ଟୁଇଟ୍‌ ପରେ ଚାଉଳ ମିଳିବା ଘଟଣା: ରିଟେଲରଙ୍କୁ କାରଣ ଦର୍ଶାଅ ନୋଟିସ୍‌

ଭଦ୍ରକ ଅଫିସ, ୨।୯ – ଟୁଇଟ୍‌ ପରେ ଚାଉଳ ମିଳିବା ଘଟଣାରେ ଭଦ୍ରକ ଜିଲା ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ରିଟେଲର ଶ୍ରୀଧର ସାହୁଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ଜିଲାପାଳ ଜ୍ଞାନରଞ୍ଜନ ଦାସଙ୍କ ପକ୍ଷରୁ ସମ୍ପୃକ୍ତ ରିଟେଲରଙ୍କ ବିରୋଧରେ କାରଣ ଦର୍ଶାଅ ନୋଟିସ ଜାରି କରାଯାଇ ଆସନ୍ତା ୪ ତାରିଖ ମଧ୍ୟରେ ବ୍ୟକ୍ତିଗତ ଭାବେ ହାଜର ହୋଇ ଜବାବ ରଖିବାକୁ କୁହାଯାଇଛି। ସମ୍ପୃକ୍ତ ରିଟେଲର ଏହି ପଞ୍ଚାୟତର ଅନହରପୁର ଗ୍ରାମର ପାଞ୍ଚାଳୀ ଜେନାଙ୍କୁ ଗତ ୯ ମାସ ଧରି ତାଙ୍କ ରାଶନ ଦେଉ ନ ଥିବା ନେଇ ପାଖ ଗଁାର ସନ୍ତୋଷ ମହାପାତ୍ର ଜିଲାପାଳ, ମୁଖ୍ୟମନ୍ତ୍ରୀ ଓ ଯୋଗାଣ ମନ୍ତ୍ରୀଙ୍କୁ ଟୁଇଟ୍‌ କରି ଜଣାଇଥିଲେ। ଟୁଇଟ୍‌ର ଦେଢ଼ଘଣ୍ଟା ମଧ୍ୟରେ ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଜିଲା ଯୋଗାଣ ଅଧିକାରୀ, ବ୍ଲକ ଯୋଗାଣ ଅଧିକାରୀ ଓ ବିଡିଓ ଏ ନେଇ ତଦନ୍ତ କରିଥିଲେ। କାର୍ଯ୍ୟାନୁଷ୍ଠାନରୁ ବର୍ତ୍ତିବା ଲାଗି ସମ୍ପୃକ୍ତ ରିଟେଲର ତରବରିଆ ଭାବେ ହିତାଧିକାରୀ ପାଞ୍ଚାଳୀଙ୍କୁ ଡାକି ୯ ମାସର ଚାଉଳ ଏକକାଳୀନ ଦେଇ ହରଡ଼ଘଣାରେ ପଡ଼ିଥିଲେ। ଏକକାଳୀନ ୯ ମାସର ଚାଉଳ କାହିଁକି ଓ କିପରି ଦେଲେ ତାହାର ତଦନ୍ତ ଆରମ୍ଭ କରିଛି ପ୍ରଶାସନ। ଏପରିକି ୫ ଜଣ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ୫ ଯୋଗାଣ ଅଧିକାରୀ ଏହି ପଞ୍ଚାୟତର ବିଭିନ୍ନ ଗଁାକୁ ଯାଇ ହିତାଧିକାରୀଙ୍କ ରାଶନ କାର୍ଡ ଯାଞ୍ଚ କରିଥିଲେ। ଯାଞ୍ଚରେ ପାଞ୍ଚାଳୀଙ୍କ ଭଳି ଅନ୍ୟ ଜଣେ ହିତାଧିକାରୀ କାର୍ଡ ଥାଇ ମଧ୍ୟ ରାଶନ ପାଇବାରୁ ବଞ୍ଚତ୍ତ ହେଉଥିବା ଅଧିକାରୀଙ୍କ ନଜରକୁ ଆସିଥିଲା। ଏହି ରିପୋର୍ଟ ପରେ ଜିଲାପାଳ ଶନିବାର ସମ୍ପୃକ୍ତ ରିଟେଲରଙ୍କ ବିରୋଧରେ କାରଣ ଦର୍ଶାଅ ନୋଟିସ ଜାରି କରିବା ସହିତ ତାଙ୍କ ନିକଟରେ ବ୍ୟକ୍ତିଗତ ଭାବେ ହାଜର ହୋଇ ଜବାବ ରଖିବାକୁ ନିର୍ଦ୍ଦେଶ ଦେଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲ ହଟିଲା

ପୁରୀ,୧୧।୭: ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲକୁ ଶନିବାର ହଟାଇ ଦିଆଯାଇଥିବା ସୂଚନା ମିଳିଛି। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଇସ୍କନ ପକ୍ଷରୁ ଖୋଲାଯାଇଥିବା ବହି ଷ୍ଟଲକୁ ଲୋକେ…

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…

ରାଜଧାନୀରେ ବଦଳିଲା ଆନ୍ଦୋଳନର ରୂପ: “ଅଟୋ ଚିହ୍ନ” ଚର୍ଚ୍ଚା ଭିତରେ ସରକାରଙ୍କୁ ଘେରିଲେ ଭାଜପା କର୍ମୀ

ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା  ଆନନ୍ଦପୁରରୁ ଆରମ୍ଭ ହୋଇଥିବା “ବୈତରଣୀ ବଞ୍ଚାଅ ଆନ୍ଦୋଳନ” ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିବା ବେଳକୁ ଏହାର ରୂପ ରଙ୍ଗ ସମ୍ପୂର୍ଣ୍ଣ…

ଗୁଣୁପୁର ସରକାରୀ ହାଇସ୍କୁଲ ପାଲଟିଛି ରଣକ୍ଷେତ୍ର: ବେଞ୍ଚ ବିବାଦ-ପ୍ରେମ ସମ୍ପର୍କକୁ ନେଇ ହଷ୍ଟେଲ ଓ ଡେ-ସ୍କଲାର ଛାତ୍ରଙ୍କ ମଧ୍ୟରେ…

ଥୁଆମୂଳ ରାମପୁର, ୧୧।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଗୁଣୁପୁର ଗ୍ରାମପଞ୍ଚାୟତ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ଘଟିଯାଇଛି।…

ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ…

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ସହିଦ ପୀଠର ମର୍ଯ୍ୟାଦାକୁ ଆଘାତ? ମଙ୍ଗଳପୁର–ସହିଦ ପୀଠ ରାସ୍ତାରେ ମଦ ଦୋକାନକୁ ତୀବ୍ର ବିରୋଧ; ଅନ୍ୟତ୍ର…

ଧାମନଗର,୧୧ା୭(କାଳନ୍ଦି ବେହେରା): ଭଦ୍ରକ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ତଥା ଲୋକଙ୍କ ଭାବାବେଗର ପ୍ରତୀକ ‘ସହିଦ ପୀଠ’ ନିକଟରେ ମଦ ଦୋକାନ ଖୋଲିବାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

ଭୁବନେଶ୍ୱରରେ ପାଇଖାନା ଟାଙ୍କି ଭୁଶୁଡ଼ି ୨ ଶ୍ରମିକଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୧।୭: ରାଜଧାନୀ ଭୁବନେଶ୍ୱରର ବିଜେବି ନଗର ଅଞ୍ଚଳରେ ଏକ ଅଘଟଣ ଘଟିଛି। ନିର୍ମାଣାଧୀନ ପାଇଖାନା (ସେପ୍ଟିକ୍) ଟାଙ୍କି ଭୁଶୁଡ଼ି ପଡ଼ିବାରୁ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri