ଟ୍ରକ୍‌କୁ ଧକ୍କାଦେଲା ଯାତ୍ରୀବାହୀ ବସ୍‌: ୮ଗୁରୁତର

କେନ୍ଦୁଝର, ୪।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ନେକଡ଼ାଘର,
୨୦ ନମ୍ବର ଜାତୀୟ ରାଜପଥରେ ଗୁରୁବାର ରାତିରେ ଏକ ଟ୍ରକ୍‌କୁ ପଛରୁ ଧକ୍କା ଦେଇ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ପ୍ରାୟ ୨୦ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି।
ପ୍ରକାଶ ଯେ, ‘ଶ୍ରୀ ରାମ’ ନାମକ ଘରୋଇ ଯାତ୍ରୀବାହୀ ବସ୍‌ ବଡ୍‌ବିଲରୁ ଭୁବନେଶ୍ବର ଅଭିମୁଖେ ଯାଉଥିଲା। ୨୦ ନମ୍ବର ଜାତୀୟ ରାଜପଥରେ ବସ୍‌ଟି ଭାରସାମ୍ୟ ହରାଇ ଏକ ଟ୍ରକ୍‌ ପଛରେ ପିଟିହୋଇଥିଲା। ସ୍ଥାନୀୟ ଲୋକେ ସମସ୍ତ ଆହତଙ୍କୁ ଉଦ୍ଧାରକରି ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ଯାତ୍ରୀମାନେ ଶୋଇଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ତେବେ ବସ୍‌ର ସମ୍ମୁଖ ଭାଗ ଚୂର୍‌ମାର ହୋଇଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା…

କଟକ,୧୩।୧୦(ପ୍ରଭୁକଲ୍ୟାଣ ପାଲ୍): ଗ୍ୟାସ୍‌ ପାଇପ୍‌ ଫାଟି କଟକରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ମାଟି ତଳେ ଯାଇଥିବା ଘରୋଇ ଗ୍ୟାସ ପାଇପ ଲାଇନ ଲିକ୍ ହେବା ଫଳରେ…

ବିଶ୍ୱବ୍ୟାଙ୍କ ରିପୋର୍ଟରେ ବଡ଼ ଖୁଲାସା, ଧନୀ ଦେଶର ଗରିବଙ୍କ ଆୟ ବି ଭାରତର ଧନୀଙ୍କଠୁ ଅଧିକ!

ନୂଆଦିଲ୍ଲୀ,୧୩।୧୦: ବିଶ୍ୱର ବିକଶିତ ଓ ଉନ୍ନତ ଆର୍ଥିକ ବ୍ୟବସ୍ଥା ଥିବା ଧନୀ ଦେଶଗୁଡ଼ିକର ସବୁଠାରୁ ଗରିବ ୧୦ ପ୍ରତିଶତ ଲୋକଙ୍କ ଆୟ ଭାରତର ସବୁଠାରୁ ଧନୀ ୧୦…

୨୨ ଭାରତୀୟ ଥିବା ଜାହାଜ ଉପରେ ଆକ୍ରମଣ

ନୂଆଦିଲ୍ଲୀ, ୧୩।୧୦: ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜରେ ୨୨ ଜଣ ଭାରତୀୟ କର୍ମଚାରୀଙ୍କୁ ନେଇ ଯାଉଥିବା ୨ଟି ବାଣଜି୍ୟକ ଜାହାଜ ଉପରେ ଆକ୍ରମଣ ହୋଇଛି। ଏହି ଘଟଣାକୁ ଭାରତ…

ଠକି ପାରିବନି ହସ୍ପିଟାଲ! ଲାଗିବ ରେଟ୍‌ ଚାର୍ଟ

ନୂଆଦିଲ୍ଲୀ,୧୩।୧୦: ସ୍ବଚ୍ଛ, ଉତ୍ତରଦାୟୀ ଏବଂ ରୋଗୀ କୈନ୍ଦ୍ରିକ ସ୍ବାସ୍ଥ୍ୟସେବା ପ୍ରଦାନକୁ ସୁଦୃଢ଼ କରିବା ଦିଗରେ ଏକ ବଡ଼ ପଦକ୍ଷେପ ସ୍ବରୂପ ହସ୍ପିଟାଲଗୁଡ଼ିକରେ ସ୍ବାସ୍ଥ୍ୟସେବା ଦର ସ୍ପଷ୍ଟ ଭାବେ…

ସ୍ବଚ୍ଛତାକୁ ଜଳସମ୍ପଦ ବିଭାଗର ଗୁରୁତ୍ୱ, ପ୍ରକଳ୍ପର ବାସ୍ତବତା ନିରୀକ୍ଷଣ କରିବ ‘ଡ୍ରୋନ୍‌’

ଭୁବନେଶ୍ୱର,୧୩।୧୦(ରବିନାରାୟଣ ଜେନା): ଜଳସେଚନ ପ୍ରକଳ୍ପର କାର୍ଯ୍ୟାନ୍ବୟନରେ ସ୍ବଚ୍ଛତା ଓ ଉତ୍ତରଦାୟିତ୍ୱ ବଢ଼ାଇବା ସହ କାମର ଅଗ୍ରଗତି ଉପରେ ତୀକ୍ଷ୍ଣ ନଜର ରଖିବା ପାଇଁ ଆଗାମୀ ଦିନରେ ଡ୍ରୋନ୍‌…

ପାନାମାରେ ଶକ୍ତିଶାଳୀ ଭୂକମ୍ପ, ଭାଙ୍ଗିଲା ୯୦୦ରୁ ଅଧିକ ଘର

ପାନାମା ସିଟି,୧୩।୧୦: ଶୁକ୍ରବାର ପାନାମାର ଦକ୍ଷିଣ ଉପକୂଳ ନିକଟରେ ଦୁଇଟି ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହେବା ପରେ, ସୋମବାର ୬ ତୀବ୍ରତା ବିଶିଷ୍ଟ ଆଉ ଏକ ଭୂକମ୍ପ…

ନିର୍ମାଣ ହୋଇ ୭ବର୍ଷ ବିତିଗଲାଣି, କାର୍ଯ୍ୟକ୍ଷମ ହୋଇପାରୁନି ଆଦିବାସୀ ହଷ୍ଟେଲ

କେସିଙ୍ଗା,୧୩।୧୦(ତୁମେଶ୍ୱର ସାହୁ): ଗରିବ ଆଦିବାସୀ ହରିଜନ ଛାତ୍ରୀଛାତ୍ରଙ୍କୁ ରହିବା ଖାଇବା ଠାରୁ ମାଗଣାରେ ପାଠ ପଢିବା ପାଇଁ ପୂର୍ବର ବିଜେଡି ସରକାର କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର…

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?