ଟ୍ରକ୍‌ ଧକ୍କାରେ ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ଘଟଣା: କ୍ଷତିପୂରଣ ଦାବିରେ ଛାତ୍ରୀଛାତ୍ରଙ୍କ ରାସ୍ତାରୋକୋ

କଟକ ଅଫିସ,୭ା୯: ଟ୍ରକ ଧକ୍କାରେ ଛାତ୍ରୀ ମୃତ୍ୟୁ ଘଟଣାକୁ ନେଇ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଶୁକ୍ରବାର ଉତ୍ତେଜନାମୂଳକ ପରିସ୍ଥିତି ଦେଖାଦେଇଥିଲା। ପୂର୍ବାହ୍ନରେ ଛାତ୍ରୀଛାତ୍ରମାନେ ବିଶ୍ୱବିଦ୍ୟାଳୟ ସମ୍ମୁଖ ଦୁଇପାର୍ଶ୍ୱ ରାସ୍ତାରେ ଧାରଣା ଦେଇଥିଲେ। ଏଥିଯୋଗୁ କିଛି ଘଣ୍ଟା ଧରି ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଥିଲା। ଅନ୍ୟପକ୍ଷରେ ମାଲଗୋଦାମ ଥାନା ସମ୍ମୁଖରେ ମଧ୍ୟ ଉତ୍ତ୍ୟକ୍ତ ଛାତ୍ରମାନେ ବିକ୍ଷୋଭ କରିଥିଲେ। ଖବରପାଇ କୁଳପତି ପ୍ରଫେସର ଇଶାନ କୁମାର ପାତ୍ର ଓ ବରିଷ୍ଠ ପୋଲିସ ଅଧିକାରୀମାନେ ରାସ୍ତାରୋକୋ ସ୍ଥଳରେ ପହଞ୍ଚି ଛାତ୍ରୀଛାତ୍ରଙ୍କ ସହ ଆଲୋଚନା କରିଥିଲେ ମଧ୍ୟ ଧାରଣା ପ୍ରତ୍ୟାହୃତ ହୋଇ ନ ଥିଲା। ପରେ ଅପରାହ୍ନରେ କୁଳପତିଙ୍କ କାର୍ଯ୍ୟାଳୟରେ ଏକ ଜରୁରୀକାଳୀନ ଯୁଗ୍ମ କମିଟି ବୈଠକ ଡକାଯାଇଥିଲା। ଯେଉଁଥିରେ ଅତିରିକ୍ତ ଜିଲାପାଳ ବିଜୟ ଖଣ୍ଡାୟତରାୟ, ଅତିରିକ୍ତ ଡିସିପି ଲକ୍ଷ୍ମୀଧର ମହାପାତ୍ର, ଟ୍ରାଫିକ ଏସିପି ଜତୀନ କୁମାର ପଣ୍ଡା, ଜୋନ-୧ ଏସିପି ମାନସ ରଞ୍ଜନ ଗଡ଼ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ଏହି ବୈଠକରେ ବିଶ୍ୱବିଦ୍ୟାଳୟ ନିକଟରେ ଟ୍ରାଫିକ ବ୍ୟବସ୍ଥାରେ ସୁଧାର ଅଣାଯିବା ଓ ମୃତଛାତ୍ରୀଙ୍କ ପରିବାର ଲୋକଙ୍କୁ ଦାବି ମୁତାବକ କ୍ଷତିପୂରଣ ପ୍ରଦାନ କରାଯିବ ବୋଲି ପ୍ରତିଶ୍ରୁତି ଦିଆଯିବା ପରେ ଅପରାହ୍ନରେ ଧାରଣା ପ୍ରତ୍ୟାହୃତ ହୋଇଥିଲା।
ସୂଚନାଥାଉ କି, ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ସମ୍ମୁଖ ରାସ୍ତାରେ ଗୁରୁବାର ଏକ ଟ୍ରକ ଧକ୍କାରେ ବିଶ୍ୱବିଦ୍ୟାଳୟର ଅର୍ଥଶାସ୍ତ୍ର ସ୍ନାତକ ତୃତୀୟ ବର୍ଷର ଛାତ୍ରୀ ଅନ୍ନପୂର୍ଣ୍ଣା ଚୌଧୁରୀ(୨୦)ଙ୍କର ମୃତ୍ୟୁ ଘଟିଥିଲା। ଏହାକୁ ନେଇ ଦୁଇଦିନ ଧରି ବିଶ୍ୱବିଦ୍ୟାଳୟରେ ଶୋକାକୁଳ ପରିବେଶ ଲାଗି ରହିବା ସହ ଛାତ୍ରୀଛାତ୍ରଙ୍କ ଭିତରେ ଅସନ୍ତୋଷ ମଧ୍ୟ ଦେଖାଦେଇଛି। କୁଳପତିଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି ହୋଇଛି ଯେ, ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଟ୍ରାଫିକ ବ୍ୟବସ୍ଥାରେ ସମସ୍ୟା ସୃଷ୍ଟି କରୁଥିବା ଜବରଦଖଲ ଉଚ୍ଛେଦ କରାଯିବ। ସ୍ପିଡ୍‌ବ୍ରେକର, ବ୍ୟାରିକେଡ ଲଗାଯିବା ସହ ବିଶ୍ୱବିଦ୍ୟାଳୟ ସମ୍ମୁଖ ରାସ୍ତାରେ ଦ୍ରୁତ ଗତିରେ ଯାତାୟାତକୁ ରୋକାଯିବ। ପୋଲିସର ବାଇକ୍‌ ପାଟ୍ରୋଲିଂ ଗାଡ଼ି ଓ ଏକ ପିସିଆର ଭ୍ୟାନ୍‌ ୨୪ ଘଣ୍ଟା ଏଠାରେ ରହିବ। ମୁଖ୍ୟଫାଟକ ନିକଟରେ ୫ଟି ସିସିଟିଭି କ୍ୟାମେରା ଖଞ୍ଜାଯିବାକୁ ମଧ୍ୟ ନିଷ୍ପତ୍ତି ହୋଇଛି। ଅନ୍ୟପକ୍ଷରେ ଜିଲା ରେଡ୍‌କ୍ରସ ପାଣ୍ଠିରୁ ମୃତା ଛାତ୍ରୀଙ୍କ ପରିବାର ଲୋକଙ୍କୁ ୧୦ହଜାର ଟଙ୍କାର କ୍ଷତିପୂରଣ ରାଶି ପ୍ରଦାନ କରାଯାଇଥିବା ଜଣାପଡ଼ିଛି। ତେବେ ସରକାର ୫୦ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ ବିଶ୍ୱବିଦ୍ୟାଳୟ ଛାତ୍ରୀଛାତ୍ରମାନେ ଦାବି କରିଥିଲେ। କ୍ଷତିପୂରଣ ବାବଦରେ ଜିଲାପାଳଙ୍କ ନିକଟକୁ ଏକ ଚିଠି ଲେଖିବାକୁ କୁଳପତି ପାତ୍ର ଅତିରିକ୍ତ ଜିଲାପାଳ ଖଣ୍ଡାୟତରାୟଙ୍କୁ ନିବେଦନ କରିଛନ୍ତି। ପୋଲିସ ପ୍ରଶାସନ ପକ୍ଷରୁ ଆବଶ୍ୟକ କ୍ଷତିପୂରଣ ପ୍ରଦାନ କରାଯିବ ବୋଲି ମଧ୍ୟ ଜଣାପଡ଼ିଛି।
ଦୁର୍ଘଟଣା ଘଟାଇଥିବା ଟ୍ରକ ମଙ୍ଗୁଳିରୁ ଜବତ
ଦୁର୍ଘଟଣା ଘଟାଇଥିବା ଟ୍ରକ (ଡବ୍ଲ୍ୟୁବି୩୩ବି-୯୯୦୬)କୁ ମଙ୍ଗୁଳି ନିକଟରୁ ପୋଲିସ ଗୁରୁବାର ବିଳମ୍ବିତ ରାତିରେ ଜବତ କରିଛି। ପଶ୍ଚିମବଙ୍ଗରୁ ଏହି ଟ୍ରକ ଆଳୁ ନେଇ ଛତ୍ରବଜାରକୁ ଆସିଥିଲା। ତେବେ ଟ୍ରକ ଡ୍ରାଇଭର ଜଣଙ୍କ ଫେରାର ଅଛନ୍ତି।
ଦୁଇ ପୋଲିସ କର୍ମଚାରୀ ନିଲମ୍ବିତ
ଦୁର୍ଘଟଣା ସମୟରେ ବିଶ୍ୱବିଦ୍ୟାଳୟ ନିକଟରେ ଡ୍ୟୁଟି କରୁଥିବା ହାବିଲଦାର ସୂର୍ଯ୍ୟନାରାୟଣ ସାହୁ ଓ କନଷ୍ଟେବଳ ଜଗବନ୍ଧୁ ୱାଡକାଙ୍କୁ ନିଲମ୍ବନ କରାଯାଇଛି। କର୍ତ୍ତବ୍ୟରେ ଅବହେଳା କରିଥିବାରୁ ସେମାନଙ୍କୁ ନିଲମ୍ବନ ଆଦେଶ ମିଳିଥିବା ଡିସିପି ଅଖିଳେଶ୍ୱର ସିଂ କହିଛନ୍ତି। ହୋମଗାର୍ଡ ପ୍ରଫୁଲ ରାଉତରାୟଙ୍କୁ କାରଣଦର୍ଶାଅ ନୋଟିସ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri