ଟ୍ରାକ୍ଟର ଓଲଟି ଜଣେ ମୃତ,୨ ଆହତ

ପାଟଣା,୧୨।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ରାୟପୁର ନିକଟରେ ମଙ୍ଗଳବାର ସନ୍ଧ୍ୟାରେ ଭାରସାମ୍ୟ ହରାଇ ଏକ ଟ୍ରାକ୍ଟର ଓଲଟି ପିଡ଼ିଛି। ଟ୍ରାକ୍ଟର ତଳେ ଚାପିହୋଇ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଆହତ ହୋଇଛନ୍ତି। ମୃତ ଶ୍ରମିକ ହେଲେ ରାୟପୁର ଗ୍ରାମ କେନ୍ଦୁବେଡା ସାହିର ସୀତାରାମ ମହାନ୍ତଙ୍କ ପୁଅ ଶ୍ରୀତମ କୁମାର। ତେବେ ଦୁଇ ଆହତଙ୍କ ପରିଚୟ ମିଳିପାରିନାହିଁ। ଟ୍ରାକ୍ଟର ଡ୍ରାଇଭର ଫେରାର ହୋଇଯାଇଥିବା ବେଳେ ପାଟଣା ପୋଲିସ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରଛି। ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ଲାଗି ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଯାଇଛି। ଏ ନେଇ ଥାନାରେ ୨୮/୨୦ରେ ଏକ ମାମଲା ରୁଜୁକରି ପୋଲିସ ଘଟଣାର ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟେଶନରେ ଚଲାବୁଲା କରୁଥିଲେ ଅଜଣା ବ୍ୟକ୍ତି, ହଠାତ୍‌ ହେଲା ରକ୍ତବାନ୍ତି, ଆଉ ତା’ ପରେ…

ନନ୍ଦପୁର,୩ା୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ କୁମାରଗନ୍ଧନା ପଞ୍ଚାୟତର ପାଲିବା ରେଳ ଷ୍ଟେଶନ ବାହାରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି।…

ପ୍ରଧାନମନ୍ତ୍ରୀଙ୍କ ପାଇଁ ଆପତ୍ତିଜନକ ଶବ୍ଦ ବ୍ୟବହାର କରିଥିବା ନାବାଳିକାଙ୍କ ବିରୁଦ୍ଧରେ ନିଆଯିବ ନାହିଁ କୌଣସି କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୩।୮: ଗତ ମାସରେ ଜନ୍ତର ମନ୍ତରରେ ‘କକ୍ରୋଚ ଜନତା ପାର୍ଟି’ (CJP) ଦ୍ୱାରା ଆୟୋଜିତ ଛାତ୍ର ପ୍ରତିବାଦ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୁଦ୍ଧରେ ଆପତ୍ତିଜନକ ମନ୍ତବ୍ୟ…

ଏଇ ଭାରତରେ

ଗଙ୍ଗାନଦୀକୁ ସଫା କରିବା ପାଇଁ ୨୦୧୪ରେ କେନ୍ଦ୍ର ସରକାର ନମାମୀ ଗଙ୍ଗେ ଯୋଜନା ଆରମ୍ଭ କରିଥିଲେ ମଧ୍ୟ ବ୍ୟକ୍ତିଗତ ସ୍ତରରେ ଉତ୍ତରପ୍ରଦେଶ ରାମପୁରର ପଟଓ୍ବାଇ ଗାଁର ୨୩…

ଶବ୍ଦ ପଛର ସତ୍ୟ

ଆମେ ସାଧାରଣତଃ ଧରିନେଉ ଯେ ଲୋକେ ଯାହା କହନ୍ତି, ସେହି ଅର୍ଥରେ ହିଁ କହନ୍ତି। କିନ୍ତୁ ବାସ୍ତବ ଜୀବନରେ ଅନେକ ସମୟରେ ଶବ୍ଦ ଓ ଉଦ୍ଦେଶ୍ୟ ମଧ୍ୟରେ…

ନକଲ ପାଇଁ ଅକଲ ଦରକାର

ମଣିଷ ଏକ ସାମାଜିକ ପ୍ରାଣୀ ଏବଂ ଅନୁକରଣ କରିବା ତା’ର ଜନ୍ମଗତ ପ୍ରବୃତ୍ତି। ଶିଶୁଟିଏ ଜନ୍ମ ହେବା ପରେ ନିଜ ପରିବାର ଓ ଆଖପାଖର ଲୋକଙ୍କୁ ଦେଖି…

ନିଷ୍ପ୍ରୟୋଜନ ପ୍ରୟାସ

ଅନେକ ପୁରାତନ ପୁସ୍ତକ, ପୁରାଣ ସାହିତ୍ୟ ତଥା ବହୁ ବରେଣ୍ୟ ସାଧକଙ୍କ କୃତିକୁ ସମ୍ପାଦନା, ଗବେଷଣା, ତ୍ରୁଟି ସଂଶୋଧନ, ଭ୍ରମ ଦୂରୀକରଣ ନାମରେ ନୂତନ ରୂପ ଦେଇ…

ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ BCCI ଗ୍ରହଣ କଲା ବଡ଼ କାର୍ଯ୍ୟାନୁଷ୍ଠାନ!

ନୂଆଦିଲ୍ଲୀ,୩।୮: ଆସାମ ଏବଂ ରେଳବାଇର ପୂର୍ବତନ କ୍ରିକେଟର ଶୁଭଦୀପ ଘୋଷଙ୍କୁ ଭାରତୀୟ ପୁରୁଷ କ୍ରିକେଟ ଦଳର ଫିଲ୍ଡିଂ ପ୍ରଶିକ୍ଷକ ଭାବରେ ନିଯୁକ୍ତ କରାଯିବାକୁ ସ୍ଥିର ହୋଇଛି। ଜିମ୍ବାୱେ…

ମହାନଦୀରେ ବନ୍ୟାଜଳ: ପ୍ରଭାବିତ ହେଉଛନ୍ତି ମତ୍ସ୍ୟଜୀବୀ

ମହାକାଳପଡ଼ା,୩ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ବାହାକୁଦ ପିତାପାଟ ଗ୍ରାମ ସଂଲଗ୍ନ ମହାନଦୀରେ ବନ୍ୟା ଜଳ ପ୍ରବାହିତ ହେଉଛି। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri