Posted inଖେଳ

ଟୋକିଓ ପାରା ଅଲିମ୍ପିକ୍ସରେ ପ୍ରମୋଦ ପଦକ ଜିତିବେ: କୋଚ୍‌ ଶିବପ୍ରସାଦ

ଭୁବନେଶ୍ୱର, ୩୦।୮- ପ୍ରଥମ ପାରା ଆଥଲେଟ ହିସାବରେ ପ୍ରମୋଦ ବିଜୁ ପଟ୍ଟନାୟକ ପୁରସ୍କାର ହାସଲ କରୁଥିବାରୁ ଆମ ପାଇଁ ଗର୍ବ ବିଷୟ ବୋଲି ତାଙ୍କ କୋଚ୍‌ ଶିବପ୍ରସାଦ ଦାସ କହିଛନ୍ତି। କେବଳ ବିଜୁ ପଟ୍ଟନାୟକ ପୁରସ୍କାର ନୁହଁ ପ୍ରମୋଦ ଅର୍ଜୁନ ପୁରସ୍କାର ପାଇଁ ଦିଲ୍ଲୀ ଯାଇଛନ୍ତି। ବିଶ୍ୱ ଚାମ୍ପିୟନଶିପ୍‌ ସଫଳତା ପରେ ଏବେ ପାରାଅଲିମ୍ପିକ୍ସ ପଦକ ହାସଲ କରିବାର ପ୍ରମୋଦଙ୍କ ମୁଖ୍ୟ ଲକ୍ଷ୍ୟ ବୋଲି ସେ କହିଛନ୍ତି। ତାଙ୍କ ପାଖରେ ପ୍ରତିଭା ରହିଛି। ତେବେ ଏଥିପାଇଁ ତାଙ୍କୁ ଶାରୀରିକ ଓ ମାନସିକ ଭାବେ ଫିଟ୍‌ ରହିବା ସହ ଶୃଙ୍ଖଳିତ ଭାବେ ପ୍ରଶିକ୍ଷଣ ଜାରି ରଖିବାକୁ ହେବ। ସେଥିପାଇଁ ସେ ଖୁବ୍‌ଶୀଘ୍ର ପ୍ରସ୍ତୁତି ଆରମ୍ଭ କରିବେ। କଠିନ ପରିଶ୍ରମ, ଖେଳ ପ୍ରତି ଉତ୍ସର୍ଗୀକୃତ ମନୋଭାବ ଓ ଅଧ୍ୟବସାୟ ପାଇଁ ସେ ଆଜି ଜଣେ ସଫଳ ଖେଳାଳିଭାବେ ପ୍ରତିଷ୍ଠା ଲାଭ କରିଛନ୍ତି ବୋଲି ଶିବପ୍ରସାଦ କହିଛନ୍ତି। ଏବେ ସେ ଜବରଦସ୍ତ ଫର୍ମରେ ରହିଛନ୍ତି। ତାଙ୍କୁ ହରାଇବା କଷ୍ଟକର ହେବେ। ସେ ଭୁଲ ନ କଲେ ତାଙ୍କୁ ହରାଇବା ବିଶ୍ୱର ଯେକୌଣସି ଖେଳାଳିଙ୍କ ପାଇଁ କଷ୍ଟକର। ୨୦୨୦ ଟୋକିଓ ପାରା ଅଲିମ୍ପିକ୍ସରେ ସେ ସ୍ବର୍ଣ୍ଣ ପଦକ ହାସଲ କରିବା ଆଶା କରୁଛି ବୋଲି ସେ କହିଛନ୍ତି। କେବଳ ପାରା ଆଥଲେଟ ନୁହଁ ଆଗାମୀ ପିଢ଼ିର ଅନ୍ୟ ଆଥଲେଟମାନେ ମଧ୍ୟ ତାଙ୍କଠାରୁ ପ୍ରେରଣା ପାଇପାରିବେ। ଜଣେ ପାରା ଆଥଲେଟ ପାଇଁ ସାମାଜିକ ବୈଷମ୍ୟ ରହିଛି। ତେବେ ଏହାକୁ ଅତିକ୍ରମ କରି ସେ ନିଜକୁ ପ୍ରତିଷ୍ଠିତ କରିବା ଏକ ଅସାଧାରଣ ସଫଳତା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

ମୁଁ ଘରକୁ ଯିବିନି, ମୋତେ ମୋ ପ୍ରେମିକ ପାଖରେ ଛାଡିଦିଅ…ନାବାଳିକାଙ୍କ ହାଇଡ୍ରାମା ଦେଖି ପୋଲିସ ତାଜୁବ

ଭୁବନେଶ୍ୱର,୫ା୮ (ପ୍ରସନଜିତ୍‌ ସାହୁ):ମୁଁ ଘରକୁ ଯିବିନି। ମୋତେ ଜେଲରେ ଥିବା ମୋ ପ୍ରେମିକ ପାଖରେ ଛାଡିଦିଅ..। ଭୁବନେଶ୍ବର କୋର୍ଟ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏମିତି ଚିତ୍କାର କରି…

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri