ଟ୍ରକ ଧକ୍କାରେ ମହିଳା ମୃତ, ରାସ୍ତାରୋକୋ

ଗୋପାଳପୁର/କନିଷି,୧୬ା୧୦(ଡି.ଏନ.ଏ.):୧୬ନଂ ଜାତୀୟ ରାଜପଥ ରଣ୍ଢାଛକ ନିକଟରେ ରାସ୍ତା ପାର ହେଉଥିବାବେଳେ ଟ୍ରକ ଧକ୍କାରେ ବୁଧବାର ଭୋର ପ୍ରାୟ ୫ଟାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଚିକରଡ଼ା ଗ୍ରାମର କନକ ବେହେରା (୫୫)। ଦୁର୍ଘଟଣା ପରେ ଚାଳକ ଟ୍ରକ୍‌ ଛାଡି ଘଟଣାସ୍ଥଳରୁ ଚମ୍ପଟ ମାରିଛି। ପରେ ଚିକରଡ଼ା ଗ୍ରାମବାସୀ ମୃତକଙ୍କ ପରିବାରକୁ କ୍ଷତିପୂରଣ ଓ ଓଭରବ୍ରିଜ୍‌ ନିର୍ମାଣ ଦାବିରେ ଟାୟାରି ଜାରି ୧୬ ନଂ. ଜାତୀୟ ରାଜପଥ ଅବରୋଧ କରିଥିଲେ। ନଂ.୨୫୫/୧୯ରେ ମାମଲା ରୁଜୁ କରି ପୋଲିସ ଟ୍ରକକୁ ଜବତ କରିବା ସହ ତଦନ୍ତ ଚଳାଇଛି।
ପ୍ରକାଶ ଯେ, କନକ ପ୍ରତିଦିନ ରଣ୍ଢା ଗ୍ରାମରୁ ପନିପରିବା ଧରି ବିକ୍ରିି ପାଇଁ ବ୍ରହ୍ମପୁର ସହରକୁ ଯାଇଥାନ୍ତି। ବୁଧବାର ଭୋରରେ କନକ ପନିପରିବା ଧରି ରାସ୍ତାପାର ହେଉଥିବାବେଳେ ଇଚ୍ଛାପୁର ଅଭିମୁଖେ ଯାଉଥିବା ଏକ ଟ୍ରକ ତାଙ୍କୁ ଧକ୍କା ଦେଇ ଚାଲି ଯାଇଥିଲା। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ସେଠାରେ କାର୍ଯ୍ୟରତ ଗୃହରକ୍ଷୀ ଟ୍ରକକୁ ପିଛାକରି କାବୁ କରିଥିଲେ। ତେବେ ଚାଳକ ଗାଡ଼ି ଛାଡ଼ି ପଳାଇଥିଲେ। ଖବର ପାଇ ଚିକରଡ଼ା ଗ୍ରାମବାସୀ ମୃତକଙ୍କ ପରିବାରକୁ କ୍ଷତିପୂରଣ ଓ ଓଭରବ୍ରିଜ୍‌ ନିର୍ମାଣ ଦାବିରେ ୧୬ ନଂ. ଜାତୀୟ ରାଜପଥକୁ ୫ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଅବରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri