ଟ୍ରାକ୍ଟରକୁ ଧକ୍କା ଦେଲା ବାଇକ୍‌: ଦୁଇ ଭାଇ ମୃତ

ବଡ଼ଗାଁ, ୬।୧୨ (ଡି.ଏନ.ଏ)- ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ କୁମ୍‌ବାହାଲ ଗ୍ରାମରେ ଗୁରୁବାର ରାତି ସାଢ଼େ ୮ଟାରେ ଏକ ଦୁର୍ଘଟଣା ଘଟିଛି। ଟ୍ରାକ୍ଟରକୁ ବାଇକ୍‌ ଧକ୍କା ଦେବାରୁ ଦୁଇ ଭାଇଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଯୋଗେଶ୍ୱର ସୁନ୍ୟାନୀ (୩୨) ଓ ତାଙ୍କ ସାନ ଭାଇ କିରଟ ସୁନ୍ୟାନୀ (୨୭)। ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତାହତଙ୍କ ଘର ବଡ଼ଗାଁ ଥାନା ବରଙ୍ଗାକଛାର ଗ୍ରାମରେ।
ପ୍ରକାଶ ଯେ, ଯୋଗେଶ୍ୱର ଜରଙ୍ଗଲୋଇଗ୍ରାମ ସ୍ଥିତ ଗ୍ରୀଡ ସବ୍‌ଷ୍ଟେସନରେ ଓ କିରଟ ରାଜଗାଙ୍ଗପୁର ଓସିଏଲରେ କାମ କରୁଥିଲେ। ଦୁଇ ଭାଇ ଓ ବରଙ୍ଗାକଛାର ଗ୍ରାମର ରସାନନ୍ଦ ପ୍ରଧାନ (୨୫) ବାଇକ୍‌ରେ ନିଜ ଗ୍ରାମକୁ ରାତି ସାଢ଼େ ୮ଟାରେ ଯାଉଥିଲେ। କୁମବାହାଲ ଗାଁ ରାସ୍ତା ପାର୍ଶ୍ୱରେ ଥିବା ଟ୍ରାକ୍ଟର ହଠାତ୍‌ ରାସ୍ତା ଉପରକୁ ଆସିଯିବାରୁ ବାଇକ୍‌ ଟ୍ରାକ୍ଟରରେ ପିଟି ହୋଇଥିଲା। ଗ୍ରାମବାସୀ ସେମାନଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସରେ ସୁନ୍ଦରଗଡ ମେଡିକାଲ ପଠାଇଥିଲେ। ସେଠାରେ ଯୋଗେଶ୍ୱର ଓ କିରଟଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଗୁରୁତର ଆହତ ରସାନନ୍ଦଙ୍କୁ ସୁନ୍ଦରଗଡ ମେଡିକାଲରେ ଭର୍ତ୍ତି କରାଯାଇଛି। ଟ୍ରାକ୍ଟର ଜରଙ୍ଗଲୋଇ ଗ୍ରାମର ଅରୁଣ ପୃଷେଟଙ୍କ ବୋଲି ଜଣାପଡିଛି। ପୋଲିସ ଟ୍ରାକ୍ଟରକୁ ଜବତ କରି ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri