ବ୍ରହ୍ମପୁର ଅଫିସ,୨୯ା୧-ବ୍ରହ୍ମପୁର ସହର ଦେଇ ଯାଇଥିବା ୧୬ନଂ. ଜାତୀୟ ରାଜପଥରେ ଦିନକୁ ଦିନ ଦୁର୍ଘଟଣା ବୃଦ୍ଧି ପାଉଛି। ଫଳରେ ହଳଦିଆପଦର ଲେଭଲ କ୍ରସିଂଠାରୁ ଲାଞ୍ଜିପଲ୍ଲୀ ଜାତୀୟ ରାଜପଥ ମଧ୍ୟରେ ବାରମ୍ବାର ଦୁର୍ଘଟଣା ଘଟି ଧନଜୀବନ ଚାଲିଯାଉଛି। ମଙ୍ଗଳବାର ହଳଦିଆପଦର ଦେଇ ଲାଞ୍ଜିପଲ୍ଲୀ ପଟକୁ ଆସୁଥିବା ଏକ ବାଇକ୍କୁ ଟ୍ରକ୍ ଧକ୍କା ଦେବାରୁ ଝିଅଙ୍କ ମୃତ୍ୟୁ ଘଟିଥିବା ବେଳେ ବାପା ଆହତ ହୋଇଛନ୍ତି। ମଙ୍ଗଳବାର ସନ୍ଧ୍ୟା ପ୍ରାୟ ୬ଟାରେ ଗୋଳନ୍ଥରା ଥାନା ଅନ୍ତର୍ଗତ ପଞ୍ଚମା ଗ୍ରାମର କୈଳାସ ଗୌଡ଼ ତାଙ୍କ ଝିଅ ନନ୍ଦିନୀ (୩୨)ଙ୍କୁ ସ୍କୁଟି (ଓଡ଼ି୦୭ ଡବ୍ଲୁ୨୭୭୨)ରେ ଧରି ଲାଞ୍ଜିପଲ୍ଲୀ ଯାଉଥିଲେ। ପଛପଟୁ ଆସୁଥିବା ମାଲବାହୀ ଟ୍ରକ୍ (ପିବି ୬୫ ଏଟି ୦୮୧୧) ସ୍କୁଟିକୁ ଧକ୍କା ଦେଇଥିଲା। ଫଳରେ ସ୍କୁଟିଚାଳକ କୈଳାସ ଓ ତାଙ୍କ ଝିଅ ପଡ଼ିଯାଇଥିଲେ। ଏପରିକି ଧକ୍କା ଦେଇଥିବା ଟ୍ରକ ଚକା ତଳେ ଚାପି ହୋଇ ଝିଅଙ୍କ ମୃତ୍ୟୁ ଘଟିଥିଲା। ରାଜ୍ୟପାଳ ବ୍ରହ୍ମପୁର ଗସ୍ତରେ ଥିବାରୁ ଘଟଣା ସ୍ଥଳରେ ପୋଲିସ ପହଞ୍ଚିବାରେ ବିଳମ୍ବ ହୋଇଥିଲା। ଫଳରେ ଝିଅର ମୃତଦେହ ନିକଟରେ ଆହତ ବାପା ବହୁ ସମୟ ଧରି କାନ୍ଦୁଥିବା ଦେଖିବାକୁ ମିଳିଥିଲା। ଶେଷରେ ଗୋଷାଣୀନୂଆଗଁା ଥାନାଧିକାରୀ ସୁମିତ କୁମାର ସୋରେନ ଘଟଣାସ୍ଥଳରେ ପହଞ୍ଚି ପିସିଆର ଭ୍ୟାନ ଜରିଆରେ ମହିଳାଙ୍କ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଥିଲେ। ଅନ୍ୟପଟେ ଦୁର୍ଘଟଣା ଘଟାଇଥିବା ଟ୍ରକକୁ ଜବତ କରିବା ସହ ଡ୍ରାଇଭରଙ୍କୁ ଅଟକ ରଖାଯାଇଥିବା ପୋଲିସ ସୂଚନା ଦେଇଛି। ସୂଚନାଯୋଗ୍ୟ, ଗତ ୨୪ ଦିନ ମଧ୍ୟରେ ଏହି ଘଟଣାକୁ ମିଶାଇ ୨ ଜଣ ମହିଳା ଓ ୪ ଜଣ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଆହତ ହୋଇ ଚିକିତ୍ସିତ ହେଉଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ
ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…
ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ
ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…
ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍ର କୌଶଳ…
ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…
ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ
ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…
ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା
ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…
ମାଟି ତଳେ ଲୁଚାଇ ରଖିଥିଲେ ୨କୋଟି ଟଙ୍କାର ଗଞ୍ଜେଇ, ଧରିଲା ପୋଲିସ
ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍ଡ଼ିପିଓ…
ଚାଷୀଙ୍କ ଧାରଣାକୁ ପୂରିଲା ୩୫ଦିନ: ଏବେ ନ୍ୟାୟିକ ସହଯୋଗ କରିବ ଜିଲା ଓକିଲ ସଂଘ
ବରଗଡ଼,୧୩।୪(ପ୍ରେମାନନ୍ଦ ଖମାରୀ): ରବିଧାନ ଅମଳ ଆଉମାତ୍ର ୨ସପ୍ତାହ ପରେ ଆରମ୍ଭ ହୋଇଯିବ। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ହୋଇଥିବା ଧାନ…
ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ସରିଲା ଯୁକ୍ତ ୩ ପରୀକ୍ଷା: ଫଳାଫଳକୁ ଅପେକ୍ଷା
ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ଗତ ୪ ତାରିଖରୁ ଆରମ୍ଭ ହୋଇଥିବା ଯୁକ୍ତ ୩ କଳା, ବାଣିଜ୍ୟ, ବିଜ୍ଞାନ ପରୀକ୍ଷା ସୋମବାର ସରିଛି। ଖୁବଶୀଘ୍ର ପରୀକ୍ଷା…
Archives

