ଟୋକନ ମିଳିଲା, ମିଳିନି ଚାଉଳ

କେନ୍ଦୁଝର,୮ା୪ (ସ୍ବ.ପ୍ର.) – କରୋନା ପାଇଁ ସାରା ଦେଶରେ ଲକ୍‌ଡାଉନ ଘୋଷଣା କରାଯାଇଛି। ବିଭିନ୍ନ ସ୍କୁଲ ଛୁଟି କରାଯାଇ ଛାତ୍ରୀଛାତ୍ରଙ୍କୁ ୩ ମାସର ମଧ୍ୟାହ୍ନଭୋଜନ ଚାଉଳ ଅଗ୍ରୀମ ଦେବା ପାଇଁ କୁହାଯାଇଛି। କିନ୍ତୁ ଏନେଇ ପିଲାମାନଙ୍କ ଅଭିଭାବକମାନଙ୍କୁ ଟୋକନ ଶିକ୍ଷା ବିଭାଗ ଦେଇ ଚୁପ ବସିଛି। ଛାତ୍ରୀଛାତ୍ର ଅଦ୍ୟାବଧି ଚାଉଳ ପାଇପାରି ନ ଥିବାରୁ ଅସନ୍ତୋଷ ବଢୁଛି। ଯୋଗାଣ ବିଭାଗ ଓ ଶିକ୍ଷା ବିଭାଗ ମଧ୍ୟରେ ସମନ୍ବୟ ଅଭାବରୁ ଏଭଳି ପରିସ୍ଥିତି ଉପୁଜିଥିବା ଅଭିଯୋଗ ହୋଇଛି।
ପ୍ରକାଶ ଯେ, ଲକ୍‌ଡାଉନ ସମୟରେ ବିଦ୍ୟାଳୟଗୁଡିକ ବନ୍ଦ ଥିବାରୁ ପିଲାମାନଙ୍କୁ ମଧ୍ୟାହ୍ନଭୋଜନ ବଦଳରେ ତାଙ୍କ ଘରେ ସରକାର ଚାଉଳ ପହଞ୍ଚାଇବା ପାଇଁ ବ୍ୟବସ୍ଥା କରିଛନ୍ତି। ପ୍ରାଥମିକ ବିଦ୍ୟାଳୟ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ପାଇଁ ମାସକୁ ୩ କିଲୋ ହିସାବରେ ୩ମାସର ୯ କିଲୋ ଓ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ୬ଷ୍ଠରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ମାସକୁ ସାଢେ ୪ କିଲୋ ହିସାବରେ ୩ମାସରେ ସାଢେ୧୩ କିଲୋ ଚାଉଳ ମିଳିବା କଥା। ଏନେଇ ଅଭିଭାବକମାନଙ୍କୁ ଦୂରଦୂରାନ୍ତରୁ ଡକାଇ ଟୋକନ ଦିଆ ଯାଇଥିଲା। କିନ୍ତୁ ସେମାନଙ୍କୁ ଚାଉଳ ଅଦ୍ୟାବଧି ମିଳିନାହିଁ। ସମଗ୍ର ଜିଲାରେ ଏଭଳି ସମସ୍ୟା ସୃଷ୍ଟି ହୋଇଥିଲେ ହେଁ ଶିକ୍ଷା ବିଭାଗ ଚୁପ ହୋଇ ବସିଥିବାରୁ ଅସନ୍ତୋଷ ପ୍ରକାଶ ପାଉଛି। ସମସ୍ତେ ଟୋକନ ଧରି ଚାଉଳ ପାଇଁ ଅପେକ୍ଷାରେ ରହିଛନ୍ତି। ଏନେଇ ଜିଲା ଯୋଗାଣ ଅଧିକାରୀ ପରେଶ ଚନ୍ଦ୍ର ମହାନ୍ତି କହିଛନ୍ତି ଯେ, ଶିକ୍ଷା ବିଭାଗ ଛାତ୍ରୀଛାତ୍ରମାନେ କେଉଁ ରାଶନ ଦୋକାନରୁ ଚାଉଳ ନେବେ ତାହାର ତାଲିକା ଦେବାରେ ବିଳମ୍ବ କରୁଥିବାରୁ ବିଭାଗ ସେହି ସବୁ ରାଶନ ଦୋକାନକୁ ଚାଉଳ ଦେଇ ପାରିନାହିଁ। ଏନେଇ ଶିକ୍ଷା ବିଭାଗକୁ କୁହାଯାଇଛି। ଖୁବ ଶୀଘ୍ର ତାଲିକା ମିଳିବା ପରେ ଚାଉଳ ବଣ୍ଟନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ଥୁଆମୂଳ ରାମପୁର ବ୍ଲକରେ ମାଟ୍ରିକ ପରୀକ୍ଷା ଆରମ୍ଭ: ଅନୁପସ୍ଥିତ ରହିଲେ୨୯ ପରୀକ୍ଷାର୍ଥୀ…

ଥୁଆମୂଳ ରାମପୁର, ୧୯ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ୬ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାରଠାରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…    

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ…

ନବୀନ ଦେଲେ ବଡ଼ ଦାୟିତ୍ୱ: ତାରକେଶ୍ୱର ବ୍ଲକ, ତାରା ପ୍ରସାଦ ହେଲେ ନଗର ବିଜେଡ଼ି ସଭାପତି

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜେଡ଼ି ସଭାପତି ଭାବେ କେ. ତାରକେଶ୍ୱର ଦୋରାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଦିଗପହଣ୍ଡି ନଗର ବିଜେଡ଼ି ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri