Posted inଖେଳ

ଟେଷ୍ଟ ପଦାର୍ପଣ କରିବେ ରୟ

ଲଣ୍ଡନ, ୧୮।୭ (ଏଏଫ୍‌ପି)- ଇଂଲଣ୍ଡକୁ ବିଶ୍ୱକପ୍‌ ବିଜୟୀ କରାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ଷ୍ଟାର୍‌ ଖେଳାଳି ଜାସନ ରୟ ଟେଷ୍ଟ ପଦାର୍ପଣ କରିବାକୁ ଯାଉଛନ୍ତି। ଆୟର୍ଲାଣ୍ଡ ବିପକ୍ଷ ଏକମାତ୍ର ଟେଷ୍ଟ ମ୍ୟାଚ୍‌ ଲାଗି ଘୋଷିତ ୧୩ ଜଣିଆ ଇଂଲଣ୍ଡ ଦଳରେ ରୟଙ୍କୁ ସ୍ଥାନ ମିଳିଛି। ଦକ୍ଷିଣ ଆଫ୍ରିକା ଜନ୍ମିତ ରୟ ବିଶ୍ୱକପ୍‌ରେ ପ୍ରଭାବୀ ପ୍ରଦର୍ଶନ କରି ମୋଟ୍‌ ୪୪୩ ରନ୍‌ ସଂଗ୍ରହ କରିଥିଲେ। ଏହି ପ୍ରଦର୍ଶନକୁ ଭିତ୍ତି କରି ଇଂଲଣ୍ଡ ଚୟନକର୍ତ୍ତମାନେ ତାଙ୍କୁ ଟେଷ୍ଟ କ୍ରିକେଟ୍‌ରେ ସୁଯୋଗ ଦେଇଛନ୍ତି। ଫଳରେ ଅଗଷ୍ଟ ୧ରୁ ଏଜବାଷ୍ଟନରେ ଆରମ୍ଭ ହେବାକୁ ଥିବା ଐତିହାସିକ ଆଶେସ ଟେଷ୍ଟ ସିରିଜରେ ମଧ୍ୟ ରୟ ସ୍ଥାନ ପାଇବାର ସମ୍ଭାବନା ସୃଷ୍ଟି ହୋଇଛି। ତେବେ ଡର୍‌ହାମ ଦ୍ରୁତ ବୋଲର ମାର୍କ ଉଡ୍‌ ଆଘାତଜନିତ ସମସ୍ୟା ଲାଗି ଆୟର୍ଲାଣ୍ଡ ବିପକ୍ଷ ମ୍ୟାଚ୍‌ରୁ ବାଦ୍‌ ପଡ଼ିଛନ୍ତି। ସେହିଭଳି ୫ ମ୍ୟାଚ୍‌ବିଶିଷ୍ଟ ଆଶେସ ସିରିଜର ପ୍ରାରମ୍ଭରୁ ମଧ୍ୟ କେତୋଟି ମ୍ୟାଚ୍‌ ସେ ଖେଳିପାରିବେ ନାହିଁ ବୋଲି ଜଣାପଡ଼ିଛି। ଓ୍ବର୍କଶାୟର ଯୁବ ଦ୍ରୁତ ବୋଲର ଓଲି ଷ୍ଟୋନଙ୍କୁ ଦଳରେ ସ୍ଥାନ ମିଳିଛି। ଆୟର୍ଲାଣ୍ଡ ଓ ଇଂଲଣ୍ଡ ମଧ୍ୟରେ ଏକମାତ୍ର ଟେଷ୍ଟ ଜୁଲାଇ ୨୪ରୁ ଲଡର୍‌ସରେ ଆରମ୍ଭ ହେବ। ପାଞ୍ଚ ଦିବସ ପରିବର୍ତ୍ତେ ଏହା ୪ଦିନ ଖେଳାଯିବ।
ଆୟର୍ଲାଣ୍ଡ ମ୍ୟାଚ୍‌ ଲାଗି ଇଂଲଣ୍ଡ ଦଳ: ଜୋ ରୁଟ୍‌ (ଅଧିନାୟକ), ମୋଇନ ଅଲି, ଜିମ୍ମି ଆଣ୍ଡରସନ, ଜନି ବେୟାରଷ୍ଟୋ, ଷ୍ଟୁଆର୍ଟ ବ୍ରଡ୍‌, ରୋରି ବ୍ରୁନ୍ସ, ସାମ୍‌ କୁରାନ, ଜୋ ଡେନ୍‌ଲୀ, ଲୁଇସ ଗ୍ରେଗୋରୀ, ଜ୍ୟାକ୍‌ ଲିଚ୍‌, ଜାସନ ରୟ, ଓଲି ଷ୍ଟୋନ ଓ କ୍ରିସ୍‌ ଓ୍ବକ୍ସ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL-2026 ଫାଇନାଲ୍‌ରେ ଟସ୍‌ ଜିତିଲା RCB

ଅହମଦାବାଦ,୩୧।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL) ୨୦୨୬ର ଫାଇନାଲ ମ୍ୟାଚ୍‌ ରବିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଟସ୍‌…

RCB vs GT IPL Final: ଯଦି ବର୍ଷା ଫାଇନାଲରେ ସାଜେ ଖଳନାୟକ, ତେବେ କିଏ ଚାମ୍ପିୟନ ହେବ? ଜାଣନ୍ତୁ ଅହମଦାବାଦର ପାଣିପାଗ…

ନୂଆଦିଲ୍ଲୀ,୩୧।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ପାଇଁ ପର୍ଯ୍ୟାୟ ପ୍ରସ୍ତୁତ। ଆଜି ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଟାଇଟଲ ମୁକାବିଲା ହେବ। ଫାଇନାଲରେ ଡିଫେଣ୍ଡିଂ…

Video: ବୈଭବ ସୂର୍ଯ୍ୟବଂଶୀଙ୍କ ଜଣେ ଭଲ ପ୍ରଶଂସକ ହୋଇଯାଇଛନ୍ତି ସଚିନ ତେନ୍ଦୁଲକର , ତାଙ୍କ ପ୍ରଶଂସାରେ କହିଲେ…

ନୂଆଦିଲ୍ଲୀ,୩୧।୫: ‘ବେବି ବସ’ ଭାବରେ ଶୀଘ୍ର ପ୍ରସିଦ୍ଧି ଲାଭ କରୁଥିବା ବୈଭବ ସୂର୍ଯ୍ୟବଂଶୀ ତାଙ୍କର ବିସ୍ଫୋରକ ଖେଳ ଶୈଳୀ ସହିତ ଏକ ଚାଞ୍ଚଲ୍ୟକର ଘଟଣା ସୃଷ୍ଟି କରିଛନ୍ତି।…

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍‌ରେ…

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri