Posted inଖେଳ

ଟେଷ୍ଟ ସିରିଜ୍‌ ପୋଛିଲା ନ୍ୟୁଜିଲାଣ୍ଡ

ଖ୍ରୀଷ୍ଟଚର୍ଚ୍ଚ,୨ା୩- ତାରକା ଖଚିତ ଭାରତୀୟ ଦଳ ବିପକ୍ଷ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌କୁ ନ୍ୟୁଜିଲାଣ୍ଡ ପୋଛି ନେଇଛି। ଏଠାରେ ଅନୁଷ୍ଠିତ ଦ୍ୱିତୀୟ ଟେଷ୍ଟକୁ ମାତ୍ର ୩ ଦିନରେ କେନ ଓ୍ବିଲିୟମସନଙ୍କ ନେତୃତ୍ୱାଧୀନ ନ୍ୟୁଜିଲାଣ୍ଡ ୭ ଉଇକେଟରେ ଜିତି ନେଇଛି। ମ୍ୟାଚ୍‌ରେ ୫ ଉଇକେଟ ସଫଳତା ସହ ଉପଯୋଗୀ ଇନିଂସ ଖେଳିଥିବା କାଇଲ ଜେମିସନ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ଓ ଟିମ୍‌ ସୌଦି ମ୍ୟାନ୍‌ ଅଫ୍‌ ଦି ସିରିଜ୍‌ ବିବେଚିତ ହୋଇଛନ୍ତି।
ପ୍ରଥମ ଇନିଂସରେ ଭାରତୀୟ ଦଳ ୨୪୨ ରନ୍‌ କରିଥିବାବେଳେ ନ୍ୟୁଜିଲାଣ୍ଡ ୨୩୫ ରନ୍‌ରେ ସୀମିତ ରହିଥିଲା। ଫଳରେ ୭ ରନ୍‌ର ଅଗ୍ରଣୀ ହାସଲ କରିଥିବା ଟିମ୍‌ ଇଣ୍ଡିଆ ତା’ର ଅସମାପ୍ତ ଦ୍ୱିତୀୟ ଇନିଂସ ସ୍କୋର ୯୦/୬ରୁ ବ୍ୟାଟିଂ ଆରମ୍ଭ କରି ସୋମବାର ପ୍ରାରମ୍ଭିକ ଏକ ଘଣ୍ଟା ମଧ୍ୟରେ ୧୨୪ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ଘରୋଇ ଦଳର ଟ୍ରେଣ୍ଟ ବୋଲ୍ଟ ୪ ଓ ଟିମ୍‌ ସୌଦି ୩ ଉଇକେଟ ନେଇଥିଲେ। ଏଥିଯୋଗୁ ନ୍ୟୁଜିଲାଣ୍ଡ ଆଗରେ ୧୩୨ ରନ୍‌ର ବିଜୟ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା। ଟମ୍‌ ଲଥାମ (୫୨) ଓ ଟମ ବ୍ଲୁଣ୍ଡେଲ (୫୫)ଙ୍କ ଅର୍ଦ୍ଧଶତକୀୟ ଇନିଂସ ଯୋଗୁ ଘରୋଇ ଦଳ ୩୬ ଓଭରରେ ୩ ଉଇକେଟ ହରାଇ  ବିଜୟ ଲକ୍ଷ୍ୟ ହାସଲ କରି ମ୍ୟାଚ୍‌ ସହ ସିରିଜ୍‌କୁ ୨-୦ରେ ଜିତି ନେଇଥିଲା। ଏହି ବିଜୟ ଯୋଗୁ ନ୍ୟୁଜିଲାଣ୍ଡ ୧୨୦ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ପଏଣ୍ଟ ପକେଟସ୍ଥ କରିଛି। ଫଳରେ ନ୍ୟୁଜିଲାଣ୍ଡ ପଏଣ୍ଟ ୧୮୦କୁ ବୃଦ୍ଧି ପାଇଛି। ପରାଜୟ ସତ୍ତ୍ୱେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ ସର୍ବାଧିକ ୩୬୦ ପଏଣ୍ଟ ଶୀର୍ଷ ସ୍ଥାନରେ ବଳବତ୍ତର ରହିଛି। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟେଷ୍ଟ ଚାମ୍ପିୟନଶିପ୍‌ରେ ଓ୍ବେଷ୍ଟଇଣ୍ଡିଜ, ଦକ୍ଷିଣ ଆଫ୍ରିକା ଓ ବାଂଲାଦେଶକୁ ହରାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାରେ ବରଗଡ଼ ଏମ୍‌ପିଙ୍କ ବଡ଼ ବୟାନ, କହିଲେ…

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରାର ସ୍ଥାୟୀ ସ୍ବାଗତ ତୋରଣ ଭାଙ୍ଗିବା ଘଟଣାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ । ବିଜେଡିରୁ ବରଗଡ଼ ପୌରାଧ୍ୟକ୍ଷା କଳ୍ପନା…

ଟପ୍ପର ହୋଇ ଗୌରବ ଆଣିଲେ ଚନ୍ଦନ

ଥୁଆମୂଳ ରାମପୁର, ୨୮ା୫ (ଦୁର୍ଗା କୀର୍ତ୍ତି): ଭବାନୀପାଟଣାଠାରେ ପ୍ରତିଷ୍ଠିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ପକ୍ଷରୁ ସ୍ନାତକୋତ୍ତର ପରୀକ୍ଷା ଫଳର ମେଧା ତାଲିକା ଗୁରୁବାର ପରୀକ୍ଷା ନିୟନ୍ତ୍ରକଙ୍କ ସ୍ବାକ୍ଷରରେ…

ଓସିଏସ୍‌ ପରୀକ୍ଷାରେ ଭବେଶଙ୍କୁ ୯୩ ର଼୍ୟାଙ୍କ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): ଓଡ଼ିଶା ଲୋକସେବା ଆୟୋଗ ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌) ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ…

ହଷ୍ଟେଲରେ ନ ଥିଲା ଲାଇନ୍‌: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର

ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି।…

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ଜିର୍ଣ୍ଣୋଦ୍ଧାର ମହୋତ୍ସବ ଉଦ୍‌ଯାପିତ

ଦିଗପହଣ୍ଡି,୨୮ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ାଗ୍ରାମ ନିକଟ କମାପଡ଼ିଆ ସ୍ଥିତ ଶ୍ରୀନୀଳକଣ୍ଠେଶ୍ୱର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଗୁରୁବାର ଉଦ୍‌ଯାପିତ ହୋଇଛି। ୫ ଦିନ ବ୍ୟାପୀ…

CBSE ପ୍ରସଙ୍ଗକୁ ନେଇ ରାହୁଲ-ଧର୍ମେନ୍ଦ୍ର ମୁହାଁମୁହିଁ

ନୂଆଦିଲ୍ଲୀ,୨୮।୫: CBSE ର ମୂଲ୍ୟାୟନ ପ୍ରକ୍ରିୟା ସମ୍ପର୍କରେ ଛାତ୍ରମାନଙ୍କ ଦ୍ୱାରା ଉଠାଯାଉଥିବା ପ୍ରଶ୍ନ ମଧ୍ୟରେ, ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ଉତ୍ତେଜନା ମଧ୍ୟ ତୀବ୍ର ହୋଇଛି। ଗୁରୁବାର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri