Posted inଖେଳ

ଟେଷ୍ଟ ଚାମ୍ପିୟନ୍‌ଶିପରେ ୬ ପଏଣ୍ଟ ହରାଇଲା ଦକ୍ଷିଣ ଆଫ୍ରିକା

ଜୋହାନ୍ସବର୍ଗ,୨୮।୧- ଦକ୍ଷିଣ ଆଫ୍ରିକା ବିପକ୍ଷ ଚତୁର୍ଥ ତଥା ଅନ୍ତିମ ଟେଷ୍ଟକୁ ଇଂଲଣ୍ଡ ୧୯୧ ରନ୍‌ରେ ଜିତି ସିରିଜ୍‌କୁ ୩-୧ ବ୍ୟବଧାନରେ ହାତେଇ ନେଇଛି। ଅନ୍ତିମ ଟେଷ୍ଟରେ ଧିମା ବୋଲିଂ ହାର ପାଇଁ ଦକ୍ଷିଣ ଆଫ୍ରିକାକୁ ୬ ଟେଷ୍ଟ ଚାମ୍ପିୟନଶିପ ପଏଣ୍ଟ ହରାଇବାକୁ ପଡ଼ିଛି। ଫାଫ ଡୁପ୍ଲେସିଙ୍କ ନେତୃତ୍ୱାଧୀନ ଘରୋଇ ଦଳ ଉପରେ ଏହି ଦଣ୍ଡାଦେଶ ଲଗାଇଛନ୍ତି ଆଇସିସି ମ୍ୟାଚ୍‌ ରେଫରି ଆଣ୍ଡି ପିକ୍ରଫ୍ଟ। ଧାର୍ଯ୍ୟ ସମୟରେ ଦଳ ୩ ଓଭର କମ୍‌ ବୋଲିଂ କରିଥିଲା ବୋଲି ଆଇସିସି ପକ୍ଷରୁ ଏକ ବିବୃତିରେ କୁହାଯାଇଛି। ଟେଷ୍ଟ ଚାମ୍ପିୟନଶିପ ନିୟମ ଅନୁସାରେ ବଳକା ପଡ଼ିଥିବା ଓଭର ପିଛା ୨ ପଏଣ୍ଟ ଲେଖାଏ କାଟ କରାଯାଇଛି। ଏଥିସହିତ ଦଳର ଖେଳାଳିଙ୍କ ମ୍ୟାଚ୍‌ ଫି’ର ୨୦ ପ୍ରତିଶତ କାଟ କରାଯାଇଛି। ଅଧିନାୟକ ଡୁପ୍ଲେସି ଦଣ୍ଡାଦେଶ ସ୍ବୀକାର କରିନେଇଥିବାରୁ କୌଣସି ଶୁଣାଣିର ଆବଶ୍ୟକତା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କିମ୍ୱଦନ୍ତୀ ଗାୟିକା ଏସ୍‌. ଜାନକୀଙ୍କ ପରଲୋକ

ଭୁବନେଶ୍ୱର,୧୨ା୭ (ସୌମ୍ୟରଞ୍ଜନ ରାଉତ): ଭାରତୀୟ ଚଳଚ୍ଚିତ୍ର ସଙ୍ଗୀତ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ ଘଟିଛି। ଦକ୍ଷିଣ ଭାରତର ପ୍ରଖ୍ୟାତ ପାର୍ଶ୍ୱଗାୟିକା ଏସ୍‌. ଜାନକୀଙ୍କର ଶନିବାର ମହୀଶୂରସ୍ଥିତ…

ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲ ହଟିଲା

ପୁରୀ,୧୧।୭: ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲକୁ ଶନିବାର ହଟାଇ ଦିଆଯାଇଥିବା ସୂଚନା ମିଳିଛି। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଇସ୍କନ ପକ୍ଷରୁ ଖୋଲାଯାଇଥିବା ବହି ଷ୍ଟଲକୁ ଲୋକେ…

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…

ଫର୍ଚ୍ୟୁନ୍‌ର ସବୁଠୁ ପ୍ରଭାବଶାଳୀ ମହିଳା ତାଲିକାର ୧ମ ସ୍ଥାନରେ ନୀତା ଅମ୍ବାନୀ

ଫର୍ଚ୍ୟୁନ୍‌ ଇଣ୍ଡିଆ ଦ୍ୱାରା ଶୁକ୍ରବାର ଦିନ ମୁମ୍ବାଇସ୍ଥିତ ଫୋର୍‌ ସିଜନ୍ସ ହୋଟେଲଠାରେ ଏହାର ପ୍ରମୁଖ କାର୍ଯ୍ୟକ୍ରମ ‘ମୋଷ୍ଟ୍‌ ପାଓ୍ବାରଫୁଲ୍‌ ଓ୍ବିମେନ୍‌ (ଏମ୍‌ପିଡବ୍ଲ୍ୟୁ), ୨୦୨୬’ ଅନୁଷ୍ଠିତ ହୋଇଯାଇଛି ।…

ଭାଜପା ନେତାଙ୍କୁ ଟିକେଟ ନ ମିଳିବାରୁ ୧୨ ଘଣ୍ଟା ରାଜପଥ ବନ୍ଦ

ଭୋପାଳ,୧୧ା୭: ମଧ୍ୟପ୍ରଦେଶର ଡାଟିଆ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଭାଜପା ପକ୍ଷରୁ ଶୁକ୍ରବାର ଆଶୁତୋଷ ତିଓ୍ବାରୀଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିଲା। ନିର୍ବାଚନ…

ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ…

ଇନିଂସ ଅଗ୍ରଣୀ, ଦୃଢସ୍ଥିତିରେ ଭାରତ

ଲଣ୍ଡନ,୧୧ା୭: କ୍ରାନ୍ତି ଗୌଡ଼ (୫/୩୭)ଙ୍କ ଚମତ୍କାର ବୋଲିଂ ଯୋଗୁ ଲଡ୍ସରେ ଚାଲିଥିବା ଏକ ମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଇଂଲଣ୍ଡର ପ୍ରଥମ ଇନିଂସ ସ୍କୋରକୁ ୧୭୦ରନରେ ସୀମିତ…

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri