ଟୋକନ ବ୍ୟବସ୍ଥା ବିରୋଧରେ ଚାଷୀ ଏକାଠି

ଜୟପୁର,୨୦ା୧୧(ନି.ପ୍ର.): ଧାନ ବିକିବାକୁ ଅନଲାଇନ ଟୋକନ ବ୍ୟବସ୍ଥାକୁ ବିରୋଧ କରି ଏହାକୁ ଜିଲାସ୍ତରୀୟ କରିବା ପାଇଁ ଦାବି କରିଛନ୍ତି ଜୟପୁରର ଚାଷୀ। ମନୋଜ ପାତ୍ରଙ୍କ ଆହ୍ବାନରେ ଚାଷୀମାନେ ଜୟପୁର ଆରଏମ୍‌ସିରେ ଏଥିପାଇଁ ଏକାଠି ହୋଇଛନ୍ତି। ଜୟପୁର ଉପଖଣ୍ଡର କୁନ୍ଦୁରା, ବୈପାରିଗୁଡ଼ା, ବୋରିଗୁମ୍ମା, କୋଟପାଡ଼ ଓ ସଦର ଚାଷୀମାନେ ଏଥିରେ ସାମିଲ ହୋଇଥିଲେ। ଅନ୍ୟପକ୍ଷରେ ଜଳସେଚିତ ଜମିରୁ ୧୯ କୁଇଣ୍ଟାଲ ଓ ଅଣସେଚିତ ଜମିରୁ ୧୩ କୁଇଣ୍ଟାଲ ଧାନ କିଣିବା ପାଇଁ ପ୍ରଶାସନ ନିଷ୍ପତ୍ତି ନେଇଥିବା ବେଳେ ଏହାକୁ ଚାଷୀମାନେ ବିରୋଧ କରିଛନ୍ତି। ବର୍ଷାଦିନର ଚାଷରେ ଜଳସେଚିତ ଓ ଅଣ ଜଳସେଚିତ କ’ଣ ବୋଲି ସେମାନେ ପ୍ରଶ୍ନ କରିଛନ୍ତି। ଆନାଲିସିସ ମେଶିନ ଦ୍ୱାରା ଧାନ କଟାଯାଉ ଥିବାରୁ ମୋଟରଚାଳିତ ମେଶିନ ମଣ୍ଡିରେ ଲଗାଇବା ପାଇଁ ଦାବି ହୋଇଛି। ଦାବି ସବୁ ପୂରଣ ନ ହେଲେ ଚାଷୀ ରାଜରାସ୍ତାକୁ ଓହ୍ଲାଇବେ ବୋଲି ଉପଜିଲାପାଳଙ୍କୁ ଦାବିପତ୍ର ଦେଇଛନ୍ତି। ଟୋକନ ବ୍ୟବସ୍ଥା ଉଚ୍ଛେଦ, ମଣ୍ଡିରେ ହିଁ ଭେଣ୍ଡର ରସିଦ ଦେବାର ବ୍ୟବସ୍ଥା କରିବା ଭଳି ଦାବି ରହିଛି। ଦାବିପତ୍ର ପ୍ରଦାନ ବେଳେ ନରେନ୍ଦ୍ର ପ୍ରଧାନ, ଜୟନ୍ତ ପଟ୍ଟନାୟକ, ଝାଡେଶ୍ୱର ସାହୁ, ସ୍ବରୂପ ସାନ୍ତ୍ରା, ରାଧାକାନ୍ତ ଭଟ୍ଟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଲା ରାଜ୍ୟ ଯୋଜନା ବୋର୍ଡ, ଏହି ନୂଆ ନାମରେ ହେଲା ନାମିତ

ଭୁବନେଶ୍ୱର,୧୮ା୪: ରାଜ୍ୟ ଯୋଜନା ବୋର୍ଡର ନାମ ପରିବର୍ତ୍ତନ କରିଛନ୍ତି ମୋହନ ସରକାର। ନୀତି ଓ ବିକାଶର ଥିଙ୍କ୍‌ ଟ୍ୟାଙ୍କ ପାଲଟିଥିବା ଯୋଜନା ବୋର୍ଡ ଏବେ ଇତିହାସ ପାଲଟିଛି।…

ରାଜସାକ୍ଷୀ ହେବେ ଜାକ୍‌ଲିନ୍‌: ମନିଲଣ୍ଡରିଂ ମାମଲାରେ ନୂଆମୋଡ଼

ନୂଆଦିଲ୍ଲୀ,୧୮ା୪:ଠକ ସୁକେଶ ଚନ୍ଦ୍ରଶେଖରଙ୍କ ବିରୋଧରେ ମନିଲଣ୍ଡରିଂ ମାମଲା ଏକ ନୂଆ ମୋଡ଼ ନେଇଛି। ଅଭିନେତ୍ରୀ ଜାକ୍‌ଲିନ୍‌ ଫର୍ନାଣ୍ଡିଜ୍‌ ମାମଲାରେ ରାଜସାକ୍ଷୀ ହେବା ଲାଗି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)କୁ…

ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ର ପଣ୍ଡ: ଓଡ଼ିଶା ସମେତ ଏହି ସବୁ ରାଜ୍ୟରୁ ଧରାପଡିଲେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୮।୪: ଦେଶରେ ଏକ ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ରକୁ ପଣ୍ଡ କରାଯାଇଛି। ଏକ ବଡ଼ କାର୍ଯ୍ୟାନୁଷ୍ଠାନରେ, ଦିଲ୍ଲୀ ପୋଲିସର ସ୍ବତନ୍ତ୍ର ସେଲ୍‌ ଦେଶରେ ଆତଙ୍କବାଦୀ କାର୍ଯ୍ୟକଳାପ ପାଇଁ ପ୍ରସ୍ତୁତ…

୧୮ ବର୍ଷରେ ପଦାର୍ପଣ କଲା IPL: ଯେଉଁ ମଇଦାନରେ ଖେଳାଯାଇଥିଲା ପ୍ରଥମ ମ୍ୟାଚ, ଆଜି ସେଠି ଲେଖାଯିବ ଇତିହାସ

ନୂଆଦିଲ୍ଲୀ,୧୮।୪: ଇଣ୍ଡିଆନ ପ୍ରିମିୟର ଲିଗ ଆଜି ୧୮ ବର୍ଷ ପୂରଣ କରୁଛି। ଏହି ଲିଗ ଏପ୍ରିଲ ୧୮, ୨୦୦୮ରେ ଆରମ୍ଭ ହୋଇଥିଲା। ଲିଗ୍‌ର ପ୍ରଥମ ମ୍ୟାଚ ବେଙ୍ଗାଲୁରୁର…

ଘରେ ପଶି ନେଇଥିଲେ ନଗଦ ଟଙ୍କା,ସୁନା ଛାଡ଼ି ନଥିଲେ ବି ଲୁଗା: ଘଟଣାର ୪ ମାସ ପରେ ପର୍ଦ୍ଦାଫାଶ

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମର ଏନ. ରାଜିୟା ରେଡ୍ଡୀଙ୍କ ଘରେ ପଶି ନଗଦ ୬୦ ହଜାର ଟଙ୍କା,…

ଅତିରିକ୍ତ ଜିଲାପାଳ ତଦାରଖ କଲେ ଜନଗଣନା କାର୍ଯ୍ୟ: ଘର ଘର ବୁଲି କଲେ…

ଗଞ୍ଜାମ,୧୮।୪(ବିଦ୍ୟାଧର ସାହୁ ): ଜନଗଣନା ଚାଲିଥିବାବେଳେ ଗଞ୍ଜାମ ବିଜ୍ଞାପିତ ଅଞ୍ଚଳରେ ମଧ୍ୟ ଏହା ଜାରି ରହିଛି l ଏଥିରେ ସ୍କୁଲ ଶିକ୍ଷୟିତ୍ରୀ/ଶିକ୍ଷକମାନେ ନିୟୋଜିତ ଅଛନ୍ତି। ଠିକ ଭାବେ…

ବନ୍ଦ ହୋଇଯିବ ହର୍ମୁଜ ପ୍ରଣାଳୀ? ଫେରିଗଲା ୨୧ ଜାହାଜ, ଇରାନ ଦେଲା ବଡ଼ ଓ୍ବାର୍ଣ୍ଣିଂ

ତେହରାନ,୧୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସମୟସୀମା ନିକଟତର ହେବା ସହିତ, ହର୍ମୁଜ ପ୍ରଣାଳୀକୁ ଘେରି ରହିଥିବା ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଇବା ଆରମ୍ଭ…

କାମ କରୁଥିବା ବେଳେ ପଡ଼ିଲେ ତଳେ: ଅଂଶୁଘାତରେ  ମୃତ୍ୟୁ ସନ୍ଦେହ

ସମ୍ବଲପୁର,୧୮।୪(ପ୍ରମୋଦ ବହିଦାର): ସମ୍ବଲପୁର ସହର ସମେତ ସମଗ୍ର ଜିଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଶନିବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁକୁ ନେଇ ଅଂଶୁଘାତ ସନ୍ଦେହ କରାଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri