ଟ୍ରକ୍‌ ପଛରେ ପିଟିଲା ଟ୍ରକ୍‌, ଖଲାସି ଗୁରୁତର

ଛେଣ୍ଡିପଦା, ୨୭।୧୦(ସ୍ବ.ପ୍ର.)- ଅନୁଗୋଳ ଜିଲା ନିଶା ଥାନା ଅନ୍ତର୍ଗତ ୬୩ ନଂ ରାଜ୍ୟ ରାଜପଥର ରାଇଝରଣଠାରେ ରବିବାର ଏକ ଟ୍ରକ୍‌ ଆଉ ଏକ ଟ୍ରକ୍‌ ପଛରେ ଧକ୍କା ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଜଣେ ଖଲାସି ଗୁରୁତର ହୋଇଛନ୍ତି। ଗୁରୁତରଙ୍କ ପରିଚୟ ଜଣାପଡିନାହିଁ। ଘଟଣାରୁ ପ୍ରକାଶ, ଅନୁଗୋଳ-ଛେଣ୍ଡିପଦା ୬୩ ନମ୍ବର ରାଜ୍ୟ ରାଜପଥରରେ ଏକ ଟ୍ରକ୍‌ (ନଂ. ଓଡି୧୯ଏଫ ୯୯୨୦) ଆଇରନ ବୋଝେଇ କରି ଅନୁଗୋଳ ପଟକୁ ଯାଉଥିବା ବେଳେ ଆଗରେ ଯାଉଥିବା ଅନ୍ୟ ଟ୍ରକ୍‌ ପଛକୁ ଧକ୍କା ଦେଇଥିଲା। ଏଥିରେ ଆଇରନ ବୋଝେଇ ଟ୍ରକ୍‌ର ଚାଳକ ଗୁରୁତର ହୋଇଛନ୍ତି। ସ୍ଥାନୀୟ ଲୋକେ ଆହତଙ୍କୁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛନ୍ତି। ତେବେ ୪/୫ ଜଣ ଲୋକେ ରାସ୍ତାପାର୍‌ ହେଉଥିବା ଦେଖି ଟ୍ରକ୍‌ ଚାଳକ ଭାରସାମ୍ୟ ହରାଇ ଅନ୍ୟ ଟ୍ରକ୍‌କୁ ଧକ୍କା ଦେଇଥିବା କେତେଜଣ ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି। ଖବରପାଇ ନିଶା ଶିଳ୍ପାଞ୍ଚଳ ଥାନା ଏସ୍‌ଆଇ ଅରୁନ୍ଧତୀ ପରିଡା ଘଟଣାସ୍ଥଳରେ ପହଞ୍ଚତ୍ ଟ୍ରକ ଦୁଇଟିକୁ ଜବତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡୁଙ୍ଗୁରିପାଲିରେ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ: ଜବରଦଖଲମୁକ୍ତ ହେଲା ସମବାୟ ସମିତିର ଗୋଦାମ ଗୃହ

ଡୁଙ୍ଗୁରିପାଲି, ୪।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଆଞ୍ଚଳିକ ସମବାୟ ବାଣିଜ୍ୟ ସମିତି ଲିଃ ର ଏକ ପୁରାତନ ଗୋଦାମ ଗୃହକୁ ଦୀର୍ଘ ବର୍ଷ ଧରି ଜବରଦଖଲ…

ନିୟମିତ ଭାବେ ରାସ୍ତା ଅବରୋଧକୁ କେନ୍ଦ୍ର କରି ମାରପିଟ୍, ଅଭିଯୁକ୍ତ ବାପା-ପୁଅ ଗିରଫ

ବଞ୍ଚୋ, ୪।୮(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ଶିବରାୟଣପୁର ଗ୍ରାମରେ ରାସ୍ତା ଅବରୋଧକୁ କେନ୍ଦ୍ର କରି ଘଟିଥିବା ମାରପିଟ୍ ଘଟଣାରେ ପୋଲିସ ବାପା ଓ ପୁଅଙ୍କୁ ଗିରଫ…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ହାଟଡିହୀରେ ଅଭାବନୀୟ ଚିତ୍ର: ଖଟିଆରେ ଭାଲିଆ ନାଳ ପାର ହେଲେ ରୋଗୀ, ରାସ୍ତା-ପୋଲ ନଥିବାରୁ ଦୁର୍ଦ୍ଦଶାରେ…

ହାଟଡିହୀ, ୪।୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଅନ୍ତର୍ଗତ ମଲ୍ଲିପଶି ଗ୍ରାମକୁ ପକ୍କା ରାସ୍ତା ଏବଂ ନାଳ ଉପରେ ପୋଲ…

ହାଟଡିହୀରେ ମିଳୁନି ସାର: ସମବାୟ ସମିତି ଓ ବିକ୍ରୟ କେନ୍ଦ୍ର ପରିଦର୍ଶନ କଲେ ବିଧାୟକ

ହାଟଡିହୀ/ଛେନାପଦୀ, ୪।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବର୍ତ୍ତମାନ ପ୍ରବଳ ସାର ସଙ୍କଟ ଦେଖାଦେଇଛି। ସମବାୟ ସମିତିରେ ଆବଶ୍ୟକୀୟ ସାର ନ ଥିବାବେଳେ ଖୋଲା…

ବିଧାୟକଙ୍କ ହସ୍ତକ୍ଷେପ ପରେ ବେଲଗୁଣ୍ଠାରେ ଲୋକଙ୍କୁ ମିଳିଲା ବିଶୁଦ୍ଧ ପାଣି

ବେଲଗୁଣ୍ଠା, ୪।୮ (କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଏନ୍.ଏ.ସି. ଅନ୍ତର୍ଗତ ୧୨ ଏବଂ ୧୩ ନମ୍ବର ୱାର୍ଡ ଭଗବତପାଟଣା ଓ ଧନିଜାପଲ୍ଲୀରେ ବିଗତ କିଛି…

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଆବେଦନ: ଦାରିଙ୍ଗବାଡ଼ି କୃଷି କାର୍ଯ୍ୟାଳୟରେ କୃଷକଙ୍କ ପ୍ରବଳ ଭିଡ଼

ଦାରିଙ୍ଗବାଡ଼ି,୪।୮(ଅରୁଣ ସାହୁ): କୃଷି କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ କୃଷକମାନଙ୍କୁ ବିଭିନ୍ନ ଯୋଜନାର ସୁଫଳ ଯୋଗାଇ ଦିଆଯାଉଛି। ବର୍ତ୍ତମାନ ଅଞ୍ଚଳରେ ଲଗାଣ…

ଦାଦନ ସାଜିଲା ଅଭିଶାପ: କେରଳ ଯାଉଥିବା ବେଳେ ଥୁଆମୂଳ ରାମପୁରର ଆଉ ଜଣେ ଯୁବକ ନିଖୋଜ, ଚିନ୍ତାରେ ପରିବାର…

ଥୁଆମୂଳ ରାମପୁର, ୪।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ରେ ଦାଦନ ଶ୍ରମିକ ନିଖୋଜ ସମସ୍ୟା ଦିନକୁ ଦିନ ଅଧିକ ଉଦ୍‌ବେଗଜନକ ରୂପ ନେଉଛି। ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri