ଟେଷ୍ଟ ଡ୍ରାଇଭ୍‌ ବେଳେ ଦୁର୍ଘଟଣା: ୪ ଶ୍ରମିକଙ୍କ ଉପରେ ଚଢ଼ିଗଲା କାର୍‌

ଭୁବନେଶ୍ୱର, ୨୫ା୫(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଅଧୀନ ଶୈଳଶ୍ରୀ ବିହାର ଛକ ନିକଟରେ ଶୁକ୍ରବାର ସକାଳେ ଏକ ଦୁର୍ଘଟଣା ଘଟିଛି। ଜଣେ ସରକାରୀ କର୍ମଚାରୀ ଟେଷ୍ଟ ଡ୍ରାଇଭ୍‌ କରୁଥିବାବେଳେ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ୪ଜଣ ଶ୍ରମିକଙ୍କ ଉପରେ କାର୍‌ ଚଢାଇ ଦେଇଛନ୍ତି। ଫଳରେ ଏହି ଶ୍ରମିକମାନେ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ସୀତାନାଥ ବସ୍ତିର ଶଙ୍କର ନାୟକ, ପଣ୍ଡାପାର୍କ ବସ୍ତିର ସୁକାନ୍ତ ନାୟକ, ରିକ୍ସା କଲୋନୀର ବାବୁନା ନାୟକ ଏବଂ ଅନ୍ୟ ଜଣଙ୍କ ପରିଚୟ ମିିଳିପାରିନାହିଁ। ସେମାନଙ୍କୁ ଉଦ୍ଧାର କରାଯାଇ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଶଙ୍କରଙ୍କ ଅବସ୍ଥା ଉଦ୍‌ବେଗଜନକ ରହିଛି। ତାଙ୍କର ଗୋଟିଏ ଗୋଡ ଭାଙ୍ଗିଯାଇଛି। ଦୁର୍ଘଟଣା ପରେ ସେଠାରେ ଉତ୍ତେଜନା ପ୍ରକାଶ ପାଇଥିଲା। କ୍ଷତିପୂରଣ ଦାବିରେ ସ୍ଥାନୀୟ ବସ୍ତିବାସିନ୍ଦା ରାସ୍ତାରୋକୋ କରିଥିଲେ। ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ ମଧ୍ୟ ସେମାନେ ଶୁଣି ନ ଥିଲେ। ଫଳରେ ପରିସ୍ଥିତି ଜଟିଳ ହୋଇ ପଡ଼ିଥିଲା। ଆହତମାନଙ୍କୁ କ୍ଷତିପୂରଣ ଦେବାକୁ ପ୍ରଶାସନ ପକ୍ଷରୁ ପ୍ରତିଶ୍ରୁତି ମିଳିବା ପରେ ଯାଇ ରାସ୍ତାରୁ ହଟିବେ ବୋଲି ଆନ୍ଦୋଳନକାରୀ ଜିଦ୍‌ ଧରିଥିଲେ। ଦୀର୍ଘ ଏକ ଘଣ୍ଟା ଧରି ସେମାନେ ରାସ୍ତାରେ ବସିରହିଥିଲେ। ଏଥିଯୋଗୁ ଉଭୟ ପାର୍ଶ୍ୱରେ ଶତାଧିକ ଗାଡ଼ିି ଅଟକି ରହିଥିଲା। ସ୍ଥାନୀୟ ଅଞ୍ଚଳର ସାମାଜିକ କର୍ମୀ ଏବଂ ପୋଲିସ ସେମାନଙ୍କ ସହ ଆଲୋଚନା କରି କ୍ଷତିପୂରଣ ଦିଆଯିବ ବୋଲି କହିବା ପରେ ସେମାନେ ଆନ୍ଦୋଳନରୁ ଓହରିଯାଇଥିଲେ। ପୋଲିସ ଦୁର୍ଘଟଣାଗ୍ରସ୍ତ ଗାଡ଼ି ଜବତ କରିବା ସହ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।
ସୂଚନା ଅନୁଯାୟୀ, ପ୍ରତିଦିନ ଶ୍ରମିକମାନେ ବିଭିନ୍ନ ସ୍ଥାନକୁ କାମରେ ଯିବା ପାଇଁ ଶୈଳଶ୍ରୀ ବିହାର ଛକରେ ଛିଡ଼ା ହୁଅନ୍ତି। ଲୋକେ ସେଠାରେ କଥାବାର୍ତ୍ତା କରି ସେମାନଙ୍କୁ ମୁଲମଜୁରି ଲାଗି ନେଇଥାନ୍ତି। ଶୁକ୍ରବାର ସକାଳ ପ୍ରାୟ ୬.୩୦ ମିନିଟ୍‌ରେ ଶ୍ରମିକମାନେ ରାସ୍ତାକଡ଼ରେ ଛିଡ଼ା ହୋଇଥିଲେ। ଜଣେ ସରକାରୀ କର୍ମଚାରୀ ଦୁଇଦିନ ତଳେ କିଣିଥିବା ନୂଆ କାର ଏହି ସମୟରେ ଟେଷ୍ଟ ଡ୍ରାଇଭିଂ କରୁଥିଲେ। ସେ କାର ନେଇ ଶୈଳଶ୍ରୀବିହାର ଛକରୁ ନୀଳାଦ୍ରି ବିହାର ଅଭିମୁଖେ ଯାଉଥିଲେ। ହେଲେ ଶୈଳଶ୍ରୀବିହାର ଛକ ନିକଟରେ ଏକ ଅଟୋ ତାଙ୍କ କାର ଆଗରେ ଚାଲିଯାଇଥିଲା। ଫଳରେ ସେ ନିୟନ୍ତ୍ରଣ ହରାଇ ଶ୍ରମିକମାନଙ୍କ ଉପରେ ଚଢାଇ ଦେଇଥିଲେ। ଏଥିରେ ୪ଜଣ ଶ୍ରମିକ ଗୁରୁତର ଆହତ ହୋଇଥିବାବେଳେ ଅନ୍ୟମାନେ ଭୟରେ ଦୌଡ଼ି ପଳାଇବାରୁ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି। ଶ୍ରମିକମାନଙ୍କୁ କାର୍‌ ଧକ୍କା ଦେବା ପରେ ରାସ୍ତାକଡ଼ ଡିଭାଇଡରରେ ପିଟି ହେଇଯାଇଥିଲା। ଅନ୍ୟ ଶ୍ରମିକମାନେ ଘଟଣା ସମ୍ପର୍କରେ ପୋଲିସକୁ ଜଣାଇଥିଲେ। ପୋଲିସ ପହଞ୍ଚି ସେମାନଙ୍କୁ ହସ୍ପିଟାଲକୁ ପଠାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ଯିବା ହେଲା କାଳ, ହାତୀ ହାବୁଡ଼ରେ ପଡ଼ି ଚାଲିଗଲା ଜୀବନ

କୁଚିଣ୍ଡା,୯।୧୦(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ବନ୍ୟପ୍ରାଣୀ ବନଖଣ୍ଡ କୁଚିଣ୍ଡା ରେଞ୍ଜ ଅଧୀନ କୁଚିଣ୍ଡା ଏନ୍‌ଏସି ୧୦ ନମ୍ବର ୱାର୍ଡ ସଇଡାରେ ଶୁକ୍ରବାର ଏକ ହାତୀ ଆକ୍ରମଣରେ…

ସପ୍ତାହେ ମଧ୍ୟରେ କୋହଲିଙ୍କ ୫ ରେକର୍ଡକୁ ଧୂଳିସାତ୍‌ କରିଦେଲେ ଏହି ୫ ବ୍ୟାଟର୍‌

ନୂଆଦିଲ୍ଲୀ,୯।୧୦: ବିରାଟ କୋହଲିଙ୍କ ନାଁରେ ଅନେକ କ୍ରିକେଟ ରେକର୍ଡ ରହିଛି। ଏହାକୁ ଭାଙ୍ଗିବା ଯେକୌଣସି ଖେଳାଳିଙ୍କ ପାଇଁ ଏକ ବଡ଼ ସଫଳତା ହେବ। ଗତ ସପ୍ତାହ ମଧ୍ୟରେ…

ଜେଲ୍‌ ଭିତରେ ସଂଘର୍ଷ: ଗଡ଼ିଲା ୧୦ ମୁଣ୍ଡ, ୧୬ ଆହତ

ମେକ୍ସିକୋ,୯ା୧୦: ମେକ୍ସିକୋର ଉତ୍ତର-ପଶ୍ଚିମ ରାଜ୍ୟ ସିନାଲୋଆର ମାଜାଟାନ ସହରରେ ଥିବା ‘ଏଲ କାଷ୍ଟିଲୋ’ ଜେଲ୍‌ରେ ଘଟିଥିବା ଏକ ସଂଘର୍ଷରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୬ ଜଣ…

ଆଜି ସୃଷ୍ଟି ହେବ ବିରଳ ବିଷ ଯୋଗ, ୩ ରାଶି ଉପରେ ପଡ଼ିପାରେ ନକାରାତ୍ମକ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଶନି ଓ ଚନ୍ଦ୍ରମାଙ୍କ ପରସ୍ପର ଦୃଷ୍ଟି ଯୋଗୁଁ ବିଷ ଯୋଗ ସୃଷ୍ଟି ହେଉଛି । ଏହି ଯୋଗର ପ୍ରଭାବରେ କେତେକ ରାଶିର ବ୍ୟକ୍ତିଙ୍କୁ…

ପ୍ରଥମେ କବାଟ ବାଡ଼େଇଲେ, ଖୋଲିବାରୁ ଦମ୍ପତିଙ୍କୁ ଅତର୍କିତ ଆକ୍ରମଣ କଲେ ଦୁଇ ଦୁର୍ବୃତ୍ତ, ଗୁରୁତର ହୋଇ…

ମଜାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଅପାଳ ସାମୁଦ୍ରିକ ଥାନା ଅଧୀନ ବଳିଗଣ୍ଡ ଗାଁର ଜଣେ ବ୍ୟକ୍ତିଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ପଶି…

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

ବିକ୍ଷୋଭ ବେଳେ ଦୁଇ କଂଗ୍ରେସ ନେତ୍ରୀଙ୍କ ମଧ୍ୟରେ ମାରପିଟ, ପରସ୍ପରକୁ ମାରିଲେ ଚାପୁଡ଼ା

ନୂଆଦିଲ୍ଲୀ,୯ା୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ରେ ଅନିୟମିତତା ଅଭିଯୋଗକୁ ନେଇ ହରିୟାଣାର ଫରିଦାବାଦରେ ବିରୋଧୀ…

ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ

ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?