ଟ୍ରକ୍‌ -ବାଇକ ମୁହାଁମୁହିଁ ଧକ୍କା: ଜଳିଗଲା ଟ୍ରକ୍‌,ବାଇକ

ବୋରିଗୁମ୍ମା,୧୧।୩(ଡି.ଏନ୍‌.ଏ.): କୋରାପୁଟ ଜିଲା ବୋରିଗୁମ୍ମା- କୋଟପାଡ଼ ୬୩ ନଂ. ଜାତୀୟ ରାଜପଥ ଶଶାହାଣ୍ଡି ନିକଟରେ ସୋମବାର ବିଳମ୍ବିତ ରାତିରେ ଟ୍ରକ୍‌ -ବାଇକ ଧକ୍କା ହୋଇ ଟ୍ରକ୍‌,ବାଇକ ଜଳିଯାଇଛି। ଏଥିରେ ୨ ବାଇକ୍‌ ଆରୋହୀ ଗୁରୁତର ହୋଇଛନ୍ତି। ସେମାନେ ହେଲେ ହରି ପାଇକ, କମଳଲୋଚନ ହନ୍ତାଳ। ଟ୍ରକ୍‌ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ଥିବା ଜଣାପଡ଼ିଛି।
ସୂଚନାନୁଯାୟୀ, ରାତିରେ ଏକ ଟ୍ରକ ବୋରିଗୁମ୍ମା ପଟୁ କୋଟପାଡ଼ ଅଭିମୁଖେ ଯାଉଥିବା ବେଳେ ଶଶାହାଣ୍ଡି ନିକଟରେ ବିପରୀତ ଦିଗରୁ ଆସୁଥିବା ବାଇକ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ପରେ ସଙ୍ଗେ ସଙ୍ଗେ ଟ୍ରକ୍‌ଟି ଜଳିବା ଆରମ୍ଭ କରିଥିଲା। ଟ୍ରକ୍‌ ତଳେ ଚାପି ହୋଇ ବାଇକ୍‌ରେ ମଧ୍ୟ ନିଆଁ ଲାଗିଥିଲା। ବାଇକ୍‌ ଆରୋହୀ ଛିଟିକି ତଳେ ପଡ଼ିବାରୁ ଅଳ୍ପକେ ବର୍ତ୍ତି ଯାଇଥିଲେ। ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ଏବଂ ସ୍ଥାନୀୟ ଯୁବକଙ୍କ ସହାୟତାରେ ହରି,କମଳଲୋଚନଙ୍କୁ ଉଦ୍ଧାର କରାଯାଇ ଜିଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଟ୍ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଆଦିବାସୀ ଝିଅ ପୂର୍ଣ୍ଣିମା, ସମଗ୍ର କୋକସରା ଅଞ୍ଚଳରେ ଖୁସିର ଲହରୀ

କୋକସରା,୨୫।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ଗ୍ରାମର ମେଧାବୀ ଆଦିବାସୀ ଝିଅ ପୂର୍ଣ୍ଣିମା ପୁଝାରୀ ସର୍ବଭାରତୀୟ ନିଟ୍ (NEET UG) ପରୀକ୍ଷାରେ ସଫଳତା…

କାମ କରୁଥିବା ବେଳେ ହେଲା ଛାତିରେ ଯନ୍ତ୍ରଣା, ହୃଦଘାତରେ ଚାଲିଗଲା କ୍ୟାସିୟର ଅରବିନ୍ଦଙ୍କ ଜୀବନ

ଭବାନୀପାଟଣା,୨୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ସମଗ୍ର ଶିକ୍ଷା ପ୍ରକଳ୍ପ କାର୍ଯ୍ୟାଳୟର କ୍ୟାସିୟର (କୋଷାଧ୍ୟକ୍ଷ) ଅରବିନ୍ଦ ପଣ୍ଡାଙ୍କର ୫୬ ବର୍ଷ ବୟସରେ ହୃଦଘାତରେ ମଙ୍ଗଳବାର ପୂର୍ବାହ୍ନରେ ପରଲୋକ…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ବିନା କୋଚିଂରେ ନିଟ୍‌ରେ ସଫଳ ହେଲେ ସୁବ୍ରତ, ଭୀମ ଭୋଇ ମେଡିକାଲ କଲେଜରେ ପଢ଼ିବେ…

କର୍ଲାମୁଣ୍ଡା,୨୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଞ୍ଜା ପଞ୍ଚାୟତର ରେଙ୍ଗାଲି ଗ୍ରାମର ମେଧାବୀ ଛାତ୍ର ସୁବ୍ରତ ଶେଖର ରଣା ଜାତୀୟ ଯୋଗ୍ୟତା ପ୍ରବେଶିକା ପରୀକ୍ଷା…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri