୍ୟମାନଙ୍କ ମଧ୍ୟରେ ଜନି ବେୟାରଷ୍ଟୋ ୬୪ (୩୪ ବଲ, ୭ ଚୌକା, ୩ ଛକା), ଉଇକେଟକିପର ବ୍ୟାଟ୍ସମ୍ୟାନ ଜୋସ ବଟଲର ୫୭ (୨୯ ବଲ, ୯ ଚୌକା, ୨ ଛକା), ବେନ୍‌ ଷ୍ଟୋକ୍ସ ୨୨ (୧୨ ବଲ, ୧ ଚୌକା, ୨ ଛକା)ରନ ସଂଗ୍ରହ କରିଥିଲେ। ବୋଲିଂରେ ଦକ୍ଷିଣ ଆଫ୍ରିକା ତରଫରୁ ଲୁନ୍‌ଗି ଏନ୍‌ଗିଡି ସର୍ବାଧିକ ୨ ଉଇକେଟ ନେଇଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ଦକ୍ଷିଣ ଆଫ୍ରିକା ତରଫରୁ ଓପନର ଟେମ୍ବା ବଭୁମା ୨୪ ବଲରୁ ୪ ଚୌକା ଓ ୩ ଛକା ସହ ୪୯, ହେନରିଚ୍‌ କ୍ଲାସେନ ୩୩ ବଲରୁ ୪ ଚୌକା, ୪ ଛକା ସହ ୬୬, ଅଧିନାୟକ କ୍ୱିଣ୍ଟନ ଡିକକ ୨୪ ବଲରୁ ୧ ଚୌକା, ୪ ଛକା ସହ ୩୫, ଡେଭିଡ ମିଲର ୨୦ ବଲରୁ ୩ ଚୌକା, ୨ ଛକା ସହ ଅପରାଜିତ ୩୫ ରନ ସଂଗ୍ରହ କରିଥିଲେ। ବୋଲିଂରେ ଇଂଲଣ୍ଡ ତରଫରୁ ଟମ୍‌ କୁରାନ ଓ ଷ୍ଟୋକ୍ସ ୨ଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଦକ୍ଷିଣ ଆଫ୍ରିକା ୨୦ ଓଭରରେ ୨୨୨/୬
(କ୍ଲାସେନ-୬୬, ବଭୁମା- ୪୯, ଡିକକ- ୩୫, ମିଲର- ୩୫*, କୁରାନ- ୨/୩୩, ଷ୍ଟୋକ୍ସ- ୨/୩୩)।
ଇଂଲଣ୍ଡ ୧୯.୧ ଓଭରରେ ୨୨୬/୫
(ମୋର୍ଗାନ- ୫୭*, ବେୟାରଷ୍ଟୋ- ୬୪, ବଟଲର- ୫୭, ଷ୍ଟୋକ୍ସ- ୨୨, ଏନ୍‌ଗିଡି- ୨/୫୫)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ଟିମ ଇଣ୍ଡିଆରେ ଫାଟ! ପରସ୍ପର ସହିତ କଥା ହେଉନାହାଁନ୍ତି ଗୌତମ ଗମ୍ଭୀର-ବିରାଟ କୋହଲି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୪।୭: ଭାରତୀୟ କ୍ରିକେଟ ଦଳ ଆଜି ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଆରମ୍ଭ କରିବାକୁ ଯାଉଛି। ତଥାପି, ଏହି ମ୍ୟାଚ ପୂର୍ବରୁ ଟିମ…

ରୋହିତ ଶର୍ମାଙ୍କ ଆଖିରେ ଲୁହ: ଜାଣନ୍ତୁ ପୂରା ଘଟଣା…

ନୂଆଦିଲ୍ଲୀ,୧୪।୭: ଆଜିଠାରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦିନିକିଆ ସିରିଜ ଆରମ୍ଭ ହେବ। ଟି-୨୦ ସିରିଜ୍‌ ହାରିବା ପରେ ଦିନିକିଆ ସିରିଜ୍‌ ହାତେଇବାକୁ ପଡ଼ିଆକୁ ଓହ୍ଲାଇବ ଭାରତ।…

୩୮ ବର୍ଷୀୟ ରେଫରିଙ୍କ ମୃତ୍ୟୁକୁ ନେଇ ଉଠିଛି ପ୍ରଶ୍ନ, ୨୦୨୬ ଫିଫା ବିଶ୍ୱକପରୁ ବାଦ ପଡିଥିଲେ

ମାୟାମି,୧୪।୭: ଫୁଟବଲ ଜଗତରୁ ଏକ ଦୁଃଖଦ ଖବର ଆସିଛି: ଡଚ ରେଫରି ରବ ଡାଏପେରିଙ୍କ ମୃତ ଅବସ୍ଥାରେ ଉଦ୍ଧାର ହୋଇଛନ୍ତି। ତାଙ୍କୁ ପୂର୍ବରୁ 2026 FIFA ବିଶ୍ୱକପ…

ବୈଭବ ସୂର୍ଯ୍ୟବଂଶୀଙ୍କ ଟ୍ରେନର ସାଜିବେ ଯୁବରାଜ ସିଂହ? ନିଜେ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୪।୭: ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ କ୍ୟାରିୟରର ଆରମ୍ଭ ଭଲ ନଥିଲା; ସେ ସଦ୍ୟ ସମାପ୍ତ ଇଂଲଣ୍ଡ ବିପକ୍ଷରେ T20 ସିରିଜରେ ଡେବ୍ୟୁ କରିଥିଲେ କିନ୍ତୁ ପରେ ତାଙ୍କୁ…

ଫ୍ରାନ୍ସ ଦଳ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ: ସ୍ପେନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ କଡ଼ା ସମାଲୋଚନା

ମାଡ୍ରିଡ୍‌,୧୩ା୭: ନିକଟରେ ଫ୍ରାନ୍ସ ବିଶ୍ୱକପ୍‌ ଦଳରେ କୌଣସି ଫ୍ରେଞ୍ଚ ଖେଳାଳି ନାହାନ୍ତି ବୋଲି ମନ୍ତବ୍ୟ ଦେଇଥିବା ସ୍ପେନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କନ୍‌ଜରଭେଟିଭ ପପୁଲାର ପାର୍ଟିର ମାରିଆନୋ…

ଲର୍ଡସରେ ଇତିହାସ ରଚିଲା ଟିମ୍‌ଇଣ୍ଡିଆ: ୧୪୨ ବର୍ଷ ପରେ…

ଲର୍ଡସ,୧୩।୭: ଲର୍ଡସରେ ଭାରତ ଇଂଲଣ୍ଡକୁ ୨୭୦ ରନରେ ପରାସ୍ତ କରି ଐତିହାସିକ ବିଜୟ ହାସଲ କରିଛି। ୧୪୨ ବର୍ଷର ଇତିହାସରେ ଲର୍ଡସରେ ଖେଳାଯାଇଥିବା ଏହା ପ୍ରଥମ ମହିଳା…

ଟିମ ଇଣ୍ଡିଆକୁ ଫେରିବେ ସୂର୍ଯ୍ୟକୁମାର! ସାମ୍ନାରେ ବଡ଼ ସର୍ତ୍ତ ରଖିଲା BCCI

ନୂଆଦିଲ୍ଲୀ, ୧୩।୭: ୨୦୨୬ ଟି-୨୦ ୱାଲର୍‌ଡ କପ ଟ୍ରଫି ଜିତିବା ସତ୍ତ୍ୱେ ଭାରତୀୟ ଟି-୨୦ ଦଳରୁ ବାଦ୍‌ ପଡ଼ିଥିବା ଷ୍ଟାର୍‌ ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri