Posted inଖେଳ

ଟେଷ୍ଟ କ୍ରିକେଟ୍‌ରେ ସବୁଠୁ ଅଧିକ ବଲ୍‌ର ସମ୍ମୁଖୀନ ହୋଇଥିବା ଖେଳାଳି ଜଣଙ୍କ କିଏ ଜାଣନ୍ତି

କ୍ରିକେଟ୍‌ରେ ଅନେକ ରେକର୍ଡ ସୃଷ୍ଟି ଏବଂ ଭାଙ୍ଗେ। କିନ୍ତୁ ଏମିତି କିଛି ରେକର୍ଡ ରହିଛି ଯାହା ଭାଙ୍ଗିବା କୌଣସି ଖେଳାଳିଙ୍କ ପାଇଁ କଷ୍ଟକର। ସେମିତି ଏକ ରେକର୍ଡ ରହିଛି ଭାରତୀୟ ଦଳର ‘ଦ ଓ୍ବାଲ୍‌’ କୁହାଯାଉଥିବା ରାହୁଲ ଦ୍ରାବିଡଙ୍କ ନାଁରେ। ଟେଷ୍ଟ କ୍ରିକେଟରେ ଅନେକ ଖେଳାଳିଙ୍କ ନାଁରେ ଅନେକ ରେକର୍ଡ ରହିଛି। ଟେଷ୍ଟ କ୍ରିକେଟରେ ସେ ସବୁଠୁ ଅଧିକ ବଲ ସମ୍ମୁଖୀନ ହୋଇଥିବା ଖେଳାଳି ଭାବେ ରେକର୍ଡ କରିଛନ୍ତି। ୧୯୯୬ ମସିହା ଜୁନ ୨୦ ତାରିଖରେ ଇଂଲଣ୍ଡ ବିପକ୍ଷରେ ତାଙ୍କର ପ୍ରଥମ ଟେଷ୍ଟ ମ୍ୟାଚ ଖେଳିଥିଲେ। ୨୦୧୨ ଜାନୁଆରୀ ୨୪ ତାରିଖରେ ସେ ଅଷ୍ଟ୍ରେଲିଆ ବିପକ୍ଷରେ ତାଙ୍କର ଶେଷ ଟେଷ୍ଟ ଖେଳିଥିଲେ। ୧୬୪ଟି ଟେଷ୍ଟ ମ୍ୟାଚ ଖେଳିଥିବା ଦ୍ରାବିଡ ମୋଟ ୩୧,୨୫୮ଟି ବଲର ସମ୍ମୁଖୀନ ହୋଇଥିଲେ। ଟେଷ୍ଟ ମ୍ୟାଚରେ ୩୦ ହଜାରରୁ ଅଧିକ ବଲର ସମ୍ମୁଖୀନ ହେବାରେ ସେ ହେଉଛନ୍ତି ବିଶ୍ୱର ଏକମାତ୍ର ବ୍ୟାଟ୍ସମ୍ୟାନ। ଦ୍ରାବିଡଙ୍କୁ ପଛକୁ ଅଛନ୍ତି ମଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ନାଁ ରହିଛି। ୨୦୦ଟି ଟେଷ୍ଟ ମ୍ୟାଚ ଖେଳିଥିବା ସଚିନ ମୋଟ ୨୯,୪୩୭ଟି ବଲର ସମ୍ମୁଖୀନ ହୋଇଥିଲେ। ସଚିନଙ୍କ ପଛକୁ ଦକ୍ଷିଣ ଆଫ୍ରିକାର ପୂର୍ବତନ ଅଲରାଉଣ୍ଡର ଜ୍ୟାକ୍‌ କାଲିସଙ୍କ ନାଁ ରହିଛି। ସେ ୧୬୬ଟି ଟେଷ୍ଟ ମ୍ୟାଚରୁ ୨୮,୯୦୩ଟି ବଲ ଖେଳିଛନ୍ତି। କାଲିସଙ୍କ ପରେ ଓ୍ବେଷ୍ଟଇଣ୍ଡିଜର ଶିବନାରାୟଣ ଚନ୍ଦ୍ରପାଲଙ୍କ ନାଁ ଆସେ ସେ ୧୬୪ଟି ଟେଷ୍ଟ ମ୍ୟାଚରୁ ୨୭୩୯୫ଟି ବଲର ସମ୍ମୁଖୀନ ହୋଇଥିଲେ। ପଞ୍ଚମ ସ୍ଥାନରେ ଅଛନ୍ତି ଆଲାନ ବର୍ଡର। ସେ ୨୫୬ଟି ମ୍ୟାଚ୍‌ ଖେଳି ୨୭୦୦୪ଟି ବଲ୍‌ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri