ଟେଲିକମ୍‌ କମ୍ପାନୀ ପଇଠ କରିବେ ୯୨ ହଜାର କୋଟି

ନୂଆଦିଲ୍ଲୀ,୨୫-୧୦: ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀଗୁଡିକ ସରକାରଙ୍କୁ ଆଡଜଷ୍ଟେଡ ଗ୍ରସ ରେଭେନ୍ୟୁ ବାବଦକୁ ୯୨ ହଜାର କୋଟି ଟଙ୍କା ପୈଠ କରିବେ। ସୁପ୍ରିମକୋର୍ଟରେ ଏ ନେଇ ସରକାର ଏକ ମାମଲା କରିଥିଲେ। ଏହି ମାମଲାର ଶୁଣାଣି ଗୁରୁବାର ହୋଇଥିବା ବେଳେ ସର୍ବୋଚ୍ଚ ନ୍ୟାୟାଳୟ ସରକାରଙ୍କ ପକ୍ଷରେ ରାୟ ଶୁଣାଇଛନ୍ତି। ଟେଲିକମ୍‌ ସେବା ପ୍ରଦାନକାରୀଙ୍କଠାରୁ ୯୨ ହଜାର କୋଟି ଟଙ୍କା ଅସୁଲ କରିବାକୁ ସରକାରଙ୍କୁ ସର୍ବୋଚ୍ଚ ତାଙ୍କ ନିର୍ଦ୍ଦେଶରେ କହିଛନ୍ତି। ସରକାରଙ୍କ ଏହି ନିର୍ଦ୍ଦେଶ ପରେ ଭୋଡାଫୋନ-ଆଇଡିଆ କମ୍ପାନୀର ଶେୟାର କାରବାର ବିଶେଷ ପ୍ରଭାବିତ ହୋଇଛି। ପୁଞ୍ଜି ବଜାରରେ ଏହି କମ୍ପାନୀର ଶେୟାର କାରବାର ୨୭% ଖସିଥିବା ଜଣା ପଡିଛି। ଭୋଡାଫୋନ-ଆଇଡିଆର ଶେୟାର ମୂଲ୍ୟ ୨୩.୩୬% କ୍ଷତି ହେବାରୁ ଏହା ୪.୩୩ ଟଙ୍କାରେ ବନ୍ଦ ହୋଇଥିଲା। ସର୍ବୋଚ୍ଚ ନ୍ୟାୟାଳୟଙ୍କ ଏହି ନିଷ୍ପତ୍ତି ଟେଲିକମ ଶିଳ୍ପ ଲାଗି ଏକ ବଡ ଝଟକା ବୋଲି ଟେଲିକମ୍‌ ସଂଘ ସେଲ୍ୟୁଲାର ଅପରେଟର୍ସ ଆସୋସିଏଶନ ଅଫ୍‌ ଇଣ୍ଡିଆ(ସିଓଏଆଇ) ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ଲଘୁଚାପ: ରାଜ୍ୟର ୧୧ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ କଲା…

ଭୁବନେଶ୍ୱର, ୯ା୯(ସୌମ୍ୟରଞ୍ଜନ ରାଉତ) – ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ପ୍ରାୟ ୫.୮ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣ ନିମ୍ନମାନର ଅଭିଯୋଗ ଆଣି ଗ୍ରାମବାସୀ…

ଛତ୍ରପୁର,୯ା୯(ଦିଲ୍ଲୀପ ସମାଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଚାଲିଥିବା ରାସ୍ତା ନିର୍ମାଣ କାମରମାନକୁ…

ରାତି ୧୦ଟା ପରେ ବାଜିବନି ଲାଉଡ୍‌ ସ୍ପିକର, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ଛତ୍ରପୁର,୯ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆସନ୍ତା ୧୪ ତାରିଖରେ ହେବାକୁ ଯାଉଥିବା ଶ୍ରୀଗଣେଶ ପୂଜାକୁ ଶୃଙ୍ଖଳିତ ଓ ଭକ୍ତିପୂର୍ଣ୍ଣ ପରିବେଶରେ ପାଳନ କରିବାକୁ ଛତ୍ରପୁର ପୋଲିସ ଏବଂ ପ୍ରଶାସନ…

ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’

ହାଟଡିହୀ, ୯।୯(ଶୁଭକାନ୍ତ ନାୟକ): ଇନଷ୍ଟାଗ୍ରାମରେ ପ୍ରେମ, ତା’ପରେ ପ୍ରତ୍ୟାଖ୍ୟାନ, ଆଉ ଶେଷରେ ରାସ୍ତା ମଝିରେ ଗୁଣ୍ଡାଗର୍ଦ୍ଦି। ବୁଧବାର ଏଭଳି ଏକ ଲଜ୍ଜାଜନକ ଘଟଣା କେନ୍ଦୁଝର ଜିଲା ହାଟଡିହୀ…

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ୩ ବର୍ଷ ଝିଅକୁ ହତ୍ୟା ଉଦ୍ୟମ କରି ନିଜେ…

ବଲାଙ୍ଗୀର,୯ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଅଞ୍ଚଳରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି, ବାରମ୍ବାର ଚୋରି ଡକାୟତ ପରେ ବୁଧବାର ପୁଣି ବେଲପଡ଼ା ଥାନା…

ବରଗଡ଼ରେ ସ୍କ୍ରବ୍ ଟାଇଫସ୍‌ ଆତଙ୍କ! ବୃଦ୍ଧଙ୍କ ଜୀବନ ଗଲା, ବଢ଼ୁଛି ସଂକ୍ରମଣ ଭୟ

ବରଗଡ଼, ୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଥିବା ବେଳେ ଏବେ ଏହା ଏକ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି…

ଆଦିବାସୀ କଲ୍ୟାଣ ଓ ଅଧିକାର ନେଇ ସମୀକ୍ଷା: ରୋଗୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇବା ନେଇ…

ଖୋର୍ଦ୍ଧା,୯ା୯(ପ୍ରଭାତ ପାଣିଗ୍ରାହୀ): ଅନୁସୂଚିତ ଜନଜାତିଙ୍କ କଲ୍ୟାଣ, ବିକାଶ ଏବଂ ଅଧିକାର ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ନେଇ ଜାତୀୟ ଅନୁସୂଚିତ ଜନଜାତି କମିଶନ ଅଧ୍ୟକ୍ଷ ଅନ୍ତର ସିଂ ଆର୍ଯ୍ୟ…

ପ୍ରଶାସନର ନାକତଳେ ଖୋଲାଖୋଲି ଭାବେ ଶ୍ରମିକ ଚାଲାଣ, ସବୁ ଜାଣି ଶ୍ରମ ବିଭାଗ ଚୁପ୍‌

ଥୁଆମୂଳ ରାମପୁର,୯ା୯(ଦୁର୍ଗା କୀର୍ତ୍ତି): ଗ୍ରାମାଞ୍ଚଳରେ ଶ୍ରମିକଙ୍କୁ ସୋହାଗୀ ନିଯୁକ୍ତି ଏବଂ ମନରେଗା ଯୋଜନାରେ ବେକାର ଯୁବକ ଉପକୃତ ହେଉଥିବା ନେଇ ସରକାରୀ ଦାବିର ସତ୍ୟତା ଏବେ ପଦାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri