ଟ୍ରାକ୍ଟର ଓଲଟି ଜଣେ ମୃତ, ୩ ଗୁରୁତର

ଯୋଡ଼ା,୨୫।୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ କନକନା ଗ୍ରାମରେ ରବିବାର ରାତିରେ ଏକ ଧାନ ବୋଝେଇ ଟ୍ରାକ୍ଟର ଭାରସାମ୍ୟ ହରାଇ ଓଲଟି ପଡିଛି। ଏଥିରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ଉକ୍ତ ଗ୍ରାମର ଫୁଲମଣୀ ମୁଣ୍ଡା(୪୫)। ଗୁରୁତରମାନେ ହେଲେ ଉକ୍ତ ଗ୍ରାମର ସମରା ମୁଣ୍ଡା, ମୃତ ଫୁଲମଣୀଙ୍କ ପୁଅ ଜାପାନ ମୁଣ୍ଡା ଓ ରାମଚନ୍ଦ୍ରପୁର ଗ୍ରାମର ଶକୁନ୍ତଳା ମହାନ୍ତ।
ସୂଚନାନୁଯାୟୀ, ରାତିରେ ଟ୍ରାକ୍ଟର (ଓଆର୍‌୦୯ଏଲ୍‌୧୨୭୮) ବିଲରୁ ଧାନ ବୋଝେଇ କରି ଯାଉଥିବା ବେଳେ ରାସ୍ତାରେ ଥିବା ଏକ ନାଳ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଫଳରେ ସେଥିରେ ବସିଥିବା ଫୁଲମଣୀ, ପୁଅ ଜାପାନ, ସମରା ଓ ଶକୁନ୍ତଳା ଟ୍ରାକ୍ଟର ତଳେ ଚାପିହୋଇ ଯାଇଥିଲେ। ସେମାନଙ୍କୁ ଉଦ୍ଧାର କରାଯାଇ ଝୁମ୍ପୁରା ଡାକ୍ତରଖାନାକୁ ନିଆଯାଉଥିବା ବେଳେ ରାସ୍ତାରେ ଫୁଲମଣୀଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟ ଗୁରୁତରମାନଙ୍କୁ ଝୁମ୍ପୁରା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଏ ନେଇ ସୋମବାର ସକାଳେ ମୃତ ଫୁଲମଣୀ ମୁଣ୍ଡାଙ୍କ ପୁଅ ମାନସିଂ ମୁଣ୍ଡା ବାମେବାରୀ ଥାନାରେ ଏକ ଲିଖିତ ଅଭିଯୋଗ କରିବା ପରେ ପୋଲିସ କେସ ନଂ. ୧୬୫/୧୯ରେ ଏକ ମାମଲା ରୁଜୁ କରିଛି। ପୋଲିସ ଟ୍ରାକ୍ଟର ଜବତ କରିବା ସହିତ ମୃତଦେହ ବ୍ୟବଚ୍ଛେଦ ଲାଗି ପଠାଇଛି। ଟ୍ରାକ୍ଟର ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri