Posted inଖେଳ

ଟେଷ୍ଟରୁ ନବୀଙ୍କ ଅବସର ଘୋଷଣା

ଚିଟାଗଙ୍ଗ,୬।୯: ଚଳିତ ବାଂଲାଦେଶ ବିପକ୍ଷ ଟେଷ୍ଟ ମ୍ୟାଚ୍‌ ପରେ ଆଫଗାନିସ୍ତାନ ଅଲରାଉଣ୍ଡର ମହମ୍ମଦ ନବୀ ଲମ୍ବା ଫର୍ମାଟରୁ ଅବସର ନେବେ। ଏ ନେଇ ଆଫଗାନିସ୍ତାନ ଟିମ୍‌ ମ୍ୟାନେଜର ନାଜିମ ଜର ଅବଦୁରାହିମଜାଇ ସ୍ପଷ୍ଟ କରିଛନ୍ତି। ଧଳା ବଲ କ୍ରିକେଟରେ ଅଧିକ ସକ୍ରିୟ ରହିବା ପାଇଁ ନବୀ ଏହି ନିଷ୍ପତ୍ତି ନେଇଛନ୍ତି। ଚଳିତ ଟେଷ୍ଟକୁ ମିଶାଇଲେ ୩୪ ବର୍ଷୀୟ ଅଲରାଉଣ୍ଡର କେବଳ ୩ ମ୍ୟାଚ୍‌ ଖେଳିଛନ୍ତି। ଆଫଗାନିସ୍ତାନ ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ସଦସ୍ୟ ନୁହେଁ। ଶୀର୍ଷ ୯ ର଼୍ୟାଙ୍କଧାରୀ ଦଳ ପରସ୍ପର ମଧ୍ୟରେ ୭୧ ଟେଷ୍ଟ ଖେଳିବେ। ଦୁଇ ବର୍ଷ ମଧ୍ୟରେ ୨୭ ଦ୍ୱିପାକ୍ଷିକ ସିରିଜ ଅନୁଷ୍ଠିତ ହେବ। ରସିଦ ଖାନ୍‌ଙ୍କ ଦଳ ନଭେମ୍ବର ୨୭ ତାରିଖରେ ଡେରାଡୁନ୍‌ରେ ହେବାକୁ ଥିବା ଏକମାତ୍ର ଟେଷ୍ଟ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜକୁ ଭେଟିବ। ଡାହାଣ ହାତୀ ବ୍ୟାଟ୍ସମ୍ୟାନ ସାଙ୍ଗକୁ ଦକ୍ଷ ଅଫ୍‌ ସ୍ପିନର ଟି୨୦ କ୍ରିକେଟରେ ଜଣେ ସ୍ପେଶାଲିଷ୍ଟ। ଆଗାମୀ ବର୍ଷ ଅଷ୍ଟ୍ରେଲିଆରେ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ରେ ସେ ଆଫଗାନିସ୍ତାନ ଦଳ ପାଇଁ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏକାଠି ଖେଳିବେ ସଞ୍ଜୁ ସାମସନ-ବୈଭବ ସୂର୍ଯ୍ୟବଂଶୀ? ଜଣେ ଖେଳାଳିଙ୍କୁ ଦେବାକୁ ପଡିବ ‘ବଳିଦାନ’

ନୂଆଦିଲ୍ଲୀ,୮।୭: ଭାରତୀୟ ଦଳ ଇଂଲଣ୍ଡ ବିପକ୍ଷରେ ଟି-୨୦ ସିରିଜରେ ସଂଘର୍ଷ କରୁଛି, ପ୍ରଥମ ତିନୋଟି ମ୍ୟାଚରେ ବିଜୟ ହାସଲ କରିପାରି ନାହିଁ। ମଙ୍ଗଳବାର ରାତିରେ ଇଂଲଣ୍ଡ ଭାରତକୁ…

‘ରିସେଟ’ର ମୂଲ୍ୟ ଦେଉଛି ଟିମ ଇଣ୍ଡିଆ? ଲଗାତାର ପରାଜୟ ଉପରେ ନୀରବତା ଭାଙ୍ଗିଲେ ଗୌତମ ଗମ୍ଭୀର

ନୂଆଦିଲ୍ଲୀ,୮।୭: ଇଂଲଣ୍ଡ ବିପକ୍ଷରେ ୧୨୫ ରନର ଦମ ଦାର ପରାଜୟ ପରେ ଏହା କ୍ରମାଗତ ଚତୁର୍ଥ ଟି-୨୦ ପରାଜୟ, ଭାରତୀୟ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର…

ଜନ୍ମଦିନରେ ଗାଙ୍ଗୁଲିଙ୍କୁ ମିଳିଲା ବଡ଼ ସରପ୍ରାଇଜ୍‌: ଫିଲ୍ମ ପୋଷ୍ଟର ଜାରି

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଆଜି ୫୪ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ସେହି ପ୍ରଭାବଶାଳୀ ଅଧିନାୟକମାନଙ୍କ ମଧ୍ୟରୁ ଜଣେ ଯିଏ ଟିମ…

Vaibhav Sooryavanshi: ଲଗାତାର ଦୁଇଟି ମ୍ୟାଚରେ ବିଫଳ, ଟିମ୍‌ରୁ ବାହାରି ଯିବେ ବୈଭବ ସୂର୍ଯ୍ୟବଂଶୀ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୭: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ, ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛନ୍ତି, ଲଗାତାର ଦୁଇଟି ମ୍ୟାଚରେ ବ୍ୟାଟରେ ବିଫଳ ହୋଇଛନ୍ତି। ପ୍ରଶଂସକମାନେ ଟିମ ଇଣ୍ଡିଆ ପାଇଁ ତାଙ୍କର…

ଟିମ୍‌ ଇଣ୍ଡିଆର ଲଜ୍ଜାଜନକ ପରାଜୟ ପରେ ଧୋନୀଙ୍କୁ ଘେରିଗଲେ ପ୍ରଶଂସକ: ଜାଣନ୍ତୁ କାହିଁକି

ଟ୍ରେଣ୍ଟ ବ୍ରିଜ,୮।୭: ଟ୍ରେଣ୍ଟ ବ୍ରିଜରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚରେ ଟିମ ଇଣ୍ଡିଆକୁ ଏକ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। କିନ୍ତୁ…

ଟିମ ଇଣ୍ଡିଆର ଲଜ୍ଜାଜନକ ପରାଜୟ: ଏହି ୫ ଜଣ ସାଜିଲେ ଦଳର ସବୁଠୁ ବଡ଼ ‘ଭଲେନ’! ବୈଭବ-ଆୟରଙ୍କ ସହ…

ନୂଆଦିଲ୍ଲୀ, ୮।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ତାର ଟି-୨୦ ଇତିହାସର ସବୁଠାରୁ ଲଜ୍ଜାଜନକ ପରାଜୟର ସାମ୍ନା କରିବାକୁ ପଡ଼ିଛି। ତୃତୀୟ ଟି-୨୦ ମ୍ୟାଚରେ ଇଂଲଣ୍ଡ ହାତରୁ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri