Posted inଖେଳ

ଟେବୁଲ ଟେନିସ ବିଶ୍ୱ ଚାମ୍ପିୟନଶିପ୍‌: ନୂଆ ତାରିଖ ଘୋଷଣା କଲା ଆଇଟିଟିଏଫ୍‌

ଲାଉସାନେ, ୭।୪(ପି.ଟି.): ଟେବୁଲ ଟେନିସ (ଟିଟି) ବିଶ୍ୱ ଚାମ୍ପିୟନଶିପ୍‌ର ନୂଆ ତାରିଖ ଘୋଷଣା ହୋଇଛି। ବିଶ୍ୱ ଟିଟିର ସର୍ବୋଚ୍ଚ ପ୍ରଶାସନିକ ସଂସ୍ଥା ଅନ୍ତର୍ଜାତୀୟ ଟେବୁଲ ଟେନିସ ଫେଡେରେଶନ (ଆଇଟିଟିଏଫ୍‌) ମଙ୍ଗଳବାର ଏ ନେଇ ଆନୁଷ୍ଠାନିକ ଭାବେ ଘୋଷଣା କରିଛି। ପ୍ରଥମେ ଏହି ପ୍ରତିଯୋଗିତା ବୁସାନରେ ୨୦୨୦ ମାର୍ଚ୍ଚ ୨୨ରୁ ୨୯ ତାରିଖ ମଧ୍ୟରେ ଆୟୋଜନ ହେବାର କାର୍ଯ୍ୟକ୍ରମ ଥିଲା। ତେବେ ଏହି ଇଭେଣ୍ଟ ଏବେ ସେପ୍ଟେମ୍ବର ୨୭ରୁ ଆରମ୍ଭ ହୋଇ ଅକ୍ଟୋବର ୪ ତାରିଖରେ ଶେଷ ହେବ ବୋଲି ଆଇଟିଟିଏଫ୍‌ ସୂଚନା ଦେଇଛି।

ସବୁଠାରୁ ମର୍ଯ୍ୟାଦାସମ୍ପନ୍ନ ଟିଟି ଇଭେଣ୍ଟ ବିବେଚିତ ହେଉଥିବା ୨୦୨୦ ବିଶ୍ୱ ଟିଟି ଇଭେଣ୍ଟ ସହିତ ଏକାଧିକ ପ୍ରତିଯୋଗିତା କରୋନା ଭାଇରସ ସଂକମ୍ରଣ କାରଣରୁ ସ୍ଥଗିତ ରହିଛି। ଆଇଟିଟିଏଫ୍‌ର କାର୍ଯ୍ୟକାରୀ କମିଟି ବୈଠକରେ ଏହି ଇଭେଣ୍ଟର ପ୍ରୋଭିଜନାଲ ତାରିଖ ଜୁନ୍‌ ୨୧ରୁ ୨୮ ତାରିଖ ରଖାଯିବା ନେଇ ପ୍ରସ୍ତାବ ଗୃହୀତ ହୋଇଥିଲା। ତେବେ ଶେଷରେ ଜୁନ୍‌ ୩୦ ପର୍ଯ୍ୟନ୍ତ ସବୁପ୍ରକାର ଆଇଟିଟିଏଫ୍‌ ଇଭେଣ୍ଟ ଓ କାର୍ଯ୍ୟକଳାପକୁ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନିଆଯାଇଥିଲା।
ବିଶ୍ୱ ଚାମ୍ପିୟନଶିପ୍‌ର ନୂଆ ତାରିଖ ସେପ୍ଟେମ୍ବର ୨୭ରୁ ଅକ୍ଟୋବର ୪କୁ ନେଇ ମଧ୍ୟ ଆଇଟିଟିଏଫ୍‌ ଓ କେଟିଟିଏ (କୋରିଆନ ଟିଟି ଆସୋସିଏଶନ) ନଜର ରଖିଛି। ଯଦି ଅନୁକୂଳ ପରିସ୍ଥିତି ନ ହୁଏ ତାହାଲେ ବିକଳ୍ପ ବ୍ୟବସ୍ଥା ଗ୍ରହଣ କରାଯାଇପାରେ। କାରଣ ଖେଳାଳି, କୋଚ୍‌, ପ୍ରଶଂସକ ଓ ଅଫିସିଆଲଙ୍କ ସ୍ବାସ୍ଥ୍ୟ ଓ ନିରାପତ୍ତାକୁ ଦୃଷ୍ଟିରେ ରଖି ଯାହାକିଛି ନିଷ୍ପତ୍ତି ନିଆଯିବ ବୋଲି କୁହାଯାଇଛି। ଉଲ୍ଲେଖଥାଉ କି, କୋଭିଡ-୧୯ ମହାମାରୀ କାରଣରୁ ବିଶ୍ୱରେ ଏପର୍ଯ୍ୟନ୍ତ ୭୦,୦୦୦ ଲୋକଙ୍କ ପ୍ରାଣହାନି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

ମେସିଙ୍କ ଉପରେ ଖସିଲା ଦୁଃଖର ପାହାଡ଼: ଘଟିଗଲା ଏମିତି କିଛି…

ନୂଆଦିଲ୍ଲୀ,୨୩।୧୨: ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କ ଭଉଣୀ ମାରିଆ ସୋଲ ମିଆମିରେ ତାଙ୍କ ଏସ୍ୟୁଭି ଚଲାଉଥିବା ସମୟରେ ଏକ ଦୁର୍ଘଟଣାର ଶିକାର ହୋଇଛ୍‌ତି। ତାଙ୍କୁ...

କୋହଲିଙ୍କ ପ୍ରଶଂସକଙ୍କୁ ଲାଗିଲା ବଡ଼ ଝଟ୍‌କା: ଆଉ ଦେଖିପାରିବେନି…

ବେଙ୍ଗାଲୁରୁ,୨୩।୧୨: ବିଜୟ ହଜାରେ ଟ୍ରଫି ପୂର୍ବରୁ ବେଙ୍ଗାଲୁରୁର କ୍ରିକେଟ ପ୍ରେମୀଙ୍କ ପାଇଁ ନିରାଶାଜନକ ଖବର ଆସିଛି। ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲି ଆଉ ଏମ. ଚିନ୍ନାସ୍ବାମୀ...

ଶୁଭମନ ଗିଲ ଏବଂ ଚୟନକର୍ତ୍ତାଙ୍କ ମଧ୍ୟରେ ହୋଇଥିଲା ବଡ଼ ଚୁକ୍ତି, ଅଧିନାୟକ ଭାବରେ ଫେରିବେ ଓପନର, ହେଲେ କିଏ ଥିଲେ ଏହାର ମଧ୍ୟସ୍ଥି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟର ପାୱାର କରିଡରରେ ପୁଣି ଥରେ ଏକ ବଡ଼ ହଇଚଇ ସୃଷ୍ଟି ହୋଇଛି। ଶୁବମନ ଗିଲଙ୍କ ନାମ ଅଧିନାୟକତ୍ୱ, ରାଜନୀତି ଏବଂ ବିଶ୍ୱସନୀୟତାର...

ଏହି କ୍ରିକେଟର୍‌ଙ୍କ ଜୀବନକୁ ବିପଦ: କିଣିଲେ ବୁଲେଟପ୍ରୁଫ କାର

ନୂଆଦିଲ୍ଲୀ,୨୨।୧୨: ତାଲିବାନ ଶାସିତ ଆଫଗାନିସ୍ତାନରେ ରଶିଦ ଖାନ ସୁରକ୍ଷିତ ଅନୁଭବ କରନ୍ତି ନାହିଁ। ସେ କେଭିନ ପିଟରସନଙ୍କ ସହିତ ଏକ ସାକ୍ଷାତକାରରେ ଏହା ପ୍ରକାଶ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri