ଟ୍ରାକ୍ଟର ଓଲଟି ହେଲପର ମୃତ, ରାସ୍ତାରୋକୋ

ଗୁଡ଼ଭେଲା, ୩ା୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ତୁଷୁରା ବିଦେଶୀ ମଦ ଦେକାନ ସମ୍ମୁଖରେ ଏକ ଓଭରଲୋଡିଙ୍ଗ ଟ୍ରାକ୍ଟର ଓଲଟି ପଡିବାରେ ଗାଡି ହେରପରଙ୍କର ମୃତ୍ୟୁ ଘଟିଥିଲା। ସୋମବାର ମୃତକଙ୍କ ପରିବାର ଓ ସ୍ଥାନୀୟ ଲୋକେ ତୁଷୁରା-ବଲାଙ୍ଗୀର ମୁଖ୍ୟରାସ୍ତାର ଜଗନ୍ନାଥ ମନ୍ଦିର ପାଖରେ ରାସ୍ତାରୋକୋ କରିଥିଲେ। ତୁଷୁରା ତହସିଲଦାର ଚନ୍ଦ୍ରମଣୀ ନାଗ ଓ ତୁଷୁରା ଥାନାଧିକାରୀ ଯଶୋବନ୍ତ ପ୍ରଧାନୀ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରିଥିଲେ ା ରେଡକ୍ରସ ପକ୍ଷରୁ ୨୦ ହଜାର ଟଙ୍କା ଓ ଟ୍ରାକ୍ଟର ମାଳିକଙ୍କ ପକ୍ଷରୁ ୨ଲକ୍ଷ ଟଙ୍କା କ୍ଷତିପୂରଣ ଦେବା ପାଇଁ ଘୋଷଣା କରିବା ପରେ ଆନ୍ଦୋଳନକାରୀ ରାସ୍ତାରୁ ହଟିଥିଲେ । ସ୍ଥାନୀୟ ୟୁଥ ଆକ୍ସନ କମିଟିର ସଦସ୍ୟମାନେ ଆନ୍ଦୋଳନକୁ ସମର୍ଥନ କରି ମୃତକଙ୍କ ପରିବାରର ୪ ଶିଶୁଙ୍କ ଥାଇଥାନ କରିବା ପାଇଁ ଏହି ଅବସରରେ ଦାବି କରିଥିଲେ । ପରେ ତୁଷୁରା ଚିକିସତ୍ାଳୟରେ ବ୍ୟବଚ୍ଛେଦ କରାଯାଇ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା । ସୂଚନାଯୋଗ୍ୟ ଯେ, ତୁଷୁରା ଚିକିତ୍ସାଳୟ ପାଖରେ ଥିବା ଲୁହାଛଡ ଦୋକାନରୁ ଦେଓଗାଁ ବ୍ଳକ ହାତିସରା ଗ୍ରାମର ଟ୍ରାକ୍ଟର ନମ୍ବର ଓଡ଼ି ୦୩ ପି ୭୩୦୧ରେ ପ୍ରାୟ ୩୫ କୁଇଣ୍ଟାଲ ରଡ ଲୋଡ କରିବା ପାଇଁ ଡ୍ରାଇଭର ସୁବ୍ରତ ବାଗ କହିଥିବା ବେଳେ ମାଲ ନେଉଥିବା ମାଲିକ ୪୫ କୁଇଣ୍ଟାଲ ବୋଝେଇ କରିବା ପାଇଁ କୁଆଡେ ବାଧ୍ୟ କରିଥିବା ଗାଡିରେ ଥିବା ଜଣେ ଶ୍ରମିକ ଅଭିଯୋଗ କରିଥିଲେ । ଓଭରଲୋଡ଼ିଂ ଯୋଗୁଁ ଟ୍ରାକ୍ଟର ଭାରସାମ୍ୟ ହରାଇ ତୁଷୁରା ବିଦେଶୀ ମଦ ଦେକାନ ସମ୍ମୁଖରେ ଓଲଟି ପଡିଥିଲା । ଘଟଣା ସ୍ଥଳରେ ହେଲପର ଦେଓଗାଁ ବ୍ଳକ ହାତୀସରା ଗା୍ରମର କୈଳାସ କୁମୁରା ଟ୍ରାକ୍ଟର ତଳେ ଚାପି ହୋଇ ଯିବା ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ସାହିତ୍ୟ ପାଇଁ କାନାଡା କବି ଆନେ କାର୍ସନଙ୍କୁ ନୋବେଲ ପୁରସ୍କାର

ଷ୍ଟକ୍‌ହୋମ,୯।୧୦(ଏ.ପି.): କାନାଡାର ପ୍ରସିଦ୍ଧ କବି ତଥା ପ୍ରାବନ୍ଧିକା ଆନେ କାର୍ସନଙ୍କୁ ୨୦୨୬ ମସିହାର ସାହିତ୍ୟ (ଲିଟରେଚର) ନୋବେଲ ପୁରସ୍କାର ପ୍ରଦାନ କରାଯିବ। ପ୍ରାଚୀନ ପରମ୍ପରା ସହ ସମକାଳୀନ…

IPL 2027 ପୂର୍ବରୁ ରିଷଭ ପନ୍ତଙ୍କୁ ବଡ଼ ଝଟ୍‌କା, ଦିଲ୍ଲୀ କ୍ୟାପିଟାଲ୍ସରେ ମିଳିବନି ଏହି ଦାୟିତ୍ୱ!

ନୂଆଦିଲ୍ଲୀ,୯।୧୦: ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିବା ପରେ ରିଷଭ ପନ୍ତଙ୍କ ବ୍ୟାଟିଂ ପୋଜିସନକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। IPL 2027ରେ ପନ୍ତଙ୍କୁ ଟପ୍ ଅର୍ଡରରେ ବ୍ୟାଟିଂ…

ନେତାନ୍ୟାହୁଙ୍କ ବଡ଼ ନିଷ୍ପତ୍ତି, ସ୍ମିତ ମାଚ୍ଛରଙ୍କୁ ମିଳିବ ଇସ୍ରାଏଲର ସର୍ବୋଚ୍ଚ ବେସାମରିକ ବୀରତ୍ୱ ସମ୍ମାନ

ନୂଆଦିଲ୍ଲୀ,୯।୧୦: ନିଜ ସହ-ପାଇଲଟ୍‌ଙ୍କ ମରଣାନ୍ତକ ଆକ୍ରମଣର ସାମ୍ନା କରି ମଧ୍ୟ ୧୭୪ ଜଣ ଯାତ୍ରୀ ଓ ବିମାନ କର୍ମଚାରୀଙ୍କ ଜୀବନ ବଞ୍ଚାଇଥିବା ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ…

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?