ଟ୍ରକ ଧକ୍କାରେ ସାଇକେଲ ଆରୋହୀ ମୃତ: କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ

କୋଳିମାଟି,୫ା୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ୨୦ ନଂ. ଜାତୀୟ ରାଜପଥର ବୀରଗୋବିନ୍ଦପୁର ଛକ ନିକଟରେ ସୋମବାର ଆଇରନ୍‌ ବୋଝେଇ ଟ୍ରକ୍‌ ଧକ୍କାରେ ଜଣେ ସାଇାକେଲ ଆରୋହୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବୀରଗୋବିନ୍ଦପୁର ଗ୍ରାମର ପଦ୍ମଲୋଚନ ମହାପାତ୍ର (୫୨)।
ସୂଚନାନୁଯାୟୀ, ପଦ୍ମଲୋଚନ ଗାଈ ପାଇଁ ଘାସ କାଟି ସାଇକେଲ ଯୋଗେ ଘରକୁ ଫେରୁଥିଲେ। ବୀରଗୋବିନ୍ଦପୁର ଛକ ନିକଟରେ ମାଲବୁହା ଟ୍ରକ ତାଙ୍କୁ ପଛରୁ ଧକ୍କା ଦେଇଥିଲା। ଗୁରୁତର ଅବସ୍ଥାରେ ପଦ୍ମଲୋଚନଙ୍କୁ ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଗ୍ରାମବାସୀ ୨୦ ନଂ. ଜାତୀୟ ରାଜପଥର ବୀରଗୋବିନ୍ଦପୁର ଛକରେ ରାସ୍ତାରୋକୋ କରିଥିଲେ। ଖବର ପାଇ ଘସିପୁରା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବାପରେ ରାସ୍ତାରୋକୋ ହଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରିଆ କର୍ମଚାରୀଙ୍କ ପାଇଁ ଜରୁରୀ ଖବର, ଶୀଘ୍ର ଲିଙ୍କ୍‌ କରନ୍ତୁ ଆଧାରକାର୍ଡ ନହେଲେ…

ନୂଆଦିଲ୍ଲୀ,୯।୯: ଚାକିରିଆ କର୍ମଚାରୀ ଏବଂ ଇଏସଆଇସି (ESIC) ହିତାଧିକାରୀଙ୍କ ପାଇଁ ଏକ ଅତ୍ୟନ୍ତ ଜରୁରୀ ସୂଚନା ଆସିଛି। ଏବେ ସମସ୍ତ ଇଏସଆଇସି କାର୍ଡଧାରୀଙ୍କ ପାଇଁ ନିଜ ପରିଚୟ…

ରାସ୍ତାତଳକୁ ଖସିଲା ବସ୍‌, ଯାତ୍ରୀମାନେ ଭୟରେ ଚିତ୍କାର କରିବାରୁ…

ପଟ୍ଟାମୁଣ୍ଡାଇ,୯ା୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ-ରାଜନଗର ତଳ ରାସ୍ତା ନିକଟସ୍ଥ ଦୋଶିଆ କେନାଲ ରାସ୍ତାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୪୨ ଜଣ ଯାତ୍ରୀଙ୍କୁ ନେଇ ଦ୍ରୁତଗତିରେ…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ୩ ଜୀବନ

ଗୁଣପୁର,୯ା୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ରାଗୟଡ଼ା ଜିଲା ପଦ୍ମପୁର ଥାନା ଗୁଲୁଗୁଡ଼ାର ତାରପାଗୁଡ଼ାରେ ଘଟିଛି ଅଘଟଣ। ପାଇଖାନା ଟାଙ୍କିକୁ ଜଣଙ୍କ ପରେ ଜଣେ ଓହ୍ଲାଇ ତିନି ଜଣ ଶାସରୁଦ୍ଧ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ହାଇକୋର୍ଟରେ ସ୍ତ୍ରୀ ବିଦ୍ୟାଭାରତୀଙ୍କ ଆବେଦନ ଖାରଜ, ହୋଇପାରନ୍ତି ଗିରଫ

ପାରଳାଖେମୁଣ୍ଡି,୯ା୯: ଗଜପତି ଜିଲା ପାରଳାଖେମୁଣ୍ଡିର ସହକାରୀ ବନ ସଂରକ୍ଷକ (ACF) ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ତାଙ୍କ ସ୍ତ୍ରୀ ବିଦ୍ୟାଭାରତୀ ପଣ୍ଡାଙ୍କ ପାଇଁ ଆଇନଗତ ଅଡ଼ୁଆ…

ନବଜାତ ଶିଶୁଙ୍କୁ ସୁନାମୁଦି ଦେବେନି ବିଜୟ? ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୯।୯: ତାମିଲନାଡୁରେ କ୍ଷମତା ସମ୍ଭାଳିବା ପରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନବଜାତ ଶିଶୁମାନଙ୍କୁ ସୁନା ମୁଦି ପ୍ରଦାନ କରିବା ସମ୍ପର୍କିତ ଚର୍ଚ୍ଚିତ ଯୋଜନାର ଶୁଭାରମ୍ଭ ବର୍ତ୍ତମାନ…

ଧାନ କାଟିବାକୁ ଯାଇଥିବା ନାବାଳିକାଙ୍କୁ ବଳାତ୍କାର, ଜଣେ ନାବାଳକଙ୍କୁ ଅଟକ ରଖି…

ବଞ୍ଚୋ,୯ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅଞ୍ଚଳର ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗରେ ଜଣେ ୧୭ ବର୍ଷ ୧୦ ମାସ ବୟସର ନାବାଳକଙ୍କୁ ପୋଲିସ…

ଘର ଆଗରୁ ବାଇକ୍‌ ଚୋରି କରି ନେଇଗଲେ ଦୁର୍ବୃତ୍ତ

ଦିଗପହଣ୍ଡି,୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜନଗର ମେନ୍‌ରୋଡ୍‌ରେ ଥିବା ଏ. ମୁନା ଦୋରାଙ୍କ ଘର ସମ୍ମୁଖରୁ କେହି ଦୁର୍ବୃତ୍ତ ତାଙ୍କ ବାଇକ୍‌କୁ ଚୋରି କରି…

ପାଖେଇ ଆସିଲାଣି ଗଣେଶ ପୂଜା, ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ କାରିଗର

ରିଷିଡ଼ା,୯ା୯(ସୁଶାନ୍ତ ମଲ୍ଲିକ): ଗଣେଶ ପୂଜା ଉପଲକ୍ଷେ କଳାହାଣ୍ଡି ଜିଲା ଉତ୍ସବ ମୁଖର ହୋଇଉଠିଛି। ବିଶେଷକରି କର୍ଲାମୁଣ୍ତା ବ୍ଲକ ରିଷିଡ଼ା ଅଞ୍ଚଳର ମୂର୍ତ୍ତି କାରିଗରମାନେ ମାଟି ମୂର୍ତ୍ତି ନିର୍ମାଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri