ଟୋକିଓ ଜିଏଫ୍‌ଏସ୍‌ଇଏସ୍‌ ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର: ବଢୁଥିବା ଚାହିଦା ଇସ୍ପାତ ଶିଳ୍ପକୁ ଦ୍ରୁତ ବିକାଶ ଆଡ଼କୁ ନେବ

ଭୁବନେଶ୍ୱର, ୨୭ା୧୦(ବ୍ୟୁରୋ): ଭାରତରେ ବଢୁଥିବା ଇସ୍ପାତ ଚାହିଦା ଏହି ଶିଳ୍ପକୁ ଦ୍ରୁତ ବିକାଶ ଆଡକୁ ନେବ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ପାଞ୍ଚଦିନିଆ ଜାପାନ ଗସ୍ତରେ ଥିବା କେନ୍ଦ୍ରମନ୍ତ୍ରୀ ଅନ୍ତିମ ଦିବସରେ ଟୋକିଓରେ ଆୟୋଜିତ ଇସ୍ପାତ ଶିଳ୍ପର କ୍ଷମତା ବୃଦ୍ଧି ଉପରେ ଗ୍ଲୋବାଲ ଫୋରମ୍‌(ଜିଏଫ୍‌ଏସ୍‌ଇଏସ୍‌)ର ମନ୍ତ୍ରୀସ୍ତରୀୟ ବୈଠକରେ ଏହା କହିଛନ୍ତି। ଧର୍ମେନ୍ଦ୍ର କହିଛନ୍ତି ଯେ, ଭାରତରେ ଇସ୍ପାତ ବ୍ୟବହାର ବଢାଇବା ତଥା ବିଶେଷକରି ଇସ୍ପାତ ଚାହିଦାକୁ ବୃଦ୍ଧି କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ୨୦୩୦ ସୁଦ୍ଧା ଇସ୍ପାତର ଉତ୍ପାଦନ ବୃଦ୍ଧି କରିବା ପାଇଁ ସରକାରଙ୍କ ଯୋଜନା ରହିଛି। ଏଥିପାଇଁ ଆଗାମୀ ୫ ବର୍ଷରେ ପ୍ରାୟ ୧.୪ ଟ୍ରିଲିୟନ ଆମେରିକୀୟ ଡଲାର ଖର୍ଚ୍ଚ କରାଯାଇ ଏହାର ଭିତ୍ତିଭୂମି ବିକାଶ କରାଯିବାର ଲକ୍ଷ୍ୟ ରଖାଯାଇଥିବା କେନ୍ଦ୍ରମନ୍ତ୍ରୀ କହିଛନ୍ତି। ମନ୍ତ୍ରୀସ୍ତରୀୟ ବୈଠକରେ ଧର୍ମେନ୍ଦ୍ର ଜାପାନର ଶିଳ୍ପ ଓ ପ୍ରାକୃତିକ ସମ୍ବଳ ମନ୍ତ୍ରୀ ବଣ୍ଡାର ଅଲ୍‌ ଖୋରାଐଫଙ୍କୁ ଭେଟି ଇସ୍ପାତ କ୍ଷେତ୍ରରେ ସୌଦି ଆରବର ସହଯୋଗ ସମ୍ପର୍କରେ ସମୀକ୍ଷା କରିଥିଲେ। ସେହିପରି ଜାପାନ ଅର୍ଥ ମନ୍ତ୍ରୀ ହିରୋସିମା କାଜିୟାମାଙ୍କୁ ମଧ୍ୟ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ଭେଟିଥିଲେ। ଉଭୟଙ୍କ ମଧ୍ୟରେ ତୈଳ, ଗ୍ୟାସ ଏବଂ ଇସ୍ପାତ କ୍ଷେତ୍ରରେ ସମୀକ୍ଷା କରିଥିଲେ। ଉଲ୍ଲେଖଯୋଗ୍ୟ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗତ ୨୨ରୁ ୨୬ ପର୍ଯ୍ୟନ୍ତ ପ୍ରତିନିଧି ଦଳ ସହ ରୁଷିଆ ଓ ଜାପାନ ଗସ୍ତ କରିଥିଲେ। ଉଭୟ ଦେଶ ସହ ଭାରତର ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧି ପାଇଁ ଚେଷ୍ଟା କରିଥିଲେ। ରୁଷିଆର ସାଖାଲିନ୍‌ -୧ ପ୍ରକଳ୍ପର ସମୀକ୍ଷା କରିବା ସହ ଜାପାନ ଗସ୍ତ କରି ସେଠାକାର ପ୍ରମୁଖ ଇସ୍ପାତ ଉତ୍ପାଦନକାରୀ କମ୍ପାନୀର ମୁଖ୍ୟ ଓ ପ୍ରତିନିଧିମଣ୍ଡଳଙ୍କ ସହ ଇସ୍ପାତ କ୍ଷେତ୍ରକୁ ସୁଦୃଢ କରିବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା

ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...

ରାଜ୍ୟ ପାଇଁ ଗୌରବ ଆଣିଲେ ରଞ୍ଜନା: ଥାଇଲାଣ୍ଡରୁ ରୌପ୍ୟ ପଦକ ପାଇ…

ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri