Posted inଜାତୀୟ

ଟି.ଏନ୍‌. ଶେଷାନଙ୍କ ପରଲୋକରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୧।୧୧: ପୂର୍ବତନ ମୁଖ୍ୟ ନିର୍ବାଚନ କମିଶନର ଟି.ଏନ୍‌. ଶେଷାନଙ୍କ ରବିବାର ଚେନ୍ନାଇଠାରେ ହୃଦ୍‌ଘାତରେ ପରଲୋକ ଘଟିଛି। ମୃତ୍ୟୁ ସମୟରେ ତାଙ୍କୁ ୮୭ ବର୍ଷ ହୋଇଥିଲା। ତାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ କରି ଶୋକପ୍ରକାଶ କରିଛନ୍ତି। ସେ ଟୁଇଟରେ ଲେଖିଛନ୍ତି, ଦେଶରେ ନିର୍ବାଚନ ସଂଶୋଧନ ପ୍ରକ୍ରିୟାରେ ତାଙ୍କର ଅତୁଳନୀୟ ଅବଦାନ ରହିଛି। ଏଥିସହ ଶେଷାନ ଗଣତନ୍ତ୍ରକୁ ମଜବୁତ କରିବା ସହ ନିରପେକ୍ଷ ନିର୍ବାଚନ ଯୋଗୁ ରାଜନୀତିକୁ ଏକ ଦିଗ ମିଳିଛି ବୋଲି ମୋଦି କହିଛନ୍ତି। ସୂଚନାଯୋଗ୍ୟ, ୧୯୯୦ରୁ ୧୯୯୬ ପର୍ଯ୍ୟନ୍ତ ଶେଷାନ ମୁଖ୍ୟ ନିର୍ବାଚନ କମିଶନର ଭାବେ ଦାୟିତ୍ୱ ସମ୍ଭାଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘର ଆଗରୁ ବାଇକ୍‌ ଚୋରି କରି ନେଇଗଲେ ଦୁର୍ବୃତ୍ତ

ଦିଗପହଣ୍ଡି,୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜନଗର ମେନ୍‌ରୋଡ୍‌ରେ ଥିବା ଏ. ମୁନା ଦୋରାଙ୍କ ଘର ସମ୍ମୁଖରୁ କେହି ଦୁର୍ବୃତ୍ତ ତାଙ୍କ ବାଇକ୍‌କୁ ଚୋରି କରି…

ପାଖେଇ ଆସିଲାଣି ଗଣେଶ ପୂଜା, ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ କାରିଗର

ରିଷିଡ଼ା,୯ା୯(ସୁଶାନ୍ତ ମଲ୍ଲିକ): ଗଣେଶ ପୂଜା ଉପଲକ୍ଷେ କଳାହାଣ୍ଡି ଜିଲା ଉତ୍ସବ ମୁଖର ହୋଇଉଠିଛି। ବିଶେଷକରି କର୍ଲାମୁଣ୍ତା ବ୍ଲକ ରିଷିଡ଼ା ଅଞ୍ଚଳର ମୂର୍ତ୍ତି କାରିଗରମାନେ ମାଟି ମୂର୍ତ୍ତି ନିର୍ମାଣରେ…

ଗଣେଶ ପୂଜାରେ ୫ ରାଶିଙ୍କ ଫିଟିବ ଭାଗ୍ୟ; ଅଚାନକ ମିଳିବ ଧନ, କଟିଯିବ ସବୁ ବିପଦ…

ଗଣେଶ ଚତୁର୍ଥୀ ଅବସରରେ ଶୁଭ ସଂଯୋଗ ସୃଷ୍ଟି ହେଉଛି। ଏହି ଦିନ ମାତା ପାର୍ୱତୀଙ୍କ ପୂଜା ପାଇଁ ହରତାଳିକା ତୀଜ ବ୍ରତ ରହିଛି। ଶିବଙ୍କ ପୂଜା ପାଇଁ…

ମଧ୍ୟବିତ୍ତଙ୍କ ପାଇଁ ଖୁସି ଖବର, ସରକାର ଦେବେ ସବସିଡିଯୁକ୍ତ ଶସ୍ତା ଭଡ଼ା ଘର; ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍‌ଲୀ,୯।୯: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସହରାଞ୍ଚଳ ୨.୦ (PMAY-U 2.0) ଅଧୀନରେ ମୋଦୀ ସରକାର ସହରରେ ରହୁଥିବା ଗରିବ ତଥା ସ୍ୱଳ୍ପ ଆୟକାରୀ ପରିବାରଗୁଡ଼ିକୁ ଦୃଷ୍ଟିରେ ରଖି…

ପେନଶନର୍‌ଙ୍କ ପାଇଁ ଖୁସି ଖବର, ୮ମ ବେତନ ଆୟୋଗରେ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୯।୯: ୮ମ କେନ୍ଦ୍ରୀୟ ବେତନ ଆୟୋଗ (8th Pay Commission) ସୁପାରିଶକୁ ଅପେକ୍ଷା କରିଥିବା ଲକ୍ଷ ଲକ୍ଷ କର୍ମଚାରୀ ଏବଂ ପେନସନଭୋଗୀଙ୍କ ମଧ୍ୟରେ ଏବେ ଏକ ନୂଆ…

ମୋଦି କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ହେଲା ବଡ଼ ଘୋଷଣା, ଓଡ଼ିଶାକୁ…

ନୂଆଦିଲ୍ଲୀ,୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଦେଶର ରେଳ ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା…

ବଡ଼ ରାଜଯୋଗ: ୨୬ ସେପ୍ଟେମ୍ବର ଯାଏ ୩ ରାଶିଙ୍କର ବଲ୍ଲେ-ବଲ୍ଲେ, ଅଚାନକ ଚାକିରି-ବ୍ୟବସାୟରେ…

ବୁଧ ଗ୍ରହ କନ୍ୟା ରାଶିରେ ଗୋଚର କରିସାରିଛନ୍ତି। କନ୍ୟା ରାଶିର ସ୍ବାମୀ ହେଉଛନ୍ତି ସ୍ବୟଂ ବୁଧ ଦେବ। ଏଭଳି ସ୍ଥିତିରେ ବୁଧ ନିଜ ରାଶିରେ ପ୍ରବେଶ କରିବା…

ବିଭିନ୍ନ ଦାବିରେ ଉପଜିଲାପାଳ ଅଫିସ ଘେରାଉ କଲା ବିଜେଡି

ପାଟଣାଗଡ଼,୯ା୯(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ରେ ବିଭିନ୍ନ ଦାବି ନେଇ ବୁଧବାର ସ୍ଥାନୀୟ ବିଜେଡି ପକ୍ଷରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଘେରାଉ କରାଯାଇଛି। ଏହି ଅବସରରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri