Posted inଖେଳ

ଟୁଇଟରରେ ପୋଲାର୍ଡ ଅନ୍‌ଫଲୋ କରିବାରୁ ରାଗିଲେ ରୋହିତ

ନୂଆଦିଲ୍ଲୀ,୨୯।୧୧- ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ଦଳ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ଅଧିନାୟକ ରୋହିତ ଶର୍ମାଙ୍କୁ ଟୁଇଟରରେ ଅନ୍‌ଫଲୋ କରି ଚର୍ଚ୍ଚାକୁ ଆସିଥିଲେ ଓ୍ବେଷ୍ଟଇଣ୍ଡିଜ ସୀମିତ ଓଭର କ୍ରିକେଟ ଦଳର ଅଧିନାୟକ କିରନ ପୋଲାର୍ଡ। ଭାରତ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଟି୨୦ ସିରିଜ୍‌ ପୂର୍ବରୁ ପୋଲାର୍ଡଙ୍କ କାର୍ଯ୍ୟ ରୋହିତଙ୍କୁ ରଗାଇ ଦେଇଛି। ପୋଲାର୍ଡ ଶୁକ୍ରବାର ରୋହିତଙ୍କୁ ଟ୍ୟାଗ କରି ଏକ ଭିଡିଓ ଟୁଇଟ୍‌ କରିଥିଲେ। ଉକ୍ତ ଭିଡିଓରେ ରାତି ୪ ଟା’ରେ ରୋହିତ ଶୋଇଥିବାବେଳେ ତାଙ୍କୁ ଫୋନ କରି ଉଠାଇ ଦିଆଯାଉଥିବା ଦେଖିବାକୁ ମିଳିଛି। ଏହାର କ୍ୟାପଶନରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ସିରିଜ୍‌ ପାଇଁ ତୁମେ ପ୍ରସ୍ତୁତ କଲ ପାଇସାରିଛି ବୋଲି ଆଶା କରୁଛି ପୋଲାର୍ଡ ଲେଖିଛନ୍ତି। ଏହାର ଜବାବରେ ଭାରତୀୟ ଦଳର ଉପଅଧିନାୟକ ରୋହିତ ଟୁଇଟ୍‌ କରି ରାଗକୁ ଦର୍ଶାଉଥିବା ଇମୋଜି ସହ ପୋଲାର୍ଡଙ୍କ ନାମ ଲେଖିଛନ୍ତି। ଉଲ୍ଲେଖଥାଉ କି, ରେକର୍ଡ ୪ ଥର ଆଇପିଏଲ ଟ୍ରଫି ଜିତିଥିବା ଏମ୍‌ଆଇ ପାଇଁ ରୋହିତ ଓ ପୋଲାର୍ଡ ଗୁରୁତ୍ୱପୂର୍ଣ୍ଣ ଖେଳାଳି। ଉଭୟ ଦୀର୍ଘ ଦିନର ବନ୍ଧୁ ମଧ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପ, କପିଳଯୋରରେ ମାଛ ମଡକ:  ପଚାମାଛ ଗନ୍ଧରେ ସହର…

ପାରାଦୀପ ୧୨।୪(ଶରତ ରାଉତ): ବନ୍ଦର ସହର ପାରାଦୀପ ମଧ୍ୟସ୍ଥଳରେ ଥିବା କପିଳଯୋରରେ ରବିବାର ମାଛ ମଡକ ହୋଇଛି। ସହରର ବଡପଡିଆ ପରିବା ମାର୍କେଟଠାରୁ ଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ…

ସଇତାନ ସାଜିଲେ ମା’: ୨ ଶିଶୁଙ୍କୁ ପନିକିରେ ହାଣିବା ପରେ ନିଜେ…

ଝାରସୁଗୁଡା, ୧୨।୪(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବିମାନ ବନ୍ଦର ଥାନା ଓରାମପଡାଠାରେ ଶନିବାର ବିଳମ୍ବିତ ରାତ୍ରିରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ମା’…

ହନୁମାନ ଦେଖି ଭୟରେ ଦୌଡ଼ୁଥିଲେ ଶୁଭଙ୍କର: ବିଦ୍ୟୁତ ସବ୍‌ଷ୍ଟେଶନରେ ଘଟିଲା ଅଘଟଣ

କୃଷ୍ଣପ୍ରସାଦ,୧୨।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଭାବିନିପୁର ଗ୍ରାମରେ ଯାତ୍ରା ଦେଖିବାବେଳେ ଘଟିଛି ଏକ ଅଭାବନୀୟ ଘଟଣା। ଯାତ୍ରାର ହନୁମାନକୁ ଦେଖି ପାରଳା ଗ୍ରାମର…

ଶ୍ରୀମନ୍ଦିର ଖଣ୍ଡୋଲାଇଟ୍‌ ପଥରକୁ ନେଇ ସାଂଘାତିକ କଥା କହିଲେ ବବିଙ୍ଗ ଦାଦା: ଚର୍ଚ୍ଚାରେ..

ଯାଜପୁର ଟାଉନ,୧୨।୪(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ବାହାବଳପୁରରେ ନିର୍ମାଣ ହୋଇଥିବା ପୂର୍ବତନ ବିଧାୟକ ତଥା ବିଜେଡି ନେତା ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ଘର ଏବେ ଚର୍ଚ୍ଚାରେ। ଉକ୍ତ…

ଏଇ ଭାରତରେ

ଭାରତୀୟ ସ୍ଥଳସେନାରେ ୨୧ ବର୍ଷ ସେବା କରି କଲୋନେଲ ସୁବାସ ଦେଶଓ୍ବାଲ ଅବସର ନେବା ପରେ ଜଣେ ଚାଷୀ ଭାବେ ଜୀବନ କାଟୁଛନ୍ତି। ସେ ଗାଜର ଚାଷ…

ଆର୍ଟେମିସ୍‌-୨ ମିଶନ ସ୍ପେଶାଲିଷ୍ଟ

ମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡ୍‌ମିନିଷ୍ଟ୍ରେଶନ (ନାସା)ର ଆର୍ଟେମିସ୍‌-୨ ମିଶନରେ ଚନ୍ଦ୍ର ଅଭିଯାନରେ ଯାଇଥିବା ୪ ମହାକାଶଚାରୀ ୧୦ ଏପ୍ରିଲରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ପୃଥବୀର ଏକମାତ୍ର…

ସୃଷ୍ଟି-ସୂତ୍ରଧର ହିଁ ‘ଭଗବାନ’

ବାଇବେଲ ଗ୍ରନ୍ଥ ଅନ୍ତର୍ଗତ ‘ଜେନେସିସ୍‌ ୧’ର ଶ୍ଲୋକ ୨୬ରେ ଅଛି ”ଭଗବାନ ତାଙ୍କ ରୂପରେ ମଣିଷ ସୃଷ୍ଟି କରିଛନ୍ତି“, ଶ୍ଲୋକ ୨୭ ପୁନରାବୃତ୍ତି କରି କହିଛି, ”ଭଗବାନ…

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri